ଜୁନାଗଡ଼ ଗଣବଳାତ୍କାର ମାମଲା : ମୋଟ ଗିରଫ ସଂଖ୍ୟା ୧୦, ଖବରଦାତା ସମ୍ମିଳନୀରେ ସୂଚନା ଦେଲେ ଏସ୍‌ପି

ଭବାନୀପାଟଣା,୨୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ଗଣ ବଳାତ୍କାର ମାମଲା ନୂଆମୋଡ଼ ନେଇଛି।  ଶୁକ୍ରବାର ପୀଡ଼ିତା ମୁଖ୍ୟ ଅଭିଯୁକ୍ତ ଲଳିନ୍ଦ୍ର ଶବର ତାଙ୍କୁ ଗିରଫ କରା ନ ଗଲେ ଆତ୍ମହତ୍ୟା କରିବେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିବା ପରେ ଯାଦବ ସମାଜ ଏବଂ ଜିଲା ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଲଳିନ୍ଦ୍ରକୁ ଗିରଫ ପାଇଁ ଜିଲା ଆରକ୍ଷୀ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହା ପରେ ପୋଲିସ ଲଳିନ୍ଦ୍ରକୁ ଗିରଫ କରିଛି। ତେବେ ପୋଲିସ ପ୍ରଶାସନ ପକ୍ଷରୁ ଶନିବାର ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ସମୟରେ ଲଳିନ୍ଦ୍ର ଶବର ତାଙ୍କୁ ପ୍ରଥମେ ବଳାତ୍କାର କରିଥିବା ପ୍ରକାଶ କରିଥିଲେ। ପରେ ଲଳିନ୍ଦ୍ରକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ବୋଲି ଶନିବାର ସନ୍ଧ୍ୟାରେ ଏସ୍‌ପି ବାତୁଲା ଗଙ୍ଗାଧର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏହି ଘଟଣାରେ ଗଣବଳାତ୍କାର ମାମଲାରେ ଏଯାଏ ଗିରଫ ସଂଖ୍ୟା ୭ରେ ପହଞ୍ଚତ୍ଥିବା ବେଳେ ଭିଡିଓ ଭାଇରାଲ ଘଟଣାରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ମୋଟ ଗିରଫ ସଂଖ୍ୟା ୧୦ରେ ପହଞ୍ଚତ୍ଛି।
ସୂଚନାଯୋଗ୍ୟ ଯେ, ଗତ ୧୪ ତାରିଖରେ ସୁଭଦ୍ରା ବସ୍‌ର ଡ୍ରାଇଭର ଲଳିନ୍ଦ୍ର ଶବର ପୀଡ଼ିତାଙ୍କୁ ମୋଟରସାଇକେଲରେ ଲିଫ୍ଟ ଦେଇ ଜୁନାଗଡ଼ ରାସ୍ତାରେ ନେଇଥିଲେ। ତେବେ ଜାରିଙ୍ଗ ନିକଟରେ ମୋଟରସାଇକେଲ ଅଟକାଇବା ପରେ ୬ ଜଣ ଯୁବକ ପୀଡ଼ିତାଙ୍କୁ ଜଙ୍ଗଲ ଭିତରକୁ ଟେକି ନେଇ ବଳାତ୍କାର କରିଥିଲେ। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ପୀଡ଼ିତା ଜୁନାଗଡ଼ ଥାନାରେ ଲିଖିତ ଏତଲା ଦେଇଥିଲେ। ଉକ୍ତ ଏତଲାକୁ ଭିତ୍ତିକରି ଏସ୍‌ପି ବାତୁଲା ଗଙ୍ଗାଧର ନିଜେ ତିନୋଟି ଟିମ୍‌ ଗଠନ କରି ୭ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଡ୍ରାଇଭର ଲଳିନ୍ଦ୍ରଙ୍କୁ ପୋଲିସ ମୁଖ୍ୟ ସାକ୍ଷୀ କରି ଛାଡ଼ିଦେଇଥିଲା। ମାତ୍ର ପୀଡ଼ିତା ଲଳିନ୍ଦ୍ର ମୁଖ୍ୟ ଅଭିଯୁକ୍ତ ଏବଂ ପ୍ରଥମେ ଲଳିନ୍ଦ୍ର ହିଁ ତାଙ୍କୁ ବଳାତ୍କାର କରିଥିବା ଗଣମାଧ୍ୟମ ନିକଟରେ ପ୍ରକାଶ କରିବା ପରେ ପୋଲିସ ଲଳିନ୍ଦ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri