ଜୀବନ ନେବାକୁ ଚାହିଁଛି ଲୁହାଛଡ଼

ବ୍ରହ୍ମପୁର ଅଫିସ୍‌,୩ା୬-ରାମଲିଙ୍ଗମ୍‌ ପୋଖରୀର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ମନ୍ଥରଗତିରେ ଚାଲିଛି। ଫଳରେ ଏହି ପୋଖରୀର ତିନି ପାଖରେ ଥିବା ରାସ୍ତାରେ ଯାତାୟାତରେ ଅସୁବିଧା ହେଉଛି। ରାସ୍ତା କାର୍ଯ୍ୟ ଅଧାପନ୍ତରିଆ ରହିବା ଫଳରେ ଲୁହା ଛଡ଼ ପଦାକୁ ବାହାରିଛି। ଅନେକ ସ୍ଥାନରେ ଲମ୍ବା ଲୁହା ଛଡ଼ ରାସ୍ତା ଉପରେ ରହିଛି । ବାଇକ୍‌ରେ ଯାତାୟାତ ବେଳେ ସାମାନ୍ୟ ଅସାବଧାନତା ହେଲେ ଲୁହା ଛଡ଼ ବାଜିବାର ଆଶଙ୍କା ସୃଷ୍ଟି ହୋଇଛି। ବିଶେଷକରି ରାତିରେ ଏହି ରାସ୍ତାରେ ଯିବା କଷ୍ଟକର ହୋଇପଡ଼ୁଛି । ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଲୁହା ଛଡ଼ଗୁଡ଼ିକ ନ କାଟି, ଖୋଲା ଛାଡ଼ି ଦିଆଯାଇଛି। ରାସ୍ତାରେ ଭିଡ଼ ରହୁଥିବା ବେଳେ ଅନେକ ସମୟରେ କାର୍‌ ଏବଂ ବସ୍‌ ଏହି ଲୁହା ଛଡ଼କୁ ଧକ୍କା ଦେଉଛି ।
ପ୍ରାୟ ୪ବର୍ଷ ହେଲା ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି) ଏହି ପୋଖରୀକୁ ଘରୋଇ ମାଲିକାନାରୁ ଦଖଲକୁ ନେଇଛି। ଦୁଇଟି ପର୍ଯ୍ୟାୟରେ ୧୮କୋଟି ଟଙ୍କାରେ ଏହି ପୋଖରୀର ସୌନ୍ଦର୍ଯ୍ୟକରଣ ପାଇଁ ଯୋଜନା ରହିଛି। ଏପରିକି ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ନଗର ଉନ୍ନୟନ ବିଭାଗ ସହରାଞ୍ଚଳ ଭିତ୍ତିଭୂମି ବିକାଶ ପାଣ୍ଠିରୁ ୮କୋଟି ଟଙ୍କା ଋଣ ମିଳିସାରିଛି। ୨୦୧୬ ଫେବୃୟାରୀ ୨ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ରହ୍ମପୁର ଗସ୍ତ ବେଳେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଶିଳାନ୍ୟାସ କରିଥିଲେ। କିନ୍ତୁ ଏହା ପରଠୁ ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବ ଦେଖିବାକୁ ମିଳିଛି। ବହୁ ଥର ସରକାରୀସ୍ତରରେ ସମୀକ୍ଷା ବୈଠକ ବସୁଛି। ନିର୍ମାଣ ଶେଷ ପାଇଁ ତାରିଖ ଧାର୍ଯ୍ୟ ହେଉଛି, ହେଲେ କାମ ଶେଷ ହେଉନି। ଅନ୍ୟପଟେ ଅଧାପନ୍ତରିଆ କାର୍ଯ୍ୟ ଯୋଗୁ ଏବେ ପୋଖରୀ ରାସ୍ତାଦେଇ ଯାତାୟାତ କରିବା କଷ୍ଟକର ହୋଇ ପଡ଼ିଲାଣି ।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

ଗାଡ଼ି ଚଳାଉଥିବା ବେଳେ ରାସ୍ତାରେ ହେଲା ହାର୍ଟ ଆଟାକ୍‌, ଚାଲିଗଲା ଜୀବନ

ବୁଗୁଡ଼ା,୧ା୫(କାଳିଚରଣ ଦାଶ): ଗାଡ଼ି ଚଳାଇ ଆସୁଥିବା ବେଳେ ଅଧା ରାସ୍ତାରେ ହୋଇଗଲା ହାର୍ଟ ଆଟାକ୍‌। ଆଉ ଗାଡ଼ି ଭିତରେ ହିଁ ଚାଲିଗଲା ଜୀବନ ଏମିତି ଏକ...

ଡବଲ ଇଞ୍ଜିନ୍‌ ଭୋଟ୍‌ ପାଇଁ କାମ କରେ, କାହିଁକି ଏମିତି କହିଲେ ପାଣ୍ଡିଆନ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଛତ୍ରପୁରରେ କାର୍ତ୍ତିକ ପାଣ୍ଡିଆନଙ୍କ ମାରାଥନ ପ୍ରଚାର। ସାଧାରଣ ସଭାରେ କାର୍ତ୍ତିକ ପାଣ୍ଡିଆନଙ୍କ ଉଦ୍‌ବୋଧନ ଦେଇ କହିଛନ୍ତି, ଡବଲ ଇଞ୍ଜିନ୍‌ ବୋଲି କିଛି ଲୋକ...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ନିର୍ବାଚନକୁ ନେଇ ଯାଞ୍ଚ କଡ଼ାକଡ଼ି

ଛତ୍ରପୁର,୧।୫(ସନ୍ତୋଷ ପାଢ଼ୀ)- ଗଞ୍ଜାମ ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳାର ସହିତ ଅବାଧ, ମୁକ୍ତ କରିବା ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଜୋରଦାର ଚାଲିଛ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri