ଜିଲାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ସମାଧାନ ପାଇଁ ଦାବିପତ୍ର

ଅନୁଗୋଳ ଅଫିସ, ୧୦।୮ – ଜିଲାରେ ଦିନକୁ ଦିନ ଶିକ୍ଷାର ମାନ ହ୍ରାସ ପାଉଛି। ଶିକ୍ଷା ଭିତ୍ତିଭୂମି ମଧ୍ୟ ଦୁର୍ବଳ ଅବସ୍ଥାରେ ରହିଛି। କେଉଁଠି ଶିକ୍ଷକ ନାହାନ୍ତି ତ କେଉଁଠି ପର୍ଯ୍ୟାପ୍ତ ଶ୍ରେଣୀଗୃହ ନାହିଁ। ସରକାରୀ ଶିକ୍ଷା ବ୍ୟବସ୍ଥା ଏପରି ଭୁଶୁଡ଼ି ପଡ଼ୁଥିବା ବେଳେ ଏହାର ଫାଇଦା ଉଠାଉଛନ୍ତି ଘରୋଇ ବିଦ୍ୟାଳୟ। ମୋଟା ଅଙ୍କର ଫି ଠାରୁ ଆରମ୍ଭ କରି ଦରମା ଓ ପାଠ୍ୟପୁସ୍ତକ ପାଇଁ ବହୁ ଅର୍ଥ ଦାବି କରାଯାଉଛି। ସେହିପରି ବାରମ୍ବାର ବସ୍ତାନି ବୋଝ ହାଲୁକା କରିବାକୁ ନିର୍ଦ୍ଦେଶ ଦିଆଯାଉଥିଲେ ମଧ୍ୟ ତାହାକୁ ପାଳନ କରାଯାଉ ନାହିଁ। ଅନେକ ସ୍କୁଲ ପକ୍ଷରୁ ରଖାଯାଇଥିବା ପରିବହନ ବ୍ୟବସ୍ଥା ମଧ୍ୟ ଠିକ୍‌ ନାହିଁ। ବହୁ ସମୟରେ ପିଲାମାନେ ବିପଦସଙ୍କୁଳ ଅବସ୍ଥାରେ ସ୍କୁଲକୁ ଯାଉଛନ୍ତି। ତେଣୁ ଜିଲାରେ ଶିକ୍ଷା ବ୍ୟବସ୍ଥା ଏପରି ଅବ୍ୟବସ୍ଥା ମଧ୍ୟରେ ଚାଲିଥିବାରୁ ତାହାର ସମାଧାନ ନିମନ୍ତେ ଶୁକ୍ରବାର ଯୁବଶକ୍ତି ଆହ୍ବାନ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶୀଘ୍ର ଶିକ୍ଷକ ପଦବୀ ପୂରଣ କରିବା, ସୁରକ୍ଷିତ ଶ୍ରେଣୀ ଗୃହ ନିର୍ମାଣ, ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରୀଛାତ୍ରମାନଙ୍କୁ ପାଠ୍ୟ ପୁସ୍ତକ ପ୍ରଦାନ, ବସ୍ତାନି ବୋଝ ହାଲୁକା କରିବା, ଘରୋଇ ବିଦ୍ୟାଳୟରେ ନିର୍ଦ୍ଦିଷ୍ଟ ଫି ନିର୍ଦ୍ଧାରଣ ଓ ସୁରକ୍ଷିତ ଯାତାୟାତ ବ୍ୟବସ୍ଥା କରିବାକୁ ଏଥିରେ ଦାବି କରାଯାଇଛି। ଯୁବଶକ୍ତି ଆହ୍ବାନର କର୍ମକର୍ତ୍ତା ପର୍ଶୁରାମ ଦାସ, ନୀରୋଦ କୁମାର ସାହୁ, ଆଦିତ୍ୟ ପ୍ରସାଦ ମିଶ୍ର, ଆନନ୍ଦ ଶତପଥୀ, ପ୍ରତୀକ ଦେହୁରୀ, ସନ୍ଦୀପ କୁମାର ରାଉତ, ନୀତିକୃଷ୍ଣ ସାମଲ, ରାକେଶ ପରିଡ଼ା ଓ ଶୁଭମ ସୁବୁଦ୍ଧି ପ୍ରମୁଖ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri