ଜିଲାସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା; ଖେଳ ବିଦ୍ୟାଳୟ ପାଠ୍ୟକ୍ରମର ଅଭିନ୍ନ ଅଙ୍ଗ

ନୂଆପଡା ଅଫିସ, ୩୦ା୯:  ପ୍ରାଚୀନ ଆଶ୍ରମ ଶିକ୍ଷାପ୍ରଣାଳୀରେ ଶିକ୍ଷା ବ୍ୟବସ୍ଥାରେ କ୍ରୀଡ଼ା ଯୋଡି ହୋଇଯାଇଥିଲା । ଏହା ବର୍ତ୍ତମାନ ମଧ୍ୟ ଚାଲିଛି । ଏହା ଦ୍ୱାରା ଶିକ୍ଷାର୍ଥୀଙ୍କର ଶାରୀରିକ ଏବଂ ମାନସିକସ୍ତରରେ ବିକାଶ ହୋଇଥାଏ । ତେଣୁ ବିଦ୍ୟାଳୟ ପାଠ୍ୟକ୍ରମରେ ଖେଳ ଏକ ଅଭିନ୍ନ ଅଙ୍ଗ ବୋଲି ମତପ୍ରକାଶ ପାଇଛି। ରବିବାର ସ୍ଥାନୀୟ ଖରିଆରରୋଡସ୍ଥିତ ନୋଡାଲ ହାଇସ୍କୁଲରେ ଅନୁଷ୍ଠିତ ଜିଲାସ୍ତରୀୟ କ୍ରିଡା ଉତ୍ସବରେ ଯୋଗଦେଇ ଅତିଥିମାନେ ଏହି ମତ ରଖିଛନ୍ତି ।
ପୂର୍ବାହ୍ନରେ ଅନୁଷ୍ଠିତ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ସଭାପତିତ୍ୱ କରିଥିବାବେଳେ ଜିଲାପାଳ ମଧୁସ୍ମିତା ସାହୁ ମୁଖ୍ୟଅତିଥି, ନୂଆପଡା ବ୍ଲକ ଶିକ୍ଷାଧିକାରୀ ଡ.ରେଶମଲାଲ ନାଏକ, ଜିଲା କ୍ରୀଡ଼ା ନିରୀକ୍ଷକ ମହେଶ କୁମାର ଦଣ୍ଡସେନା, ରାଜାଏଟି ହାଇସ୍କୁଲ ପ୍ରଧାନଶିକ୍ଷକ ନକୁଲ ଶବର ପ୍ରମୁଖ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଏହି ଅବସରରେ ଜିଲାପାଳ ସାହୁ ଏହାକୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଥିଲେ। ଏଥିରେ ଉପସ୍ଥିତ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶିକ୍ଷକ, ଛାତ୍ରୀଛାତ୍ରମାନଙ୍କୁ ସମ୍ବୋଧିତ କରି ଅତିଥିମାନେ ଶିକ୍ଷାବ୍ୟବସ୍ଥାରେ କ୍ରୀଡ଼ାର ଆବଶ୍ୟକତା ଏବଂ ଉପକାରୀତା ଉପରେ ଆଲୋକପାତ କରିଥିଲେ। ଏହାକୁ ସମସ୍ତେ ମିଶି ଠିକ ଭାବେ ପରିଚାଲନା କରିବାକୁ ଜିଲାପାଳ ପରାମର୍ଶ କରିଥିଲେ । ସୂଚନାଯୋଗ୍ୟ ଯେ, ଏଥିରେ ଜିଲାର ୫ଟି ବ୍ଲକରୁ ମୋଟ ୫୪୦ଜଣ ଛାତ୍ରୀଛାତ୍ର ଯୋଗଦେଇ ବିଭିନ୍ନ କ୍ରୀଡ଼ାରେ ଅଂଶ ଗ୍ରହଣ କରିଥିଲେ। ଏଥିରେ କବାଡି, ଫୁଟବଲ, ଖୋଖୋ, ଟାଏକୋଣ୍ଡୋ ଆଦି ଖେଳ ହୋଇଥିଲା। ଏହାକୁ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା କ୍ରୀଡ଼ା ଶିକ୍ଷକମାନେ ପରିଚାଳନା କରିଥିଲେ। ପ୍ରଥମ ଦିନର କ୍ରୀଡ଼ାବିତମାନଙ୍କୁ ଜିଲାପାଳ ପୁରସ୍କୃତ କରିଥିଲେ। ଏହି ଖେଳ ପ୍ରତିଯୋଗିତା ଦୁଇ ଦିନ ଧରି ଚାଲିବ । ଶେଷରେ ଜିଲା ଶିକ୍ଷାଧିକାରୀ ଭୋଇ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri