ଜୁନାଗଡରେ ରୋଗୀ କଲ୍ୟାଣ ସମିତି ବୈଠକ: ରକ୍ତଭଣ୍ଡାର କାର୍ଯ୍ୟକ୍ଷମ କରିବା ଉପରେ ଆଲୋଚନା

ଜୁନାଗଡ,୧୧।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସଭାଗୃହରେ ମଙ୍ଗଳବାର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ଦିଗରେ ଆଲୋଚନା ହୋଇଥିଲା। ନିରାମୟ ଯୋଜନାରେ ରୋଗୀଙ୍କୁ ଦିଆଯାଉଥିବା ଔଷଧର ମାନ, ନିଦାନ ଯୋଜନାରେ ବିଭିନ୍ନ ପରୀକ୍ଷା, ନିର୍ମଳ ଯୋଜନାରେ ସ୍ବଚ୍ଛତା ଓ ଖାଲି ପଡିଥିବା ଡାକ୍ତର, କର୍ମଚାରୀ ପଦବୀ ପୂରଣ ଉପରେ ଆଲୋଚନା କରାଯାଇଥିଲା। ଦୀର୍ଘଦିନ ହେବ ଜୁନାଗଡ ରକ୍ତଭଣ୍ଡାର ବନ୍ଦ ପଡିଥିବାରୁ ଏହାକୁ କାର୍ଯ୍ୟକ୍ଷମ କରିବା, ଆବଶ୍ୟକ ବିଦ୍ୟୁତକରଣ ଓ ପାନୀୟ ଜଳ ଯୋଗାଣ ଉପରେ ଆଲୋଚନା କରାଯାଇଥିଲା। ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ଖାଦ୍ୟ ଯୋଗାଣ, ପାନୀୟ ଜଳ, ଟେକନିସିଅନ ପଦବୀ ପୂରଣ, ଶୌଚାଳୟ ନିର୍ମାଣ ଆଦି ସମସ୍ୟା ସମାଧାନ କରିବା ପାଇଁ ଦାବି କରାଯାଇଥିଲା। ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଷ୍ଟାବ୍ଲିଶ ମେଣ୍ଟ ବିଭାଗରେ କାର୍ଯ୍ୟରତ କନିଷ୍ଠ କିରାଣୀଙ୍କୁ ଅପସାରଣ କରି ତାଙ୍କ ସ୍ଥାନରେ ପୂର୍ବରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀଙ୍କୁ ଉକ୍ତ ଦାୟିତ୍ୱ ପ୍ରଦାନ କରିବାକୁ ଦାବି ହୋଇଥିଲା। ଜୁନାଗଡ ବ୍ଲକ ଅଧ୍ୟକ୍ଷା ନୁର୍ଯ୍ୟ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଜିଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଦୁ ମଙ୍ଗରାଜ, ଜୁନାଗଡ ବିଡିଓ ଦୁଲାରାମ ମାରାଣ୍ଡି, ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ଭଗବାନ ପଣ୍ଡା, ଚିଲଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ରାମକୃଷ୍ଣ ମହାପାତ୍ର, ବ୍ଲକ ଉପାଧ୍ୟକ୍ଷ ଟଙ୍କଧର ନାଏକ,ଏମ୍‌ପି ପ୍ରତିନିଧି ମୁକେଶ ଅଗ୍ରୱାଲ ପ୍ରମୁଖ ଉପସ୍ଥତ ଥିଲେ। ଜୁନାଗଡ ଗୋଷ୍ଠୀ ପ୍ରବନ୍ଧକ (ବିପିଏମ୍‌) ସୁମେଶ୍ୱର ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହତ୍ୟା ଅଭିଯୋଗ କଲେ ବାପଘର ଲୋକ

ରିଷିଡା, ୫।୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସୁବାସ ରଣାଙ୍କ ସ୍ତ୍ରୀ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ…

ମହିଳା ଆଇନଜୀବିଙ୍କୁ ତହସିଲଦାରଙ୍କ ଆସୌଜନ୍ୟ ବ୍ୟବହାର ଅଭିଯୋଗ: ଧାରଣାରେ  ଆଇନଜୀବୀ

ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି  ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ତାଙ୍କ ପ୍ରକୋଷ୍ଠରେ ମହିଳା ଆଇନଜୀବି ଏମ. ପ୍ରତିଭା କୁମାରୀ ରେଡ୍ଡୀଙ୍କୁ ଅସୌଜନ୍ୟ ବ୍ୟବହାର ପ୍ରଦର୍ଶନ…

ପ୍ରକାଶ ପାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପରୀକ୍ଷା ଫଳ: ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ…

ବଲାଙ୍ଗୀର,୫।୬(ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ, ସ୍ନାତକୋତ୍ତର ଓ ଇଣ୍ଟ୍ରିଗେଟେଡ ବିଏଡ-ଏମଏଡ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ସ୍ନାତକୋତ୍ତରରେ ୮୪.୮ ପ୍ରତିଶତ, ସ୍ନାତକ…

ଗୋଟିଏ ପଟେ ପ୍ରଶାସନିକ ଦାୟିତ୍ୱ: ଅନ୍ୟପଟେ ପରିବେଶ ପ୍ରତି ଅନୁରାଗ, ’ପ୍ରକୃତି ମିତ୍ର’ ସମ୍ମାନରେ ସମ୍ମାନିତ ହେଲେ ଦୁର୍ଗପତିସାରଦା ପ୍ରସାଦ ଦାସ

ଗଞ୍ଜାମ,୫।୬(ଅନାଥ ତରାଇ/ବିଦ୍ୟାଧର ସାହୁ ): ବିଶ୍ୱ ପରିବେଶ ଦିବସ ଅବସରରେ ଗଞ୍ଜାମ ଅଷ୍ଟମ ବାଟାଲିୟନର ଦୁର୍ଗପତି ସାରଦା ପ୍ରସାଦ ଦାସଙ୍କୁ ଜିଲାସ୍ତରୀୟ ସମ୍ମାନଜନକ ପ୍ରକୃତି ମିତ୍ର ପୁରସ୍କାର…

ଅଚାନକ ଡାକ୍ତରଖାନାରେ ପହଞ୍ଚିଲେ ସିଡିଏମ୍‌ଓ

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ):ସୁନ୍ଦରଗଡ଼ ଜିଲା ବଡ଼ଗାଁ ସ୍ଥିତ ସରକାରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର(ସିଏଚସି )ରେ ଲାଗି ରହିଥିବା ବିଭିନ୍ନ ସମସ୍ୟାକୁ ନେଇ ବୁଧବାର ଗ୍ରାମବାସୀମାନେ ସିଏଚସି ଅଧିକାରୀଙ୍କୁ ସାକ୍ଷାତ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର…

ମନୋଜ ପାଇଲେ ପ୍ରକୃତି ବନ୍ଧୁ ପୁରସ୍କାର

ବଡ଼ଗାଁ,୫ା୬(ଅଶୋକ ଷଡଙ୍ଗୀ): ପରିବେଶ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଙ୍ଗଳ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ରୁନଗାଁର ମନୋଜ କୁମାର ଦାନୀଙ୍କୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri