ଜୁନାଗଡରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଜୁନାଗଡ,୨।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ସଂସ୍‌ୃତି ଭବନଠାରେ ମଙ୍ଗଳବାର ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜୁନାଗଡ ବ୍ଲକ ବିଜେଡି ସଭାପତି ପ୍ରମୋଦ ବେହେରାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ଶକ୍ତି, ଶିଳ୍ପ,ଏମଏସଏମଇ ତଥା ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟ ଶଙ୍କର ମିଶ୍ର ଯୋଗଦେଇ ବିଜେଡିକୁ ଶକ୍ତିଶାଳୀ କରିବାକୁ ହେଲେ ତୃଣମୂଳସ୍ତରରେ ସଭ୍ୟ ସଂଗ୍ରହ କରିବା ପାଇଁ କର୍ମୀଙ୍କୁ ଆହ୍ବାନ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ସଭାନେତ୍ରୀ କଲ୍ୟାଣୀ ନାଏକ, ଗୋଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ତୁଳେଶ୍ୱର ନାଏକ, ଜୁନାଗଡ ବ୍ଲକ ସରପଞ୍ଚ ସଂଘ ସଭାପତି ଅଜୟ କୁମାର ବେହେରା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ମହେଶ ସାହୁ, ବିଶ୍ୱନାଥ କର, ପ୍ରଦ୍ୟୁମ୍ନ ରାଉତ, ଚିଚୈଗୁଡା ସରପଞ୍ଚ ସୁଧିରା ମେହେର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଛୋରିଆଗଡ ସମିତିସଭ୍ୟ ପ୍ରେମଲାଲ ନାଏକଙ୍କ ସମେତ ଅନେକ ବ୍ୟକ୍ତି ବିଜେଡିରେ ଯୋଗଦେଇଥିଲେ। ଏଥିରେ ଜୁନାଗଡ ବ୍ଲକ ଓ ଏନ୍‌ଏସିର ଶତାଧିକ ଦଳୀୟ ମହିଳା, ପୁରୁଷ ସଭ୍ୟାସଭ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

କୁର୍ମି କ୍ଷତ୍ରୀୟ ପ୍ରଦେଶ ସଂସ୍ଥାର ବିରାଟ ମହିଳା ସମ୍ମିଳନୀ: ନାରୀ ଶିକ୍ଷା, ରୋଜଗାର ଉପରେ…

ଭଞ୍ଜନଗର,୨୭।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଚାଲିଥିବା ନିଖିଳ ଉତ୍କଳ କୁର୍ମି କ୍ଷତ୍ରୀୟ ପ୍ରଦେଶ ମହାସଭା ଶନିବାର ତୃତୀୟ ଦିବସରେ ପହଞ୍ଚିଛି। ରବିବାର ମହାସଭା...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri