ଝିଅମାନେ କୌଣସି ଗୁଣରେ ପୁଅଙ୍କଠାରୁ କମ୍‌ ନୁହନ୍ତି

ଦିଗପହଣ୍ଡି,୨୦ା୮(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର କନ୍ୟାରତ୍ନ ସୁରକ୍ଷା ଉଦ୍ଦେଶ୍ୟରେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ଗ୍ରାମରେ ଜିଲାସ୍ତରୀୟ ମୋ ଗେହ୍ଲା ଝିଅ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଆସିକା ଏମ୍‌ପି ପ୍ରମିଳା ବିଶୋୟୀ, ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡ. ବିଜୟ କୁମାର ପାଣିଗ୍ରାହୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ବିଡିଓ ହଳଧର ଶବର, ବ୍ଲକ ସହକାରୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଲେଙ୍କା, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ପାଢ଼ୀ, ଦିଗପହଣ୍ଡି ସିଡିପିଓ ଯଶୋବନ୍ତୀ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଗଞ୍ଜାମ ଜିଲାରେ ଝିଅମାନଙ୍କ ସଂଖ୍ୟା ଦ୍ରୁତଗତିରେ ହ୍ରାସ ପାଇଛି । ଜିଲା ପ୍ରଶାସନ ପକ୍ଷରୁ କନ୍ୟାରତ୍ନଙ୍କ ସୁରକ୍ଷା ପାଇଁ ମୋ ଗେହ୍ଲା ଝିଅ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ବୋଲି ଜିଲାପାଳ କହିଥିଲେ । ଝିଅମାନେ ପୁଅଙ୍କ ତୁଳନାରେ କୌଣସି ଗୁଣରେ କମ୍‌ ନୁହଁନ୍ତି ବୋଲି ସେ ପରାମର୍ଶ ଦେଇଥିଲେ। ଜିଲାପାଳ ରୁମାଲରେ କିଛି ଶିଶୁଙ୍କ ପାଦରେ ହଳଦୀ ଲଗାଇ ପାଦଚିହ୍ନ ସାଙ୍ଗରେ ନେବା ସହ କେକ୍‌ କାଟି ମା’ମାନଙ୍କୁ ପ୍ରଦାନ କରିଥିଲେ। ସଭା ପୂର୍ବରୁ ଅତିଥିବୃନ୍ଦ କନ୍ୟା ସଂଖ୍ୟା ଦ୍ରୁତଗତିରେ ହ୍ରାସ ପାଉଥିବା ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡେଶ୍ୱର ଗ୍ରାମରେ ପହଞ୍ଚତ୍ଥିଲେ। କନ୍ୟାସନ୍ତାନ ଓ ତାଙ୍କ ମା’ ମାନଙ୍କୁ ସମ୍ମାନିତ କରି ମିଷ୍ଟାନ୍ନ ବଣ୍ଟନ କରିବା ସହ ମାନପତ୍ର ଓ ପୁରସ୍କାର ବଣ୍ଟନ କରିଥିଲେ। ପୂର୍ବତନ ସରପଞ୍ଚ କେ. ସଞ୍ଜୀବ ରେଡ୍ଡୀ ଗ୍ରାମବାସୀଙ୍କ ପକ୍ଷରୁ ଅତିଥିବୃନ୍ଦଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଅତିଥିବୃନ୍ଦ ଚାରା ବଣ୍ଟନ କରିଥିଲେ । ବି.ତୁରୁବୁଡ଼ି ଗ୍ରାମ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ଆୟୋଜିତ ସଚେତନତା ସଭାରେ ବିଭିନ୍ନ ଗ୍ରାମରୁ ଆସିଥିବା ୫୦ରୁ ଉର୍ଦ୍ଧ୍ୱ କନ୍ୟା ସନ୍ତାନ ମା’, ସ୍ବୟଂ ସହାୟକ ଗୋଷ୍ଠୀ, ସମସ୍ତ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ସରପଞ୍ଚ କୋରି ସେଠୀ ଓ ଗ୍ରାମବାସୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri