ଜୀବନଜୀବିକା ପାଇଁ କରାଯାଉ ବ୍ୟବସ୍ଥା: ଜିଲାପାଳଙ୍କୁ ଫେରାଦ ହେଲେ ପେଣ୍ଟିଂ ଆର୍ଟିଷ୍ଟ

ନୟାଗଡ଼ ଅଫିସ,୧।୫: ନୟାଗଡ଼ ଜିଲାରେ ପେଣ୍ଟିଂ ଆର୍ଟିଷ୍ଟ କାମ ନ ପାଇ ଦୁଃଖଦ ଜୀବନ ବିତାଉଛନ୍ତି। କରୋନା ଛଡାଇ ନେଇଛି ମୁହଁର ହସ। ଭୋକଉପାସରେ ସେମାନେ ଦିନ କାଟୁଛନ୍ତି। ଗୁରୁବାର ସେମାନେ ଜିଲାପାଳଙ୍କୁ ଭେଟି ଜୀବନଜୀବିକା ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।
ଅଭିଯୋଗ ଅନୁସାରେ ବିବାହ, ବ୍ରତୋପନୟନ ପରି ସାମାଜିକ କାର୍ଯ୍ୟ, ମନ୍ଦିର ଓ ଘରେ ରଙ୍ଗ କରିବା, ଚିତ୍ର ଆଙ୍କିବା, ବ୍ୟାନର, ସାଇନବୋର୍ଡ, ସରକାରୀ ବିଜ୍ଞାପନ କାନ୍ଥରେ ଲେଖିବା ପାଇଁ ଖୋଜା ପଡନ୍ତି ପେଣ୍ଟିଂ ଆର୍ଟିଷ୍ଟ। ଏହି କାମରେ ୨ରୁ ୩ଜଣ କୁଶଳୀ ଓ ଅଣକୁଶଳୀ ଶ୍ରମିକ ନିୟୋଜିତ ହୋଇଥାନ୍ତି। କାମ ଅନୁଯାୟୀ ପାରିଶ୍ରମିକ ଧାର୍ଯ୍ୟ ହୁଏ। ସେମାନେ ଭଲ ଦୁଇପଇସା ରୋଜଗାର କରି ଚଳିଯାଉଥିଲେ। ଲକ୍‌ଡାଉନ ପରେ କାମ ଠପ୍‌ ହୋଇଗଲା। ପେଣ୍ଟିଂ ଆର୍ଟିଷ୍ଟମାନେ ରାଜ୍ୟଠାରୁ ଆରମ୍ଭ କରି ଜିଲା, ବ୍ଲକ ସ୍ତରରେ ଅଧିକାରୀମାନଙ୍କୁ ସେମାନଙ୍କ ସମସ୍ୟା ଅବଗତ କରିଥିଲେ ବି ସୁଫଳ ପାଇନାହାନ୍ତି। ଜିଲା ସଭାପତି ବିଜୟ କୁମାର ସାହୁ ଓ ସମ୍ପାଦକ ସୁରେନ୍ଦ୍ର କୁମାର ଜେନା କୁହନ୍ତି, ରାଜ୍ୟ ସରକାର ଗତ ୧୪ ତାରିଖରେ ଘୋଷଣା କରିଛନ୍ତି ୬ମାସ ପର୍ଯ୍ୟନ୍ତ ୧୦୦ କୋଟି ଟଙ୍କା ବିନିଯୋଗ କରାଯାଇ ଅସ୍ଥାୟୀ ଶ୍ରମିକଙ୍କୁ କାମ ଯୋଗାଇ ଦିଆଯିବ। ପେଣ୍ଟିଂ ମାଧ୍ୟମରେ କାନ୍ଥରେ ସୌନ୍ଦର୍ଯ୍ୟକରଣ କରାଯାଇ ସେମାନଙ୍କୁ ନିଯୁକ୍ତି ଦିଆଯିବ। ହେଲେ ସରକାର ସେମାନଙ୍କୁ ଚିହ୍ନଟ କରି ପରିଚୟପତ୍ର ଦେଇ ନ ଥିବାରୁ ଏହି କାର୍ଯ୍ୟ ସେମାନେ ପାଇବେ ବୋଲି କହିବା ମୁସ୍କିଲ। ଜିଲା ପ୍ରଶାସନ ତୁରନ୍ତ ପଦକ୍ଷେପ ନେଇ ସେମାନଙ୍କୁ କାମ କରାଇବାକୁ ସୁଯୋଗ ଦେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri