ଜୁନାଗଡରେ ବିର୍ସାମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ

ଜୁନାଗଡ,୯।୬(ଡି.ଏନ.ଏ.):କଳାହାଣ୍ଡି ଜିଲା ଜୁନାଗଡ ସହର କଲ୍ୟାଣ ମଣ୍ଡପଠାରେ ରବିବାର ସ୍ବାଧୀନତା ସଂଗ୍ରାମୀ ଶହୀଦ ବିର୍ସାମୁଣ୍ଡାଙ୍କ ବଳିଦାନ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ମୂଳନିବାସୀ ସମତା ପରିଷଦ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ପରିଷଦ ଆବାହକ ତଥା ଯୁବ ଆଇନଜୀବୀ ଚିତ୍ତ ରଞ୍ଜନ ନିଆଲ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ମୂଳନିବାସୀ ସମତା ପରିଷଦ ସଂଯୋଜକ ଅଭିରାମ ମଲ୍ଲିକ, ମୁଖ୍ୟବକ୍ତା ଜୁନାଗଡ ତହସିଲଦାର ଉପେନ୍ଦ୍ର ଲୁହା, ସମ୍ମାନିତ ଅତିଥି ଡାକ୍ତର ବିବେକାନନ୍ଦ ମହାନନ୍ଦ, ବରିଷ୍ଠ ଆଇନଜୀବୀ ବିଶ୍ୱନାଥ କର, ଦାମୋଦର ବେହେରା, ପ୍ରେମ ବାଗ, ଆଶିଷ ନାଏକ, ନରେନ୍ଦ୍ର କ୍ଷିତୀ, ସୁପ୍ରଶନ ଭୋଇ, ଆନନ୍ଦ ଭୋଇ, ସତ୍ୟ ନାରାୟଣ ବୈଶ୍ୟ ପ୍ରମୁଖ ସ୍ବାଧୀନତା ସଂଗ୍ରାମୀ ଶହୀଦ ବିର୍ସାମୁଣ୍ଡା ଉପରେ ଉଦ୍‌ବୋଧନ ଦେଇଥିଲେ। କାର୍ଯ୍ୟକ୍ରମ ଆରମ୍ଭରେ ଅତିଥିମାନେ ଶହୀଦ ବିର୍ସାମୁଣ୍ଡାଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ପରେ ସାମ୍ପ୍ରତିକ ସଙ୍କଟଜନକ ପରିସ୍ଥିତିରେ ବିର୍ସାମୁଣ୍ଡାଙ୍କ ଆନ୍ଦୋଳନର ଆବଶ୍ୟକତା ଉପରେ ଏକ ଆଳୋଚନାଚକ୍ର ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ…

ରାସ୍ତାରେ ଷ୍ଟଣ୍ଟ୍‌ କରୁଥିଲେ ଯୁବକ: ମାଡ଼ିବସିଲା ପୋଲିସ

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ହୀରାକୁଦ ଜଳଭଣ୍ଡାର ଦକ୍ଷିଣ(ରାଇଟ) ଡାଇକ ରାସ୍ତାରେ ବେପରୁଆ ଓ ବିପଦପୂର୍ଣ୍ଣ ଭାବରେ କାର୍‌ ଚାଳନା(ଷ୍ଟଣ୍ଟ) କରିଥିବା ଅଭିଯୋଗରେ ୭ ଯୁବକଙ୍କୁ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ନିଲମ୍ବିତ ହେଲେ ସହକାରୀ ପ୍ରଫେସର

ସମ୍ବଲପୁର,୭।୨(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ବବିଦ୍ୟାଳୟର ଏମ୍‌ବିଏ ବିଭାଗର ଗବେଷଣାରତ ଜଣେ ପିଏଚ୍‌ଡି ଛାତ୍ରୀଙ୍କୁ ତାଙ୍କ ଗାଇଡ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା। ଛାତ୍ରୀଙ୍କ ଅଭିଯୋଗ ଆଧାରରେ ବିଶ୍ବବିଦ୍ୟାଳୟର…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

ସରକାରଙ୍କ ବଡ଼ ଘୋଷଣା: ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ

ସମ୍ବଲପୁର,୨।୨:(ପ୍ରମୋଦ ବହିଦାର): ସମ୍ବଲପୁର ପାଇଁ  ବଡ଼ ଘୋଷଣା। ଖୁସିହେବେ ବୁର୍ଲାବାସୀ। ସମ୍ବଲପୁର ବୁର୍ଲାରେ ଖୋଲିବ ନୂଆ ତହସିଲ ଅଫିସ। ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri