ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ ହେଉଥିଲା। ବର୍ତ୍ତମାନ ବୈଜ୍ଞାନିକ ପଦ୍ଧତି ଦ୍ୱାରା ଏହା ସବୁ ସମୟରେ ମିଳିପାରୁଛି ା ଛତୁ ଚାଷୀଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ଉଦ୍ଦେଶ୍ୟରେ ସୋମବାର ସ୍ଥାନୀୟ ଖେଳପଡିଆ ସାହି ନିକଟରେ ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଜିଲା କୃଷି ବିଜ୍ଞାନ କେନ୍ଦ୍ର ଆନୁକୂଲ୍ୟରେ ଅନୁଷ୍ଠିତ ସମ୍ମିଳନୀରେ କେନ୍ଦ୍ରର ବରିଷ୍ଠ ବିଶେଷଜ୍ଞ ଡ. ଅନୀଲ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ ା କୃଷି ବିଶେଷଜ୍ଞ ବିଜୟଲକ୍ଷ୍ମୀ ରାଉତ, ବ୍ଲକ ସହକାରୀ କୃଷି ଉଦ୍ୟାନ ଅଧିକାରୀ ଅଜିତ କୁମାର ନାୟକ, ଜିଲା ଜୀବିକା ମିଶନ ଅଧିକାରୀ ସଞ୍ଜୟ କୁମାର ମହାପାତ୍ର, ବ୍ୟାଙ୍କ ଅଧିକାରୀ ଗୋପାଳ ଚନ୍ଦ୍ର ପ୍ରଧାନ, କେବିକେ ବିଶେଷଜ୍ଞ ଶୁଚିସ୍ମିତା ଦ୍ୱିବେଦୀ, ସହକାରୀ କୃଷି ଅଧିକାରୀ ମୀରା ରୋଜାଲିନ ଓ ବ୍ଲକ ଜୀବିକା ମିଶନ ଅଧିକାରୀ ଅତିଥି ଭାବେ ଯୋଗଦେଇ ଚାଷୀମାନଙ୍କୁ ବୈଷୟିକ ପରାମର୍ଶ ଦେଇଥିଲେ ା ବର୍ଷର ସବୁ ସମୟରେ ସେମାନେ କିପରି ସପରିବାର ଛତୁ ଚାଷରେ ନିୟୋଜିତ ହୋଇ ରୋଜଗାରକ୍ଷମ ହୋଇପାରିବେ ସେ ନେଇ ଆଲୋଚନା କରିଥିଲେ। ଚାଷୀମାନେ ରାସ୍ତା ପାର୍ଶ୍ୱରେ ଛତା ତଳେ ବସି ଛତୁ ବିକ୍ରି କରୁଥିବା ବେଳେ ସେମାନଙ୍କୁ ଛାତ ତଳେ ବିକ୍ରି ସୁଯୋଗ ଦେବାକୁ ମତପ୍ରକାଶ ପାଇଥିଲା। ଏ ନେଇ ଅତିଥିମାନେ ଜିଲାପାଳଙ୍କ ସହିତ ଯୋଗାଯୋଗ କରି ସ୍ଥାନୀୟ କୃଷକ ବଜାରରେ ଖାଲିଥିବା ଦୋକାନ ଘର ଯୋଗାଇଦେବାକୁ ଚାଷୀମାନେ ଦାବି ଉପସ୍ଥାପନ କରିଥିଲେ। ଏହି ଅବସରରେ କେତେକ ସଫଳ ଛତୁ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା ା ସ୍ଥାନୀୟ ରଘୁନାଥ ଛତୁ ଛାଷ କେନ୍ଦ୍ର ସମ୍ପାଦକ ଗଣେଶ କୁମାର ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ରାସ୍ତାରେ ଅଟକି ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀମାନଙ୍କୁ ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି

ଦିଗପହଣ୍ଡି,୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri