ଜୀବନ୍‌କେ ପାଏନ୍‌ ଛଡ଼େଇ ଭଂଗା ଘରେ ରହୁଛନ୍‌: ଆନନ୍ଦ ଲାଗି ସାତ୍‌ସପନ ଆବାସ ଘର

ଅତାବିରା, ୨୨।୬ (ଡି.ଏନ.ଏ): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ ଦୁଖି, ନିଅଁାସିମାନକୁ ଆବାସ ଯୋଜନାରେ ସାମିଲ କରି ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ଜାଗାରେ କେହେନ୍‌ସି କାରନ୍‌ରୁ ହକ୍‌ଦାର ହିତାଧିକାରୀ ଯୋଜନାରୁ ବାଦ୍‌ ପଡ଼ୁଛନ୍‌। ସେମାନେ ଦରକାରୀ କାଗଜପତର ଧରି ପଁଚେତ୍‌ରୁ ବ୍ଲକ ଅଫିସ ନରଦି ନରଦି ନିରାଶ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଦେଶପଥର୍ଲାରେ।
ସୂଚନା ଅନ୍‌ସାରେ ଗଁାର ଆନନ୍ଦ ଦାଶ(୬୦)। ପରିବାର କହେଲେ ମାଏକିନା ଅଯୋଧ୍ୟା(୫୫) ଆର ୩ ଝି’କେ ନେଇ ତାକର ସଁସାର। ବଡ଼ଖା ଝି’ ବିହାଚୁରା ହେଇ ଶାଶ୍‌ ଘରେ ଖଟୁଥିଲାବେଲେ ବାକି ଦୁଇ ଝି’ ଘରେ ଅଛନ୍‌। ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ଗୁଟେ ନଡ଼ାଛପର୍‌ର ମାଏଟ୍‌ କୁରିଆରେ ବଡ଼ାଦୁଖେ ଜୀବନ୍‌ ବିତଉଛନ୍‌। ଅଂଚଲରେ ଗଲା ଗୁରୁବାର ବେଲବୁଡ଼େ ହେଇଥିବାର ବରଷାରେ ତାକର ଘର ଭିତରକେ ପାଏନ୍‌ ପଶି ଯାଇଥିଲା। ଘରର କଁାଥି ଭାଂଗିଯାଇଛେ। କୁଟୁମବସିଆ ରାଏତ୍‌ ସାରା ଉଜାଗର ରହି ପାଏନ୍‌ ଛେଦେଇଥିବାର କହିଛନ୍‌ ଆନନ୍ଦ। ଇଆଡ଼େ ପୈତୃକ ସଁପତି ଭାଗବଁଟା ନାଇଁ ହେଇଥିବାର ଲାଗି ଏହେଦେ ତାକର ପାସେ ଜମିବାଡ଼ି ନାଇଁ କହେଲେ ଚଲେ। ଏନ୍‌ତାଥି ଆନନ୍ଦ ସରକାରୀ ଯୋଜନାରେ ପକାଘର ଖଁଡ଼େ ପାଏବାର ଲାଗି ଅନେକ ଥର ପଁଚେତ୍‌ରୁ ବ୍ଲକ ତକ୍‌ ଗୁହାରି କରି ନିରାଶ ହେଇଛନ୍‌। ଏନ୍‌ତା କି ସେ ଥାନୀୟ ନେତାମାନକୁ ବି ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇ ବାବ୍‌ଦେ ଭେଡ଼େନ ବ୍ଲକ ବିଡିଓ ମୂରଲୀଧର ନାୟକକୁଁ ପଚରାଲାରୁ ଯଦି ତାକର ନଁା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତାଲିକାରେ ଥିବା ତ ନିହାତି ଭାବେ ଆବାସ ଘରଟେ ଯୁଗେଇ ଦିଆଯିବା। ନାଇଁହେଲେ ବିଜୁ ପକାଘର ଯୁଗେଇ ଦେବାରଲାଗି ହେଲେ ସର୍ଭେ ଉତାରୁ ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri