ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି : ଗ୍ରାମାଞ୍ଚଳ ପ୍ରତିଭାର ବିକାଶ ପାଇଁ ପ୍ରକୃଷ୍ଟ ମଞ୍ଚ

ନୟାଗଡ଼ ଅଫିସ,୧୨।୧୧-ବିଦ୍ୟାଳୟସ୍ତରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭା ଓ ଜ୍ଞାନର ବିକାଶ ପାଇଁ ଉଦ୍ଦିଷ୍ଟ ଜିଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ସୋମବାର ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ା ଜିଲା ଶିକ୍ଷା ଅଧିକାରୀ ଶିବଶଙ୍କର ପ୍ରଧାନଙ୍କ ସଭାପତିତ୍ୱରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା କୃଷି ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ଯୋଗଦେଇଥିଲେ। ଗ୍ରାମାଞ୍ଚଳ ପିଲାମାନଙ୍କ ପ୍ରତିଭାର ବିକାଶ ପାଇଁ ସୁରଭି ଏକ ପ୍ରକୃଷ୍ଟ ମଞ୍ଚ ବୋଲି ସେ ପ୍ରକାଶ କରିଥିଲେ। ଛାତ୍ର,ଶିକ୍ଷକ, ଅଭିଭାବକ ଏହି ୩ ଜଣ ସମନ୍ବିିତ ଭାବେ କାର୍ଯ୍ୟ କରିବା ଦରକାର । ତାହେଲେ ଶିକ୍ଷା କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆସିବ। ଅଭିଭାବକମାନେ ପିଲାମାନଙ୍କ ଉପରେ ନିର୍ଦ୍ଦିଷ୍ଟ ପାଠ୍ୟକ୍ରମ ଲଦି ଦେବା ଅନୁଚିତ, ସେମାନଙ୍କ ଯାହା ଇଚ୍ଛା ସେହି ଅନୁସାରେ ପାଠ ପଢ଼ିଲେ ଭଲ କରିବେ ବୋଲି ମନ୍ତ୍ରୀ ସାହୁ ପ୍ରକାଶ କରିଥିଲେ। ଜିଲାପାଳ ଡ. ପୋମା ଟୁଡୁ ସମ୍ମାନିତ ଅତିଥିଭାବେ ଯୋଗଦେଇ ପ୍ରତି ପିଲା ପାଖରେ କିଛି ନା କିଛି ଅନ୍ତର୍ନିହିତ ଗୁଣ ରହିଛି ସେ ଗୁଣକୁ ଶିକ୍ଷକମାନେ ଚିହ୍ନିବା ଦରକାର ଓ ନିଜସ୍ବ ଶୈଳୀରେ ସେମାନଙ୍କ ଦକ୍ଷତାର ବିକାଶ ପାଇଁ ସୁଯୋଗ ଦେବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ଶ୍ୱେତ ମହାପାତ୍ର, ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ ପ୍ରମୁଖ ଅତିଥିଭାବେ ଯୋଗଦେଇ ବକ୍ତବ୍ୟ ରଖିଥିଲେ। ଉଭୟ କନିଷ୍ଠ ଏବଂ ବରିଷ୍ଠ ବିଭାଗରେ ବକ୍ତୃତା, ଏଲୋକେଶନ, ଚିତ୍ରାଙ୍କନ, ପ୍ରବନ୍ଧ, କୁଇଜ, କଣ୍ଠସଙ୍ଗୀତ, ସୃଜନଶୀଳ ଲିଖନ, ଭିନ୍ନକ୍ଷମ ଓ ସାଂସ୍କୃତିକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଦେବୀପ୍ରସାଦ ନନ୍ଦ, ଶୁଭଲକ୍ଷ୍ମୀ ପରିଡ଼ା, ଅରୋସ୍ମିତା ମାର୍ଥା, ଶ୍ରଦ୍ଧା ସୋହିନୀ ଆଚାର୍ଯ୍ୟ, ରୂପାଲି ଋତୁପର୍ଣ୍ଣା ସାହୁ, ଶୁଭଶ୍ରୀ ମିଶ୍ର, ରବିନାରାୟଣ ସାହୁ, ସ୍ମୃତି ପ୍ରିୟଦର୍ଶିନୀ ସାହୁ, ପ୍ରଭୁପାଦ ପାଣିଗ୍ରାହୀ, ନିକିତା ନାୟକ, ରଶ୍ମିତା ସାହୁ, ଶୁଭ୍ରାଜ୍ୟୋତି ମିଶ୍ର, ଅର୍ଚ୍ଚନା ପ୍ରିୟଦର୍ଶିନୀ ପ୍ରମୁଖ ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ହୋଇଥିବାବେଳେ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମନୋନୀତ ହୋଇଛି । ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରୀଛାତ୍ର ଆସନ୍ତା ମାସ ୧୨ ତାରିଖରେ ରାଜ୍ୟସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ ଭାଗ ନେବେ ବୋଲି ସୂଚନା ମିଳିଛି। ଶିକ୍ଷକ ଶେଖ ଅବଦୁଲ ଖାଲିକ ଏବଂ ବଟକିଶୋର ମହାପାତ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri