ଜିହ୍ବାର ଲାଳସା ସମ୍ବରଣ ନ କରିବାରୁ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା

ଇନ୍ଦୋର,୧୭।୭: ଦେଶର କରୋନା ସଂକ୍ରମଣରୁ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ଜିଲା ମଧ୍ୟରେ ମଧ୍ୟପ୍ରଦେଶର ଇନ୍ଦୋର ସାମିଲ ରହିଛି। ଏହି ମହାମାରୀର ପ୍ରକୋପକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ ଔଷଧ, ଫଳ, ପନିପରିବା, ସ୍ନାକ୍ସ, ଚାଟ ଓ ଖାଦ୍ୟସାମଗ୍ରୀ ଦୋକାନରୁ ସଂକ୍ରମଣରୁ ଦୂରେଇ ରହିବାକୁ ସତର୍କ କରାଯାଇଛି। କାରଣ ଇନ୍ଦୋରରେ ଲଗାତାର ଭାବେ ପ୍ରତିଦିନ ୧୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଯାହା ଏବେ ପ୍ରଶାସନ ପାଇଁ ଚିନ୍ତା ବଢ଼ାଇ ଦେଇଛି। ଇତିମଧ୍ୟରେ ଜିଲା ମାଜିଷ୍ଟ୍ରେଟ ମନୀଷ ସିଂ ଖାଦ୍ୟ ଦୋକାନରେ ଗ୍ରାହକଙ୍କ ଅବହେଳାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସହରର ଶିକ୍ଷିତ ଲୋକମାନେ ଚାଟ ଦୋକାନ ନିକଟରେ ଠିଆ ହୋଇ ପାଣିବା ସହ ଅନ୍ୟାନ୍ୟ ଜିନିଷ ଖାଉଛନ୍ତି ଏବଂ ମାସ୍କ ନ ଲଗାଇ ପରସ୍ପର ମଧ୍ୟରେ କଥାବାର୍ତ୍ତା ମଧ୍ୟ କରୁଛନ୍ତି। ଯାହା ଅତ୍ୟନ୍ତ ଖରାପ।

ଅଧିକାଂଶ କ୍ଷେତ୍ରରେ ଜାଣିବାକୁ ମିଳିଛି ଯେ, କରୋନା ଆକ୍ରାନ୍ତ ହୋଇଥିବା ଲୋକମାନେ ନିୟମିତ ଭାବେ ଫଳ, ପନିପରିବା ଓ ଔଷଧ କିଣିବାକୁ କିମ୍ବା ଖାଦ୍ୟ ଦୋକାନକୁ ଯାଇଥିଲେ। ତେଣୁ ଏଭଳି ଦୋକାନଗୁଡିକ କରୋନା ସଂକ୍ରମଣ ବ୍ୟାପିବାର ଏକ କେନ୍ଦ୍ର ବୋଲି ଜିଲାଧିକାରୀ କହିଛନ୍ତି। ସେହିପରି ସବୁ ସ୍ଥାନରେ ତଦାରଖ ପାଇଁ ପ୍ରଶାସନ, ପୋଲିସ ଓ ମ୍ୟୁନିସିପାଲିଟି କର୍ପୋରେସନ କର୍ମଚାରୀଙ୍କୁ ନିୟୋଜିତ କରାଯାଇପାରିବ ନାହିଁ। ତେଣୁ ଲୋକମାନେ ନିଜେ ସତର୍କ ହେବା ସହ ଯତ୍ନବାନ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଜିଲାରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭୬୧ରେ ପହଞ୍ଚିଛି। ସେଥିମଧ୍ୟରୁ ୪୧୩୯ଜଣ ସୁସ୍ଥ ହୋଇଥିବା ବେଳେ ୨୮୪ଜଣଙ୍କ ମୃତ୍ୟୁ ଘଟିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri