ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ‘ଲୋଭ ପରିହାର କର, ସଚ୍ଚୋଟ ହୁଅ’

ଅନୁଗୋଳ ଅଫିସ, ୧ା୧୧-ଜିଲାସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଗୁରୁବାର ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ସଭା ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ଯୋଗଦେଇ ଦୁର୍ନୀତି ନିବାରଣ ପାଇଁ ଜନସଚେତନତା ଉପରେ ଗୁରୁତ୍ୱାରୋପ କରିଥିଲେ। ଲୋଭ ପରିହାର କରି ସଚ୍ଚୋଟପଣିଆକୁ ଆଦରି ନେଲେ ସମାଜରେ ପରିବର୍ତ୍ତନ ଆସିପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ।
ଅତିରିକ୍ତ ଜିଲାପାଳ କହିଥିଲେ ଯେ, ସରକାର ଶାସନଗତ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିବା ପାଇଁ ୫-ଟି ଓ ସୂଚନା ଅଧିକାର ଆଇନ କାର୍ଯ୍ୟକାରୀ କରୁଛନ୍ତି। ଓଡ଼ିଶା ଜନସେବା ଅଧିକାର ଆଇନରେ ଲୋକମାନଙ୍କୁ ୨୪୦ ପ୍ରକାର ସେବା ୩୫ଟି ବିଭାଗ ଦ୍ୱାରା ପ୍ରଦାନ କରାଯାଉଛି। ଏଥିରେ ଖିଲାପ କଲେ ଦଣ୍ଡବିଧାନ କରାଯାଉଛି। ତେଣୁ ଲାଞ୍ଚ ଗ୍ରହଣ ଓ ଲାଞ୍ଚ ଦେବାକୁ ପ୍ରତିରୋଧ ସହ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଲୋକଙ୍କୁ ସେବା ଯୋଗାଇ ଦେବାକୁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଅନୁଗୋଳ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ଶାନ୍ତନୁ କୁମାର ସର ସମ୍ମାନିତ ବକ୍ତା ଭାବେ ଯୋଗଦେଇ ଚଳିତ ବର୍ଷର ବାର୍ତ୍ତା ସଚ୍ଚୋଟତା ଏକ ଜୀବନ ଶୈଳୀ ଉପରେ ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ ଯୋଗଦେଇ ଦୁର୍ନୀତି ସମାଜକୁ ସମୃଦ୍ଧିରୁ ବଞ୍ଚତ୍ତ କରୁଛି ବୋଲି କହିଥିଲେ। ଏହି ଅବସରରେ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଦୁର୍ନୀତି ନିବାରଣ ନିମନ୍ତେ ଉପସ୍ଥିତ ବିଭିନ୍ନ ବିଭାଗର ଅଧିକାରୀ, ସାମାଜିକ କର୍ମୀ, ବିଶିଷ୍ଟ ବ୍ୟକ୍ତି, ଶିକ୍ଷାବିତ, ବୁଦ୍ଧିଜୀବୀ ଓ ଛାତ୍ରୀଛାତ୍ରମାନଙ୍କୁ ଶପଥପାଠ କରାଯାଇଥିଲା। ଏଥିସହ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଶତବାର୍ଷିକୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତା ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ଉପଲକ୍ଷେ ରାଷ୍ଟ୍ରୀୟ ସଙ୍କଳ୍ପ ଦିବସ ଶପଥ ପାଠ କରାଯାଇଥିଲା। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବସନ୍ତ କୁମାର ପ୍ରଧାନ ଓ ଅନୁଗୋଳ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିରଞ୍ଜନ ଦେହୁରୀ ଯୋଗଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶରତ ଚନ୍ଦ୍ର ସେଠୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନୁଗୋଳ ଦୁର୍ନୀତି ନିବାରଣ ବିଭାଗ ଡିଏସ୍‌ପି ପ୍ରଦୀପ କୁମାର ପ୍ରଧାନ ଓ ଇନ୍ସପେକ୍ଟର ଦଇତାରୀ ଘଡ଼େଇଙ୍କ ସମେତ ଭିଜିଲାନ୍ସ କାର୍ଯ୍ୟାଳୟର କର୍ମଚାରୀ, ଜିଲା ସଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀମାନେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କୁ ଜୀବିତ ଦର୍ଶାଇ ୧୪ ଏକର ଜମି କିଣାବିକାରେ ଜାଲିଆତି: ଧାନ ପଞ୍ଜିକରଣରୁ ବାଦ୍ ପଡ଼ିଲେ ଚାଷୀ,ରାଜରାସ୍ତାକୁ…

ଛତ୍ରପୁର, ୯।୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ମୌଜାରେ ଜମି କିଣାବିକାକୁ ନେଇ ଏକ ବଡ଼ ଧରଣର ଜାଲିଆତି ହୋଇଥିବା…

ଟ୍ୟୁସନ ସାରି ଘରକୁ ଫେରୁଥିଲେ, ସ୍କୁଟି ଆଗକୁ ଚାଲିଆସିଲା କୁକୁର: ନାବାଳକ ଗୁରୁତର, ମାନବିକତା ଦେଖାଇଲେ…

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼-ଭଟଲି ମୁଖ୍ୟ ରାସ୍ତାର ଡାଙ୍ଗ ପେଟ୍ରୋଲ ପମ୍ପ ସମ୍ମୁଖରେ ବୁଧବାର ଏକ ଶୋଚନୀୟ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ୧୫…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ସ୍ତ୍ରୀଙ୍କୁ ଦେଉ ନ ଥିଲେ ଭରଣପୋଷଣ: କୋର୍ଟ ୱାରେଣ୍ଟ ବଳରେ ସ୍ୱାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ସ୍ତ୍ରୀଙ୍କୁ ଭରଣପୋଷଣ ଟଙ୍କା ନ ଦେବା ସ୍ୱାମୀଙ୍କୁ ପଡ଼ିଲା ମହଙ୍ଗା। କୋର୍ଟଙ୍କ ନିର୍ଦ୍ଦେଶ ଅବମାନନା କରିବା ଅଭିଯୋଗରେ ଶେଷରେ ପୋଲିସ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri