ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ୭ଦିନ ମଧ୍ୟରେ ଦାଖଲ ହେବ କଣ୍ଟିଜେଣ୍ଟ ପ୍ଲାନ୍‌

ଖୋର୍ଦ୍ଧା ଅଫିସ,୧ା୬: ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲାପାଳଙ୍କ ସଦ୍‌ଭାବନା କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂପିନ୍ଦର ସିଂ ପୁନିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ତଥା ଏକାମ୍ର ବିଧାୟକ ଅଶୋକ ଚନ୍ଦ୍ର ପଣ୍ଡା ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ବେଗୁନିଆ ବିଧାୟକ ରାଜେନ୍ଦ୍ର କୁମାର ସାହୁ, ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଦଳେଇ ପ୍ରମୁଖ ଯୋଗ ଦେଇଥିଲେ। ବାତ୍ୟା ଫନୀରେ ଭୁବନେଶ୍ୱର, ଜଟଣୀ, ଖୋର୍ଦ୍ଧା ସମେତ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏହାର ମୁକାବିଲା ନିମନ୍ତେ ସମସ୍ତଙ୍କର ସହଯୋଗ ଓ ସମନ୍ବୟ ନିହାତି ଆବଶ୍ୟକ ବୋଲି ବିଧାୟକମାନେ ମତ ରଖିଥିଲେ। ତେବେ ଦୁର୍ବଳ ନଦୀବନ୍ଧ ଓ କେନାଲ ବନ୍ଧଗୁଡିକର ଯୁଗ୍ମ ତଦନ୍ତ ଜଳସେଚନ ବିଭାଗ ଓ ସ୍ଥାନୀୟ ତହସିଲଦାରମାନେ ଜୁନ ୧୦ ତାରିଖ ସୁଦ୍ଧା କରି ରିପୋର୍ଟ ଦେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ଦୁର୍ବଳ ନଦୀବନ୍ଧ ଓ କେନାଲ ବନ୍ଧଗୁଡିକର ମରାମତି କାର୍ଯ୍ୟ ମୌସୁମୀ ଆସିବା ପୂର୍ବରୁ ଶେଷ କରିବାକୁ ଅନୁରୂପ ନିର୍ଦ୍ଦେଶ ରହିଛି। ପୁଣି ନଦୀ, ଜଳ ନିଷ୍କାସନ ନାଳ ଓ କେନାଲଗୁଡିକରୁ ଦଳ ସଫା କରିବାକୁ କୁହାଯାଇଛି। ଭୁବନେଶ୍ୱର ମହାନଗର ନିଗମ ଓ ଅନ୍ୟ ସହରାଞ୍ଚଳରୁ ଜମି ରହିଥିବା ବର୍ଷାଜଳକୁ ତୁରନ୍ତ ନିଷ୍କାସନ କରିବାକୁ ଡ୍ରେନେଜ ବିଭାଗକୁ ନିର୍ଦ୍ଦେଶ ରହିଛି। ବିଡିଓ, ପୌର ସଂସ୍ଥାର ନିର୍ବାହୀ ଅଧିକାରୀ, ସିଡିଏମ୍‌ଓ, ସିଡିଭିଓ, କୃଷି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ସମେତ ଇଞ୍ଜିନିୟରିଂ ବିଭାଗଗୁଡିକ ବାତ୍ୟା ଓ ବନ୍ୟାର ପ୍ରତିକାର ଉଦ୍ଦେଶ୍ୟରେ କଣ୍ଟିଜେଣ୍ଟ ପ୍ଲାନ ୭ ଦିନ ମଧ୍ୟରେ କରିବାକୁ ପରାମର୍ଶ ରହିଛି। ବାତ୍ୟା ଓ ବନ୍ୟା ସମୟରେ ଡଙ୍ଗା ମୁତୟନ କରିବା ନିମନ୍ତେ ଚିଲିକା ଡଙ୍ଗା ମାଲିକମାନଙ୍କର ଏକ ତାଲିକା ପ୍ରସ୍ତୁତ କରାଯିବ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବିପନ୍ନମାନଙ୍କୁ ସହଯୋଗ କରିବାକୁ ଆବଶ୍ୟକ ଖାଦ୍ୟ ପଦାର୍ଥ ଗଚ୍ଛିତ କରି ରଖିବାକୁ କୁହାଯାଇଛି। ଆରଡବ୍ଲ୍ୟୁଏସଏସ୍‌, ସ୍ବାସ୍ଥ୍ୟ ବିଭାଗ, କୃଷି ବିଭାଗ ଓ ପ୍ରାଣୀ ବିଭାଗ ମଧ୍ୟ ତତ୍ପର ରହି ଅନୁରୂପ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ରହିଛି। ପ୍ରାକୃତିକ ବିପର୍ଯ୍ୟୟର ସୁପରିଚାଳନା ପାଇଁ ବ୍ଲକ, ବିଜ୍ଞାପିତ ଅଞ୍ଚଳ ଓ ପୌରାଞ୍ଚଳକୁ ଗୋଟିଏ ଲେଖାଏ ସର୍କଲରେ ବିଭକ୍ତ କରାଯାଇଛି। ରିଲିଫ୍‌ ବଣ୍ଟନ ଓ ଉଦ୍ଧାର କାର୍ଯ୍ୟରେ ସହାୟତା ପାଇଁ ସରକାରୀ ଓ ଅଣ ଆନୁଷ୍ଠାନିକ ସଂସ୍ଥାର କର୍ମକର୍ତ୍ତାମାନଙ୍କର ଏକ ତାଲିକା ପ୍ରସ୍ତୁତ କରି ରିଲିଫ୍‌ ଦଳ ଗଠନ କରିବାକୁ ନିର୍ଦ୍ଦେଶ ରହିଛି। ବିପର୍ଯ୍ୟୟ ସମୟରେ ବିଦ୍ୟୁତ୍‌ ସରବରାହ ଓ ଟେଲିଫୋନ ସେବାକୁ ଚାଲୁ ରଖିବା ଉଦ୍ଦେଶ୍ୟରେ ପଦକ୍ଷେପ ନେବାକୁ ଅନୁରୂପ ନିର୍ଦ୍ଦେଶ ରହିଛି। ପୁଣି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଉଦ୍ଦେଶ୍ୟରେ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ ଜୁନ ୧ରୁ ନଭେମ୍ବର ପର୍ଯ୍ୟନ୍ତ କାମ କରିବ। ଅନ୍ୟମାନଙ୍କ ମଧ୍ୟରେ ଖୋର୍ଦ୍ଧା ଏସ୍‌ପି, ପିଡି ଡିଆରଡିଏ, ଖୋର୍ଦ୍ଧା ଉପଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri