ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଏହି ଯାଞ୍ଚ ଚାଲିଛି ା କ୍ଲଷ୍ଟରସ୍ତରୀୟ ସ୍କୁଲଗୁଡିକର ଶିକ୍ଷକମାନଙ୍କୁ ପ୍ରମାଣପତ୍ର ଯାଞ୍ଚ ପାଇଁ ଡକାଯାଇଛି ା ଆସନ୍ତା ୪ ଦିନ ମଧ୍ୟରେ ଏହା ସରିବ ା ବ୍ଲକ ଶିକ୍ଷା ଅଧିକାରୀ ଅବିନାଶ ଶତପଥୀ ଏହାର ମନିଟରିଂ କରୁଛନ୍ତି। ଛତ୍ରପୁରସ୍ଥିତ ଅନସ୍ଲୋ ହାଇସ୍କୁଲ ଓ ସରକାରୀ ବାଳିକା ହାଇସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରମାଣପତ୍ର ଯାଞ୍ଚ କରୁଛନ୍ତି। ଯାଞ୍ଚ ପରେ ଉକ୍ତ ପ୍ରମାଣପତ୍ରର ନକଲ ଓ ରିପୋର୍ଟ ସର୍ବଶିକ୍ଷା ଅଭିଯାନ୍ ଜିଲା ପ୍ରକଳ୍ପ ସଂଯୋଜକଙ୍କୁ ପ୍ରଦାନ କରାଯିବ ବୋଲି ବ୍ଲକ ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି। ଡିପିସି ଉକ୍ତ ପ୍ରମାଣପତ୍ରର ଚୂଡାନ୍ତ ଯାଞ୍ଚ ପାଇଁ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ ସ୍ଥାନୀୟ ତହସିଲଦାରମାନଙ୍କୁ ପଠାଇବେ ବୋଲି ଜଣାପଡିଛି ା ଉକ୍ତ ଶିକ୍ଷକମାନେ ପୁଣି ସେମାନଙ୍କର ସଦ୍ୟ ଜାତି ପ୍ରମାଣପତ୍ର ମଧ୍ୟ ଦାଖଲ କରିବାକୁ କୁହାଯାଇଛି ା ନିଯୁକ୍ତି ବେଳେ ଦାଖଲ ହୋଇଥିବା ଜାତି ପ୍ରମାଣ ପତ୍ର ସହ ସଦ୍ୟ ଜାତି ପ୍ରମାଣପତ୍ରର ମେଳ କରାଯିବ ା ଜାଲ ପ୍ରମାଣପତ୍ର ଦାଖଲ କରି କେତେକ ଶିକ୍ଷକ ପଦବୀରେ ନିଯୁକ୍ତି ପାଇଥିବା ନେଇ ବିଭିନ୍ନ ସମୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିକଟରେ ଅଭିଯୋଗ ହୋଇଆସୁଥିଲା। ୨୦୧୧ ଜାନୁୟାରୀ ୧ରୁ ଏପର୍ଯ୍ୟନ୍ତ ନିଯୁକ୍ତ ସମସ୍ତ ଜୁନିୟର ଓ ରେଗୁଲାର ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପତ୍ର ଯାଞ୍ଚ ପାଇଁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଆସିଥିଲା ା ପୂର୍ବରୁ ମଧ୍ୟ ଶିକ୍ଷକମାନଙ୍କର ଶିକ୍ଷାଗତ ଓ ତାଲିମ ପ୍ରମାଣପତ୍ର ଯାଞ୍ଚ ସରିଥିବା ବ୍ଲକ ଶିକ୍ଷା ଅଧିକାରୀ କହିଛନ୍ତି।
ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...
‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...
ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…
ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...
ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି
ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...
ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ
ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...
ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍; ମିଳିନି ପରିଚୟ…
ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...
ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ
ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...
ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ…
ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...
Archives


