ଜିଲାସ୍ତରୀୟ ମେଗା ଆଇନସେବା ଶିବିର: ‘ଅଧିକାର ଜଣାଇବା ମୂଳଲକ୍ଷ୍ୟ’

ଢେଙ୍କାନାଳ ଅଫିସ, ୫।୮: ଢେଙ୍କାନାଳସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଜିଲାସ୍ତରୀୟ ମେଗା ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନସେବା ପ୍ରାଧିକରଣ, ଜିଲା ଆଇନସେବା ପ୍ରାଧିକରଣ, ଜିଲା ପ୍ରଶାସନର ମିଳିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ହାଇକୋର୍ଟ ବିଚାରପତି ତଥା ରାଜ୍ୟ ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷା ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ଏହାକୁ ଉଦ୍‌ଘାଟନ କରି କହିଲେ, ଜନସାଧାରଣଙ୍କୁ ସେମାନଙ୍କ ଅଧିକାର ବିଷୟରେ ଜଣାଇବା ଏହି ଶିବିରର ପ୍ରମୁଖ ଲକ୍ଷ୍ୟ। ଭବିଷ୍ୟତ ପିଢ଼ି ଉପକୃତ ହେଲାଭଳି ଆମକୁ ଏକ ସମାଜ ଗଠନ କରିବାକୁ ପଡ଼ିବ। ଶିଶୁମାନଙ୍କୁ ଉପଯୁକ୍ତ ଶିକ୍ଷା ଦେଇ ସୁନାଗରିକ ଭାବେ ଗଢ଼ିତୋଳିବା ସମସ୍ତଙ୍କ ଗୁରୁଦାୟିତ୍ୱ ବୋଲି ସେ ପରାମର୍ଶ ଦେଇଥିଲେ। ଏଥିସହ ସରକାରଙ୍କ ଜନକଲ୍ୟାଣ ଯୋଜନା ଲୋକଙ୍କ ନିକଟରେ ପହଞ୍ଚାଇବା, ଆଦିବାସୀ, ଟ୍ରାନ୍ସଜେଣ୍ଡରଙ୍କ ପାଇଁ ରହିଥିବା ଅଧିକାର ସମ୍ପର୍କରେ ସଚେତନ କରାଇବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସାରା ରାଜ୍ୟରେ ଏଭଳି ୧୪ଟି କ୍ୟାମ୍ପ ମାଧ୍ୟମରେ ହିତାଧିକାରୀଙ୍କୁ ସେବା ଓ ସୁବିଧା ଯୋଗାଇ ଦିଆଯାଉଥିବା ଜଷ୍ଟିସ ପଣ୍ଡା ସୂଚନା ଦେଇଛନ୍ତି।
ଅନ୍ୟତମ ଅତିଥିଭାବେ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ଚିତ୍ତରଞ୍ଜନ ଦାସ କହିଲେ, ଗ୍ରାମାଞ୍ଚଳରେ ଏଭଳି ଶିବିର କରିବା ଜରୁରୀ। ଏହାଦ୍ୱାରା ଲୋକମାନେ ସେମାନଙ୍କ ଅଧିକାର ସମ୍ପର୍କରେ ସଚେତନ ହୋଇପାରିବେ। ଫଳରେ ତୃଣମୂଳସ୍ତରରୁ ବହୁ ସମସ୍ୟାର ସମାଧାନ ହୋଇପାରିବ। ଆଇନ ଜାଣିଲେ ଆମେ ଅଧିକାର ସାବ୍ୟସ୍ତ କରିପାରିବା ବୋଲି ସେ ମତବ୍ୟକ୍ତ କରିଥିଲେ। ରାଜ୍ୟ ଆଇନସେବା ପ୍ରାଧିକରଣ ସଦସ୍ୟ ଦେବାଶିଷ ନାୟକ, ଜିଲା ଆଇନସେବା ପ୍ରାଧିକରଣ ସଦସ୍ୟ ତଥା ଜିଲାଜଜ୍‌ ମଳୟ ରଞ୍ଜନ ଦାସ, ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା, ଏସ୍‌ପି ଅନୁପମା ଜେମ୍‌ସ ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସୀନ ଥିଲେ। ଏହି ଅବସରରେ ଅତିଥିମାନଙ୍କ ଦ୍ୱାରା ନ୍ୟୁଜ୍‌ ଲେଟର ‘ସ୍ବାଧିକାର’ ଉନ୍ମୋଚିତ ହୋଇଥିଲା। ଏଥିସହ ବିଭିନ୍ନ ବିଭାଗ ପକ୍ଷରୁ ଯୋଗ୍ୟ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଥିଲା।
ଶିବିରରେ ସ୍ଥାୟୀ ଲୋକ ଅଦାଲତର ଅଧ୍ୟକ୍ଷ ବିରଞ୍ଚତ୍ କୁମାର ରଥ, ଅତିରିକ୍ତ ଜିଲାଜଜ୍‌ ପ୍ରତିମା ପଣ୍ଡା, ରାଜ କୁମାର ମହାପାତ୍ର, ମୁଖ୍ୟବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍‌ ମୁକ୍ତିରଞ୍ଜନ ଶତପଥୀ, ରାଜ୍ୟ ଆଇନସେବା ପ୍ରାଧିକରଣ ଉପସଚିବ ଦୀପକ ରଞ୍ଜନ ସାହୁ, ବିଚାରପତି ଅଳ୍ପନା ସ୍ବାଇଁ, ସୁଜାତା ପ୍ରିୟମ୍ବଦା ସ୍ବାଇଁ, ଗୀତାଞ୍ଜଳି ନନ୍ଦ, ଏସ୍‌ଡିଜେଏମ୍‌ ଅଭିଜିତ କୁମାର ପୁରୋହିତ, ଜେଏମ୍‌ଏଫ୍‌ସି ସୁଶାନ୍ତ କୁମାର ନାୟକ, ପିଡି ଡିଆରଡିଏ ନରୋତ୍ତମ ବେହେରାଙ୍କ ସମେତ ଜିଲା ଓକିଲ ସଂଘ ସଦସ୍ୟ, ପ୍ୟାନେଲ ଲୟର୍ସ, ପାରାଲିଗାଲ ଭଲ୍ୟୁଣ୍ଟିୟର ପ୍ରମୁଖ ଉପସ୍ଥିତ ଥିଲେ। କୋର୍ଟ ମ୍ୟାନେଜର ପ୍ରିୟଙ୍କା ମିଶ୍ର ଶିବିର ପରିଚାଳନା କରିଥିବାବେଳେ ଜିଲା ଆଇନସେବା ପ୍ରାଧିକରଣ ସଚିବ ଅରୁଣ ପଟ୍ଟନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ଅକାଳ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଛତ୍ରପୁର,୧୦।୬( ଦିଲ୍ଲୀପ ସାମଲ) : ଛତ୍ରପୁର ପୌର ପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅକାଳ ବିୟୋଗ ହୋଇଛି । ସେ ଗତ ଏକ ମାସରୁ ଅଧିକ ଦିନ…

ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ,୧୦ା୬(ପ୍ରଭୁକଲ୍ୟାଣ ପାଲ୍): ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି ଯୋଗେଶ ବାହାଦୂର ଖୁରାନିଆ। ଚଳିତ ମାସ ୧୯ ଓ ୨୦ ତାରିଖରେ…

ଖଜୁରଗୁଡା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ, ନିମ୍ନ ମାନର କାମକୁ ନେଇ ଅସନ୍ତୋଷ ଗ୍ରାମବାସୀ

ଲାଞ୍ଜିଗଡ,୧୦।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ଖଜୁରଗୁଡା ଗାଁ ନିକଟରେ ଥିବା ସାନ୍ଦୁଲ ନଦୀ ବ୍ରିଜ ନିର୍ମାଣରେ ବିଳମ୍ବ ଏବଂ…

ଖାଦ୍ୟ ନିରାପତ୍ତା ବିଭାଗର ବଡ଼ ଆକ୍ସନ! ବିଭିନ୍ନ ହୋଟେଲରେ ଚଢ଼ାଉ, କୁଢ଼ କୁଢ଼ ବାସି ଖାଦ୍ୟ…

ଜୁନାଗଡ଼,୧୦।୬(ସୁନୀଲ କୁମାର ସିଂହ)- ଜନସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ବୁଧବାର ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ ଏ ସି) ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଷ୍ଟଲ୍‌…

ଓଡ଼ିଶା ପୋଲିସରେ ବଡ଼ ହଲଚଲ! କଳାହାଣ୍ଡି ଭାର ସମ୍ଭାଳିବେ ଏଡିଜିପି ଯତୀନ୍ଦ୍ର କୋଏଲ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଚରମ ସୀମାରେ ପହଞ୍ଚିବା ଏବଂ ପୋଲିସର କାର୍ଯ୍ୟଦକ୍ଷତା ଉପରେ ଚାରିଆଡ଼ୁ ସମାଲୋଚନା ହେବା ପରେ ଶେଷରେ ରାଜ୍ୟ ପୋଲିସ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri