ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା

ଖଡିଆଳ,୨୨।୮(ଡି.ଏନ.ଏ.)  ନୂଆପଡା ଜିଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ବିଦ୍ୟାଳୟଠାରେ ଓଡିଶା ସରକାରଙ୍କ ଟିଇଆଣ୍ଡ ଏସସିଇଆରଟି ତରଫରୁ ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ଚେତନା ସୃଷ୍ଟି କରିବା ପାଇଁ ଜିଲାସ୍ତରୀୟ ୟୁଥ ପାର୍ଲାମେଣ୍ଟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଜିଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ଏବଂ ଜିଲା ବିଜ୍ଞାନ ନିରୀକ୍ଷକ ଅଶ୍ୱିନୀ କୁମାର ଭୋଇ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଶିକ୍ଷୟିତ୍ରୀ ସବିତା ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ ବିଚାରକ ଭାବେ ଶିକ୍ଷାବିତ ନବୀନ କିଶୋର ପାଢ଼ୀ ଏବଂ ସତିଶ କୁମାର ପଟ୍ଟନାୟକ ଦାୟିତ୍ୱ ନିର୍ବାହ କରିଥିଲେ । ବିଦ୍ୟାଳୟ ଶିକ୍ଷକ ଗୌରାଙ୍ଗ କୁମାର ସାହୁ କାର୍ଯ୍ୟକ୍ରମ ଉଦ୍ଦେଶ୍ୟ ଜ୍ଞାପନ କରିବା ସହ ପରିଚାଳନା କରିଥିଲେ । ବିଜ୍ଞାନ ଶିକ୍ଷକ ଅଶୋକ କୁମାର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଜିଲାର ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନଙ୍କ ମଧ୍ୟରେ ସଂସଦ ଓ ବିଧାନସଭା ସମ୍ପର୍କିତ କୁଇଜ ଏବଂ ବକୃତା ପ୍ରତିଯୋଗୀ ହୋଇଥିଲା । ଏଥିରେ ଭୁଲିଆଁସିକୁଆ ଉଚ୍ଚ ବିଦ୍ୟାଳୟ ଛାତ୍ର ଦେବେନ୍ଦ୍ର ମେହେର ପ୍ରଥମ, ସିନାପାଲି ଉଚ୍ଚ ବିଦ୍ୟାଳୟ ଛାତ୍ର ଆୟୁଷ କଶ୍ୟାପ ଦ୍ୱିତୀୟ ଏବଂ ବସ୍ତ୍ରାୟଗି ଉଚ୍ଚ ବିଦ୍ୟାଳୟ ଛାତ୍ରୀ ଜଜ୍ଞସିନୀ ଗଉଡ ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିଲେ। ଆଗାମୀ ଦିନରେ ଭୁବନେଶ୍ୱରଠାରେ ଆୟୋଜିତ ହେବାକୁ ଥିବା ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଦେବେନ୍ଦ୍ର ମେହେର ଅଂଶ ଗ୍ରହଣ କରିବେ । ଏହି କାର୍ଯ୍ୟକ୍ରମରେ ମହୁଲପଡା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ମହେଶ କୁମାର ତିୱାରୀ, କୁମ୍ଭ କଟା, ପ୍ରଣବ କୁମାର ପାତ୍ର, ନରେନ୍ଦ୍ର କୁମାର ନାୟକ, ଶିବପ୍ରସାଦ ସାହୁ, କୃପାସିନ୍ଧୁ ମେହେର, ଆଦିତ୍ୟ ନାରାୟଣ ପଣ୍ଡା, ଦୀନନାଥ ସାହୁ, ଦୀନକୃଷ୍ଣ କ୍ଷେତ୍ରୀ, ବିଭୂ ଚରଣ ସାହୁ, ହୃଷିକେଶ ନାୟକ, ଆଶିଷ କୁମାର ସା ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବେଳାଭୂମି ଅବକ୍ଷୟ ପ୍ରସଙ୍ଗ:ଜିଲାପାଳଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ସ୍ଥଗିତ

ଗଞ୍ଜାମ,୬।୭(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହେଉଛି ସମୁଦ୍ର l ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ଗୋଖର କୁଦାଠାରୁ ପୋଡମ ପେଟା, ବଟେଶ୍ୱର ବେଳାଭୂମି ଦେଇ ପ୍ରାୟଗି…

ବନ ମହୋତ୍ସବରେ, ଚାରା ରୋପଣ କଲେ ବ୍ରହ୍ମପୁର ବନଖଣ୍ଡ ଅଧିକାରୀ

ଦିଗପହଣ୍ଡି,୭।୭(ଅଶେଷ ନାଥ ମିଶ୍ର):  ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ ୭୭ ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି । ସୋମବାର ଦିଗପହଣ୍ଡି…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri