ଜୀରାନଦୀରେ ହେବ ଆନ୍ତଃନଦୀ ଜଳାଶୟ

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠରେ ପ୍ରବାହିତ ଜୀରାନଦୀରେ ଆନିକଟ୍‌ ତଥା ଆନ୍ତଃନଦୀ ଜଳାଶୟ ହେବ। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସୋମବାର ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗର ଏକ ଟିମ୍‌ ବରଗଡ଼ ପହଞ୍ଚି ଥିଲେ। ଏହି ଟିମ୍‌ରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ, ଯୋଜନା ବିଭାଗର ମୁଖ୍ୟଯନ୍ତ୍ରୀ ସାଗର ମହାନ୍ତି, ବୁର୍ଲାର ମୁଖ୍ୟଯନ୍ତ୍ରୀ ସୁଶିଲ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ସେମାନେ ସ୍ଥାନୀୟ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀଙ୍କ ସହିତ ଜୀରାନଦୀକୁ ଯାଇଥିଲେ। ଜୀରାନଦୀ ବାଲିଟିକ୍ରାଠାରୁ ଅମ୍ବାପାଲି ପର୍ଯ୍ୟନ୍ତ ଯାଇଥିଲେ ଏବଂ ଆନ୍ତଃନଦୀ ଜଳାଶୟ ପାଇଁ ସର୍ଭେକ୍ଷଣ କରିଥିଲେ। ଏଥିପାଇଁ ପ୍ରସ୍ତୁତ ମ୍ୟାପ୍‌ ଧରି ଆନ୍ତଃନଦୀ ଜଳାଶୟ ନିର୍ମାଣ ଉପରେ ଆଲୋଚନା କରିଥିଲେ।
ଆନ୍ତଃନଦୀ ଜଳାଶୟରେ ପାଣି କୂଳ ଲଙ୍ଘିବ ନାହିଁ। ଅନ୍ୟପଟେ ଭୂତଳ ଜଳସ୍ତର ବୃଦ୍ଧି ହେବ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ପାଢ଼ୀ କହିଛନ୍ତି। ସେହିପରି ଏହା ନିର୍ମାଣରେ ଜମି ଅଧିଗ୍ରହଣ କିମ୍ବା ବିସ୍ଥାପନର କୌଣସି ଆବଶ୍ୟକତା ନାହିଁ। ଅନ୍ୟପଟେ ଜୀରାନଦୀରେ ଏହା ନିର୍ମାଣ ହେଲେ ଅଞ୍ଚଳର ବିକାଶ ହେବା ସହିତ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ଉନ୍ନତି ଘଟିବ। ସେହିପରି ବିଶୋଧନ କରି ପାନୀୟଜଳଭାବେ ମଧ୍ୟ ତାହା ବ୍ୟବହାର କରି ହେବ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି ବରଗଡ଼ ବିଧାୟକ ଷଡ଼ଙ୍ଗୀ କହିଛନ୍ତି, ପିଲାବେଳୁ ବରଗଡ଼ ଜୀରାନଦୀରେ ଏକ ଆନିକଟ୍‌ ହେବ ବୋଲି ଶୁଣି ଆସୁଥିଲି। ହେଲେ ଏପର୍ଯ୍ୟନ୍ତ ତାହା ନିର୍ମାଣ ହୋଇ ପାରି ନାହିଁ। ତେବେ ଗତ ଧନୁଯାତ୍ରା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଅତିଥିଭବେ ମହୋତ୍ସବକୁ ଆସିଥିଲେ। ସେତେବେଳେ ସେ ରାଜ ଦରବାରରେ ଆନିକଟ୍‌ ନେଇ ଘୋଷଣା କରିଥିଲେ। ସେହି କ୍ରମରେ ଏହାର ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ ନଦୀର ଜଳସ୍ତର ୭ରୁ ୮ଫୁଟ୍‌ ତଳକୁ ଖସି ଯାଇଛି। ଆନିକଟ୍‌ ହେଲେ ଜଳସ୍ତର ବୃଦ୍ଧି ପାଇବ। ଏହା ସହିତ ବରଗଡ଼ର ସୌନ୍ଦର୍ଯ୍ୟରେ ଅଭିବୃଦ୍ଧି ଘଟିବା ସହିତ ବରଗଡ଼ର ମାନ, ଅଭିମାନ ମଧ୍ୟ ଏଥିରେ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri