ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ: ଯୋଗଦେଲେ ସୁନାବେଡାର ଆଦିବାସୀ

ନୂଆପଡା ଅଫିସ,୧୦ା୮
ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟରେ ସଭାଗୃହରେ ଜିଲାପାଳ ମଧୁସ୍ମିତା ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଦିବାସୀ ଜନଜାତି ଚକୋଟିଆ ଭୁଞ୍ଜିଆଙ୍କ ଉନ୍ନତି ସକାଶେ ଜୀବନ ସମ୍ପର୍କ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି ଅବସରରେ ଜିଲାପାଳ ଉଦ୍‌ଘାଟନ କରି ଏହା ଦ୍ୱାରା ଜିଲାରେ ବାସ କରୁଥିବା ଆଦିମ ଜନଜାତିମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟ ଓ ସ୍ବଚ୍ଛତା ମାନରେ ଉନ୍ନତି ହେବ । ସରକାରଙ୍କ ବିଭିନ୍ନ ଜନହିତକାରୀ କାର୍ଯ୍ୟକ୍ରମ ଯଥା ମା’ ଓ ଶିଶୁମାନଙ୍କ ସକାଶେ ଥିବା କାର୍ଯ୍ୟକ୍ରମ ସୁଫଳ ମିଳିପାରିବ ବୋଲି କହିଥିଲେ। ଆଦିବାସୀମାନଙ୍କ ଜୀବନଶୈଳୀ ଏବଂ ଭାଷା ଭିନ୍ନ ହୋଇଥାଏ । ତେଣୁ କରି ଯୋଜନାଗୁଡିକୁ ଲୋକାଭିମୂଖୀ କରିବାକୁ ତାଙ୍କ ସ୍ଥାନୀୟ ଭାଷାରେ ପୁସ୍ତିକା କରିବା ଦରକାର ବୋଲି ପରାମର୍ଶ କରିଥିଲେ। କାର୍ଯ୍ୟକ୍ରମର ଆୟୋଜକ ତଥା ସ୍ବେଚ୍ଛାସେବୀ ସଙ୍ଗଠନ ସୃଷ୍ଟିର ସମ୍ପାଦକ ବିଶ୍ୱଜିତ ପାଢୀ ଯୋଗଦେଇ ସ୍ବାସ୍ଥ୍ୟକର୍ମୀମାନଙ୍କୁ ଉନ୍ନତମାନର ତାଲିମ ପ୍ରଦାନ କରି ନିୟୋଜିତ କରାଯିବ ବୋଲି ସୂଚନା ଦେଇଥିଲେ ା ଏହି କାର୍ଯ୍ୟକ୍ରମ ଅଭୟାରଣ୍ୟ ଅଞ୍ଚଳର ୨୩ଟି ଗାଁରେ କାର୍ଯ୍ୟାନ୍ବୟନ ହେବ । ଏହି ସଭାରେ ପ୍ରଶାସନ ତରଫରୁ ସିବିଡିଏ ସ୍ବତନ୍ତ୍ର ଅଧିକାରୀ ଭକ୍ତବନ୍ଧୁ ଅଗସ୍ତୀ ଏଥିପାଇଁ ଯେକୌଣସି ପ୍ରକାର ସହଯୋଗ ଦରକାର ତାହା କରିବ ବୋଲି କହିଥିଲେ । ଏହିଭଳି ଶିଶୁ ବିକାଶ ବିଭାଗର ଶାରଦା ଦିକ୍ଷୀତ ସମ୍ପୃକ୍ତ ଅଞ୍ଚଳର ଅଙ୍ଗନୱାଡି କେନ୍ଦ୍ରରେ ସବୁ କାର୍ଯ୍ୟକ୍ରମକୁ ଟିକିନିଖି ତଦାରଖ କରିବା ଉପରେ ଜୋର ଦେଇଥିଲେ। ପବିତ୍ର ମୋହନ ପ୍ରଧାନ ଧନ୍ୟବାଦ ଦେଇଥିଲେ। ଏଥିରେ ସୁନାବେଡା ଅଭୟାରଣ୍ୟର ବିଭିନ୍ନ ପ୍ରାନ୍ତରୁ ଆଦିବାସୀ ମହିଳାପୁରୁଷମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ବେଲଗଛରେ ଝୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri