ଜୁଆଖେଳରୁ ଛୁରା ମାଡ ଘଟଣା: ଗୁରୁତର ପବନାଙ୍କ ମୃତ୍ୟୁ

ଜଗନ୍ନାଥପ୍ରସାଦ,୧୨ା୧୧(ଡି.ଏନ.ଏ.)-ଜଗନ୍ନାଥପ୍ରସାଦ ଜଳିସାହିଠାରେ ଗତ ସୋମବାର ରାତି ୯ଟାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଥିଲା। ଏଥିରେ ପବନା ସେଠୀ (୨୫) ଗୁରୁତର ହୋଇଥିଲେ। ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ କଟକ ମେଡିକାଲକୁ ନେବା ବାଟରେ ତାଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମା ସେବତୀ ସେଠୀଙ୍କ ଏତଲା କ୍ରମେ ନଂ. ୧୯୨/୧୯ରେ ମାମଲା ରୁଜୁ କରି ପୋଲିସ ମୁଖ୍ୟ ଅଭିଯୁକ୍ତ ବସନ୍ତ ସେଠୀଙ୍କ ସମେତ ତାଙ୍କ ସହଯୋଗୀ ଶ୍ୱେତ ସେଠୀ, ଦିଲୀପ ସେଠୀ, ସନ୍ତୋଷ ସାମଲ, ଭାସ୍କର ସେଠୀ, ଅଭି ସେଠୀଙ୍କୁ ନେଇ ପଚରାଉଚରା କରୁଛି। ହତ୍ୟାରେ ବ୍ୟବହୃତ ଛୁରୀ ଓ ଅନ୍ୟ ଆକ୍ରମଣକାରୀ ଅସ୍ତ୍ର ଜବତ କରାଯାଇଛି।

ପ୍ରକାଶ ଯେ, ବସନ୍ତଙ୍କ ସ୍ତ୍ରୀଙ୍କୁ ପବନାଙ୍କ ପରିବାର ଗୁଣି କରିଥିବା ସନ୍ଦେହକରି ବସନ୍ତ ଗାଳିଗୁଲଜ କରିବା ସହ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗି ରହୁଥିଲା। ଏନେଇ ପବନାଙ୍କ ପରିବାର ଲୋକେ ବହୁବାର ଥାନାର ଦ୍ୱାରସ୍ତ ହୋଇଥିଲେ। ସୋମବାର ଜୁଆଖେଳ ଚାଲିଥିବା ବେଳେ ସଂଘବଦ୍ଧ ଭାବେ ପୁଅକୁ ମାରି ଦିଆଯାଇଥିବା ମୃତକଙ୍କ ମା ଅଭିଯୋଗ କରିିଛନ୍ତି। ମଙ୍ଗଳବାର ବ୍ରହ୍ମପୁର ବଡ଼ ମେଡିକାଲ ମୃତଦେହ ବ୍ୟବଚ୍ଛେଦ ହୋଇଥିବା ବେଳେ ଜଗନ୍ନାଥପ୍ରସାଦ ଥାନାଧିକାରୀ ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…

ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri