ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ ସମ୍ପର୍କିତ ଜନଶୁଣାଣି ଶିବିର

ମହାକାଳପଡା,୭ା୯(ଡି.ଏନ.ଏ.)- ମହାକାଳପଡ଼ାବ୍ଲକ ସଭାଗୃହରେ ଶୁକ୍ରବାର ଜିଲାସ୍ତରୀୟ ଜଙ୍ଗଲ ଜମି ଅଧିକାର ଆଇନ୍‌ ସମ୍ପର୍କିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ଜଙ୍ଗଲ ଅଧିକାର ସ୍ବୀକୃତି ଆଇନ ଓ ସଂଶୋଧନ ନିୟମାବଳୀ ଅନୁସାରେ ଖାରଜ ହୋଇଥିବା ଆବେଦନ ଓ ଅପିଲ ଉପରେ ଏହି ଶିବିର ଆୟୋଜିତ ହୋଇଥିଲା। ମହାକାଳପଡା ବ୍ଲକ ବତୀଘର ପଞ୍ଚାୟତ ଅନ୍ତର୍ଗତ ହେଟାମୁଣ୍ଡିଆ ଗ୍ରାମର ୯୧୫ ଜଣ ହିତାଧିକାରୀଙ୍କୁ ଏହି ଶିବିରରେ ଯୋଗଦେବା ଲାଗି ପୂର୍ବରୁ ନୋଟିସ ଦିଆଯାଇଥିଲା। ସେମାନଙ୍କ ମଧ୍ୟରୁ କେବଳ ୪୫୭ ଜଣ ହିତାଧିକାରୀ ଏଥିରେ ଯୋଗଦେଇ ଗ୍ରାମରେ ଦୀର୍ଘବର୍ଷ ଧରି ବସବାସ କରି ଆସୁଥିତ୍ବା ଦାବି ଉପସ୍ଥାପନ କରିଥିଲେ। ହେଟାମୁଣ୍ଡିଆ ଏକ ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ହୋଇଥିବାରୁ ଜଙ୍ଗଲ ଜମି ଅଧିକାର ଆଇନ ଅନୁସାରେ, ୨୦୦୫ ଡିସେମ୍ବର ୧୩ ତାରିଖ ପୂର୍ବରୁ ଯେଉଁ ପାରମ୍ପରିକ ଆଦିବାସୀ ପରିବାର କିମ୍ବା ଅନ୍ୟାନ୍ୟବର୍ଗର ପାରମ୍ପରିକ ବନବାସୀ ତିନି ପିଢି ଧରି ବସବାସ କରୁଥିବେ ତାର ପ୍ରମାଣ ପତ୍ର ଅବା ରସିଦ୍‌ ଦାଖଲ କରିବାକୁ ହେବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଥିଲା। ଏହି ଅବସରରେ ୪ଟି ଟେବୁଲରେ ଗ୍ରୁପର ଶୁଣାଣି କରାଯାଇ ହିତାଧିକାରୀଙ୍କଠାରୁ ପ୍ରମାଣପତ୍ର ଗ୍ରହଣ କରାଯାଇଥିଲା।
ଏଥିରେ ଅତିରିକ୍ତ ଜିଲାପାଳ ବସନ୍ତ କୁମାର ରାଉତ, ଡିଏଫ୍‌ଓ ବିକାଶ ରଞ୍ଜନ ଦାଶ, ଜିଲା ମଙ୍ଗଳ ଅଧିକାରୀ କାଳିନ୍ଦୀଚରଣ ଭୋଇ ଯୋଗଦେଇ ଶିବିର ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମହାକାଳପଡା ଅତିରିକ୍ତ ତହସିଲଦାର ଅଜିତ କୁମାର ସାହୁ, ଏସିଏଫ୍‌ ବିଜୟ କୁମାର ପରିଡା, ରାମପଦ ଅରବିନ୍ଦ ମିଶ୍ର ପ୍ରମୁଖ ଅଧିକାରୀ ଏଥିରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…

ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

‘ଏବେଠାରୁ ସଚେତନ ନ ରହିଲେ ଭବିଷ୍ୟତ ପିଢ଼ି ପାଇଁ ସ୍ଥିତି ହେବ ଭୟଙ୍କର’

ମହାକାଳପଡ଼ା,୬ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବେଣାକନ୍ଧାସ୍ଥିତ ତପୋବନ ଉଚ୍ଚ ବିଦ୍ୟାଳୟ ଇକୋ କ୍ଲବ୍‌ ଜାତୀୟ ସବୁଜ ବାହିନୀ ପକ୍ଷରୁ ୫୪ ତମ ବିଶ୍ୱ…

ହଠାତ୍‌ ଘରେ ପଶିଲେ ଦୁର୍ବୃତ୍ତ: ବେକରେ ଭୁଜାଲି ଲଗାଇ ଲୁଟିନେଲେ ଅଳଙ୍କାର ସହ ନଗଦ ଟଙ୍କା

ଆଳି, ୬।୬(ବନମାଳୀ ସେନାପତି): ବନ୍ଧୁକ ମୁନରେ ଲୁଟିନେଲେ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା l ଶୁକ୍ରବାର ସନ୍ଧ୍ୟା ପ୍ରାୟ ୮.୩୦ ସମୟରେ…

ଜିଲାପାଳଙ୍କ କାର୍ଯ୍ୟାଳୟରେ ଯୁବକଙ୍କ ଆତ୍ମହତ୍ୟା: ଜମି ବିକ୍ରି ଅନୁମତି ପାଇଁ ନିରାଶ ପରେ…

କେନ୍ଦ୍ରାପଡ଼ା, ୫ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ଜିଲାପାଳଙ୍କ କାର୍ଯ୍ୟାଳୟ ଉପର ତାଲା ଶିଡି ରେଲିଂରେ ବେକରେ ଗାମୁଛା ବାନ୍ଧି ଶୁକ୍ରବାର ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri