ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ବୋଲି ମାନିଲେ  ଯାଜପୁର ଜିଲାପାଳ: ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଚିଠି

ଯାଜପୁର ଟାଉନ,୮।୯(ଡି.ଏନ.ଏ.)- ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତମାନର ରୋଗୀସେବା ନିମନ୍ତେ ୫-ଟିକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଶନିବାର ଚିଠି ଲେଖିଥିବା ଜଣାପଡିଛି। ଚିଠି (ନଂ. ୩୭୬/୭।୯।୨୦୧୯)ରେୁ ଜିଲାପାଳ ମୋ ସରକାର ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ଡାକ୍ତରଙ୍କ ପାଇଁ ୫-ଟି ଲାଗୁ କରିଥିବା ଜଣାପଡିଛି। ଖୋଦ୍‌ ଜିଲାପାଳ ଏହି ଚିଠିରେ ଯାଜପୁର ମୁଖ୍ୟ ଚିକିତ୍ସାଳୟର ଅନୁନ୍ନତ ସ୍ବାସ୍ଥ୍ୟ ସେବା ନେଇ ଚିନ୍ତା ପ୍ରକଟ କରିଛନ୍ତି। ସେହିପରି ଡାକ୍ତରମାନେ ସ୍ବାସ୍ଥ୍ୟକେନ୍ଦ୍ରରେ ନିୟମିତ ଠିକ୍‌ ସମୟରେ ପହଞ୍ଚତ୍ ନ ଥିବା, ରୋଗୀଙ୍କ ପାଇଁ ଆଉଟ୍‌ଡୋର ଓ ଅପରେସନ୍‌ ଥିଏଟରଗୁଡିକ ଠିକ୍‌ଭାବେ କାର୍ଯ୍ୟକାରୀ କରିବା, ଦଲାଲ ଓ ଘରୋଇ ଆମ୍ବୁଲାନ୍ସଗୁଡିକ ଉପରେ ନଜର ରଖିବା ସାଙ୍ଗକୁ ଡାକ୍ତରମାନେ ନିରାମୟ ମେଡିସିନ୍‌ ଉପରେ ଗୁରୁତ୍ୱାରୋପ କରିବା, ରେଡକ୍ରସ ଓ ଡିଏମ୍‌ଏଫ ପରି ବିଭାଗର ଅର୍ଥ ରାଶିକୁ ଖର୍ଚ୍ଚ କରି ରୋଗୀ ସେବାକୁ କିପରି ଉନ୍ନତ କରିହେବ ସେ ନେଇ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖିଛନ୍ତି। ଏହା ସହିତ ୭ଦିନ ମଧ୍ୟରେ ଉପରୋକ୍ତ ବିଷୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ବିଶୃଙ୍ଖଳିତ ଅଧିକାରୀ, କର୍ମଚାରୀଙ୍କ ଦୁର୍ନୀତି କିମ୍ବା ରୋଗୀଙ୍କୁ ଶୋଷଣ କରୁଥିବା ନେଇ କୈଫତ ତଲବ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବିତ, ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri