ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ: ୯୨୩୫୨ ମେଟ୍ରିକ ଟନ୍‌ ସଂଗ୍ରହ ଲକ୍ଷ୍ୟ

ଢେଙ୍କାନାଳ ଅଫିସ, ୮।୧୧-ଢେଙ୍କାନାଳ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ। ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଚଳିତ ମାସ ୨୯ରୁ ଧାନ ସଂଗ୍ରହ ଆରମ୍ଭ ହୋଇ ମାର୍ଚ୍ଚ ୩୧ ଯାଏ ଚାଲିବ। ଧାନ ସଂଗ୍ରହର ୧୫ଦିନ ପୂର୍ବରୁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରାଜ୍ୟସ୍ତରରୁ ଟୋକନ ଦିଆଯିବ। ପ୍ରଥମ ପର୍ଯ୍ୟାୟରେ ୯୨,୩୫୨ ମେଟ୍ରିକ ଧାନ ଏବଂ ୫୯,୮୪୦ ମେଟ୍ରିକ ଟନ ଚାଉଳ ସଂଗ୍ରହ କରାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ସେହିପରି କୃଷି ବିଭାଗ ଚଳିତ ବର୍ଷ ୧ଲକ୍ଷ ୪୨ହଜାର ୩୦ ମେଟ୍ରିକ ଟନ୍‌ ବଳକା ଧାନ ସଂଗ୍ରହ କରିବାକୁ ଆକଳନ କରିଛି।
୨୦୧୯-୨୦ ବର୍ଷର ଖରିଫ୍‌ ଧାନ ବିକ୍ରି ଲାଗି ୩୯,୫୦୩ ଚାଷୀ ଅନ୍‌ଲାଇନରେ ପଞ୍ଜୀକୃତ ହୋଇଛନ୍ତ। ଅନ୍‌ଲାଇନରେ ଭି-ପାସ୍‌, ଭି-୨.୦ ଏବଂ ଆଇ.ଆର.ଆଇ.ଏସ୍‌ ସ୍କାନର ମାଧ୍ୟମରେ ଧାନ ସଂଗୃହୀତ ହେବ। ଚଳିତବର୍ଷ କୁଇଣ୍ଟାଲ ପିଛା ସାଧାରଣ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୧୮୧୫ ଟଙ୍କା ଏବଂ ଏ-ଗ୍ରେଡ୍‌ ଧାନ ପାଇଁ ୧୮୩୫ ଟଙ୍କା ରଖାଯାଇଛି। ରାଜ୍ୟ ସମବାୟ ବ୍ୟାଙ୍କ ଦ୍ୱାରା ୨୪ରୁ ୪୮ ଘଣ୍ଟା ଭିତରେ ଚାଷୀଙ୍କ ପ୍ରାପ୍ୟ ସିଧାସଳଖ ଆକାଉଣ୍ଟକୁ ଯିବ। ଧାନ କିଣାବିକାକୁ ଶୃଙ୍ଖଳିତ କରିବା ଚାଷୀଙ୍କୁ ତାଲିମ ଦିଆଯିବ। ଧାନର ଏଫ୍‌ଏକ୍ୟୁ ମାନ, ସର୍ବନିମ୍ନ ସହାୟକ ମୂଲ୍ୟ, କ୍ରୟକେନ୍ଦ୍ର ନିରୂପଣ, କ୍ରୟ ତାରିଖ, ପ୍ରତିଦିନ ସର୍ବାଧିକ ଧାନକ୍ରୟର ପରିମାଣ ଆଞ୍ଚଳିକ ନିୟନ୍ତ୍ରିତ ବଜାର କମିଟି ଦ୍ୱାରା ନିର୍ଦ୍ଧାରିତ ହେବ। ଲିଫ୍‌ଲେଟ୍‌, ବ୍ୟାନର, ମାଇକ ପ୍ରଚାର, କର୍ମଶାଳା, ଗଣମାଧ୍ୟମ ଦ୍ୱାରା ସଚେତନତା ସୃଷ୍ଟି କରାଯିବ। ଆଞ୍ଚଳିତ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ସମସ୍ତ ଯନ୍ତ୍ରାଂଶ ଯୋଗାଇ ଦିଆଯିବ ା
ଚଳିତ ଖରିଫ୍‌ ଋତୁରେ ୧୪ଜଣ ମିଲର ଏବଂ ସମସ୍ତ ୮୦ ପ୍ୟାକ୍ସ ଧାନକ୍ରୟରେ ଅଂଶଗ୍ରହଣ କରିବେ। ଜିଲାସ୍ତରରେ ଅତିରିକ୍ତ ଜିଲାପାଳ, ଉପଖଣ୍ଡସ୍ତରରେ ଉପଜିଲାପାଳ,


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri