ଜିଲାସ୍ତରୀୟ ବ୍ୟାଡମିଣ୍ଟନ, ଭଲିବଲ ପ୍ରତିଯୋଗିତା: କ୍ରୀଡ଼ା ମାନସିକ, ଶାରୀରିକ ସୁସ୍ଥତା ଆଣିଦିଏ

ନୂଆପଡା ଅଫିସ,୧୮ା୯-ସ୍ଥାନୀୟ ମିନିଷ୍ଟାଡିୟମରେ ଜିଲା ଶିକ୍ଷା ବିଭାଗ ତରଫରୁ ମଙ୍ଗଳବାର ଜିଲାସ୍ତରୀୟ ବ୍ୟାଡମିଣ୍ଟନ ଓ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିଥିମାନେ ଯୋଗଦେଇ କ୍ରିଡା କିପରି ମାନସିକ ଏବଂ ଶାରୀରିକ ସୁସ୍ଥତା ଦିଗରେ କାମ କରିଥାଏ ସେ ଉପରେ ମତ ରଖିଥିଲେ । ପୂର୍ବାହ୍ନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ ସଭାପତିତ୍ୱ କରିଥିବାବେଳେ ଜିଲା ପରିଷଦ ଅଧ୍ୟକ୍ଷା ନମିତା ପ୍ରଧାନ ମୁଖ୍ୟଅତିଥି, ନୂଆପଡା ବ୍ଲକ ଶିକ୍ଷାଧିକାରୀ ଡ.ରେଶମ ଲାଲ ନାଏକ, ଜିଲା ବିଜ୍ଞାନ ଶିକ୍ଷା ନିରୀକ୍ଷକ ଅଶ୍ୱିନୀ କୁମାର ଭୋଇ, ବିନୋଦ କୁମାର ପାଢୀ, ନ୍ୟାଶନାଲ ହାଇସ୍କୁଲ ପ୍ରଧାନଶିକ୍ଷକ ସୁକାନ୍ତ କୁମାର ସତପଥୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଜିଲା କ୍ରିଡା ନିରୀକ୍ଷକ ମହେଶ ଦଣ୍ଡସେନା ପରିଚାଳନା କରିଥିଲେ। ଏଥିରେ ୫ଟି ବ୍ଲକର ୧୯୦ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଭଲିବଲରେ ୧୪ ବର୍ଷରୁ କମ ବୟସ ପୁରୁଷ ବର୍ଗରେ ସିନାପାଲି ଚାମ୍ପିୟନ ହୋଇଥିବାବେଳେ ନୂଆପଡା ଦଳ ରନର୍ସଅପ ହୋଇଛି । ଏହିଭଳି ୧୭ ବର୍ଷରୁ କମ ବାଳିକା ବର୍ଗରେ ନୂଆପଡା ଦଳ ଚାମ୍ପିୟନ ଏବଂ ଖଡିଆଳ ରନର୍ସ ଅପ, ବାଳକ ବର୍ଗରେ ନୂଆପଡା ଦଳ ଚାମ୍ପିୟନ, କୋମନା ଦଳ ରନର୍ସ ଅପ ହୋଇଛି ା ବ୍ୟାଡମିଣ୍ଟନ ୧୭ବର୍ଷରୁ କମ ବାଳକ ବର୍ଗରେ ଖଡିଆଳ ଦଳ ରାହୁଲ ମେହେର ଏବଂ ସାଥୀ ଶକ୍ତି ସ୍ବରୂପ ସୁପକାର ଚାମ୍ପିୟନ, ନୂଆପଡା ଦଳ ରନର୍ସ ଅପ, ବାଳିକା ବର୍ଗରେ ନୂଆପଡା ଦଳ ଚାମ୍ପିୟନ ଏବଂ ଖଡିଆଳ ଦଳ ରନର୍ସ ଅପ ହୋଇଛି । ଏହି କାର୍ଯ୍ୟକ୍ରମରେ ଅତିଥିମାନେ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ । ପ୍ରତିଯୋଗୀତାକୁ ସମସ୍ତ ଖେଳ ଶିକ୍ଷକମାନେ ପରିଚାଳନା କରିଥିଲେ । ଏଠିକାର କୃତୀ ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରରେ ହେବାକୁ ଥିବା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା କାର୍ଯ୍ୟସୂଚୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

ଫିଲ୍ଡରେ କାର୍ଯ୍ୟ କରୁଥିବାବେଳେ ହଠାତ୍‌ ଟଳିପଡ଼ିଲେ ବିଦ୍ୟୁତ୍‌ କର୍ମଚାରୀ, ସ୍ତ୍ରୀଙ୍କୁ ଚାକିରି ସହ କ୍ଷତିପୂରଣ ଦାବିରେ…

ଭଞ୍ଜନଗର,୫ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାଓ୍ବାର ଅଧୀନରେ କାର୍ଯ୍ୟରତ କର୍ମଚାରୀ ଦୁର୍ଗାମାଧବ ଜେନା (୪୫) ଶୁକ୍ରବାର ଫିଲ୍ଡରେ କାମ କରୁଥିବା ବେଳେ ହଠାତ୍‌ ଟଳିପଡ଼ିଥିଲେ।…

ପାନୀୟ ଜଳ ବିଦ୍ୟୁତ ସମସ୍ୟା ନେଇ ଟାଟା ପାଓ୍ବାର ଅଫିସ ଘେରାଉ

ବଲାଙ୍ଗୀର,୫ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମପଞ୍ଚାୟତର ବହୁ ଗ୍ରାମବାସୀ ଶୁକ୍ରବାର ବଲାଙ୍ଗୀର ଆସି ଆରଡବ୍ଲ୍ୟୁଏସ୍‌ଏସ୍‌ ଅଧୀକ୍ଷଣ ଯନ୍ତ୍ରୀ ଅଫିସ ଏବଂ…

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri