ଜୁଆ ଆଡ୍ଡାରେ ଚଢ଼ାଉ, ୧୫ ଗିରଫ

ଦାରିଙ୍ଗବାଡ଼ି,୧୧।୧୦(ଡି.ଏନ୍‌.ଏ)- ଦାରିଙ୍ଗବାଡ଼ି ଥାନା ପୋଲିସ ବୁଧବାର ରାତିରେ ସିମନବାଡ଼ିର ଜହୋନପଲ୍ଲି ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ୧୧ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କଠାରୁ ୧୫,୨୦୦ ଟଙ୍କା ସହ ୪ଟି ମୋବାଇଲ ଫୋନ ଜବତ କରାଯାଇଛି। ନଂ.୧୦୨/୧୯ରେ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି। ସିମନବାଡ଼ି ଅଞ୍ଚଳରେ ଦଶହରା ପାଇଁ ବୁଧବାର ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏକ ପରିତ୍ୟକ୍ତ ଘରେ ଜୁଆଖେଳ ଚାଲିଥିବା ଖବରପାଇ ଆଇଆଇସି କୌଶିକ ମାଝିଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଟିମ୍‌ ସେଠାରେ ଚଢ଼ାଉ କରିଥିଲା। ସେହିପରି ବ୍ରାହ୍ମଣୀଗାଁ ପୋଲିସ ଏକ ଜୁଆ ଆଡ୍ଡା ଉପରେ ଚଢାଉ କରି ୪ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୧,୨୦୦ ଟଙ୍କା, ଗୋଟିଏ ବୋଲେରୋ, ଗୋଟିଏ କାର୍‌ ଓ ୩ଟି ବାଇକ ଜବତ ହୋଇଛି। ଜିଲା ବାହାରୁ ଆସି ଏମାନେ ବ୍ରାହ୍ମଣୀଗଁାରେ ଜୁଆ ଖେଳୁଥିବା ପୋଲିସ କହିଛି। ନଂ.୭୩/୧୯ରେ ଏକ ମାମଲା ରୁଜୁ କରାଯାଇଛି। ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଓଆଇସି ରଞ୍ଜିତ କୁମାର ମୁନି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri