ଜୀବନଜୀବିକା ଲାଗି ଏକାଠି ହେଲେ ବ୍ୟାଣ୍ଡବାଜା, ରାମଳୀଳା କଳାକାର

ଦେଓଗାଁ,୨୫ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରପୁର ଆମ୍ରକାନନଠାରେ ରବିବାର ଜିଲାସ୍ତରୀୟ ରାମଲୀଳା କଳାକାରଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶରତ କୁମାର ପୁଟେଲଙ୍କ ପରିଚାଳନାରେ ବୈଠକ ଅନୁଷ୍ଠିତ ହୋଇଥିଲା। ସାମାଜିକ ଦୂରତ୍ୱ ରକ୍ଷାକରି କଳାକାରଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। କରୋନା ମହାମାରୀ ଯୋଗୁଁ ବିଭିନ୍ନ କଟକଣା ରହିଥିବାରୁ କଳାକାରମାନଙ୍କ ରୋଜଗାର ଉପରେ ଅଙ୍କୁଶ ଲାଗିଛି। ଫଳରେ ଅନେକ କଳାକାର ପେଟ ଚିନ୍ତାରେ ଦିନ କାଟୁଛନ୍ତି। ଏ ଦିଗରେ ରାଜ୍ୟ ସରକାର ଦୃଷ୍ଟି ଦେବାକୁ କଳାକାରମାନେ ଦାବି କରିଥିଲେ। ଆଗାମୀ ଦିନରେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ଦେବାକୁ ବୈଠକରେ ସହମତି ପ୍ରକାଶ ପାଇଥିଲା।
ସେହିପରି ଦେଓଗାଁ, ଗୁଡଭେଲା ଓ ସଇଁନ୍ତଲା ବ୍ଲକର ବ୍ୟାଣ୍ଡବାଜା ତଥା ଦୁଲଦୁଲି ପାର୍ଟୀ ମ୍ୟାନେଜରମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୌରଗୋଠ ମ୍ୟାନେଜର ମୋହନ କୁମ୍ଭାରଙ୍କ ପରିଚାଳନା ତଥା ଚାଣ୍ଟିପଦର ଦୁଲଦୁଲି ପାର୍ଟୀ ମ୍ୟାନେଜର ରାଜ ହେର୍ଣ୍ଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ କରୋନା ଯୋଗୁଁ ବିବାହ ବ୍ରତ ଆଡମ୍ବର ସହକାରେ ହୋଇପାରୁନାହିଁ। ଏଣୁ ବ୍ୟାଣ୍ଡବାଜା, ଦୁଲଦୁଲିର ଆବଶ୍ୟକତା ପଡୁନାହିଁ। ଫଳରେ ଏହି ପେଶାରେ ଥିବା କଳାକାରଙ୍କ ପରିବାର ଚଳାଇବା କଷ୍ଟକର ହୋଇପଡିଛି। ଏଣୁ ଏ ଦିଗରେ ସରକାର ଦୃଷ୍ଟିଦେଇ ସହାୟତା ଯୋଗାଇବାକୁ ଦାବି ଉପସ୍ଥାପନ କରାଯାଇଥିଲା। ବୈଠକରେ କୁମର ସୁନା, ଗଣେଶ ବଢ଼ିଆ, ଉତ୍ତମ ସାହୁ, ଭାରତ ପୋଢ଼, ହୃଷିକେଶ ପୋଢ଼, ତ୍ରିଲୋଚନ ସାହୁ, ପ୍ରମୁଖ ମ୍ୟାନେଜର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri