ଜୁନିୟର କଲେଜ ଯୁକ୍ତ ୨ ପରୀକ୍ଷା ଫଳ; ବାଣିଜ୍ୟରେ ୯୨.୩୯%, କଳାରେ ୭୭.୭୭% ପାସ୍‌

ଢେଙ୍କାନାଳ ଅଫିସ, ୨୧।୬-ଢେଙ୍କାନାଳ ଜୁନିୟର କଲେଜରେ ଯୁକ୍ତ୨ ବାଣିଜ୍ୟ ଏବଂ କଳା ବିଭାଗ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନ ୪ଟାରେ ପ୍ରକାଶିତ ହୋଇଛି। ବାଣିଜ୍ୟରେ ଐଶ୍ୱର୍ଯ୍ୟା ସାହୁ ଏବଂ କଳାରେ ରାଜଲକ୍ଷ୍ମୀ ପଣ୍ଡା କଲେଜ ଟପ୍ପର ହୋଇଛନ୍ତି। ବାଣିଜ୍ୟରେ ପରୀକ୍ଷା ଦେଇଥିବା ୯୨ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୮୫ଜଣ ପାସ୍‌ କରିଛନ୍ତି। ପାସ୍‌ ହାର ରହିଛି ୯୨.୩୯%। ୬ଜଣ ଅକୃତକାର୍ଯ୍ୟ ହୋଇଥିବାବେଳେ ଜଣେ ଅନୁପସ୍ଥିତ ଥିଲେ। ପାସ୍‌ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୯, ଦ୍ୱିତୀୟ ଶ୍ରେଣୀରେ ୧୪ ଏବଂ ତୃତୀୟ ଶ୍ରେଣୀରେ ୩୨ଜଣ ଅଛନ୍ତି। ମୋଟ ୬୦୦ରୁ ୫୪୧ ମାର୍କ (୯୦.୧୬%) ରଖିଥିବା ଛାତ୍ରୀ ଐଶ୍ୱର୍ଯ୍ୟା ସାହୁ କଲେଜ ଟପ୍ପର ହୋଇଛନ୍ତି।
ସେହିପରି କଳାରେ ୨୩୪ଜଣ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୮୨ଜଣ ପାସ୍‌ କରିଛନ୍ତି। ୫୨ଜଣ ଫେଲ ହୋଇଛନ୍ତି । ପାସ୍‌ହାର ରହିଛି ୭୭.୭୭%। ପ୍ରଥମ ଶ୍ରେଣୀରେ ୨୦, ଦ୍ୱିତୀୟ ଶ୍ରେଣୀରେ ୩୦ ଏବଂ ତୃତୀୟ ଶ୍ରେଣୀରେ ୧୩୨ଜଣ କୃତକାର୍ଯ୍ୟ ହୋଇଛନ୍ତି। ଛାତ୍ରୀ ରାଜଲକ୍ଷ୍ମୀ ପଣ୍ଡା ମୋଟ ୬୦୦ରୁ ୫୨୨ ମାର୍କ ରଖି କଲେଜ ଟପ୍ପର ହୋଇଛନ୍ତି। ତାଙ୍କର ପାସ୍‌ହାର ରହିଛି ୮୭%।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟଙ୍କୁ ସାହା ‘ୟୁସେ ସଂଗଠନ’: ବୁଦ୍ଧିଜୀବୀଙ୍କ ପ୍ରଶଂସା

ପରଜଙ୍ଗ,୨।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ବସ୍ତି,ସାହି ମାନଙ୍କରେ ନୂତନ ବର୍ଷର ପ୍ରଥମ ଦିବସରେ ୟୁଥ ୟୁନାଇଟେଡ଼ ଫୋର୍‌ ସଷ୍ଟେନେବ୍ଲ୍ୟୁ ଏନଭର୍ଣ୍ଣମେଣ୍ଟ ଟ୍ରଷ୍ଟ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri