Posted inଖେଳ

ଜୁନିୟର ବିଶ୍ୱ ଟ୍ରାକ୍‌ ସାଇକେଲିଂ: ଆଲବେନଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ,୧୬।୮(ପିଟି): ଭାରତୀୟ ସ୍ପ୍ରିଣ୍ଟ ସାଇକେଲିଂ ଦଳ ଜର୍ମାନୀର ଫ୍ରାଙ୍କଫର୍ଟଠାରେ ଚାଲିଥିବା ଜୁନିୟର ଟ୍ରାକ ସାଇକେଲିଂ ଚାମ୍ପିୟନଶିପ୍‌ରେ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିବା ପରେ ଦେଶକୁ ଆଉ ଏକ ସଫଳତା ଆଣିଦେଇଛନ୍ତି ଇସୋ ଆଲବେନ। ପୁରୁଷ କେଇରିନ ଇଭେଣ୍ଟରେ ସେ ବ୍ରୋଞ୍ଜ ପଦକ ହାତେଇଛନ୍ତି। ୬ ଜଣ ସାଇକେଲ ଚାଳକଙ୍କ ମଧ୍ୟରେ ଅନୁଷ୍ଠିତ ଫାଇନାଲରେ ଆଲବେନ ଅଷ୍ଟ୍ରେଲିଆର ସାମ ଗାଲାଘର (ରୌପ୍ୟ) ଓ ଗ୍ରୀସର କୋନ୍‌ଷ୍ଟାଣ୍ଟିନୋ ଲିଭାନୋଜ (ଚାମ୍ପିୟନ)ଙ୍କ ପଛକୁ ରହିଥିଲେ। ଜୁନିୟର କେଇରିନ ଓ ସ୍ପ୍ରିଣ୍ଟ ବର୍ଗରେ ବିଶ୍ୱର ନଂ ୧ ସାଇକେଲିଷ୍ଟ ଆଲବେନ। ବୁଧବାର ବିଶ୍ୱସ୍ତରୀୟ ସାଇକେଲିଂ ଇଭେଣ୍ଟରେ ଭାରତ ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଥିଲା। ଇସୋ, ରୋନାଲ୍ଡୋ ସିଂ ଓ ରଜିତ ସିଂଙ୍କୁ ନେଇ ଗଠିତ ଭାରତୀୟ ଦଳ ପୁରୁଷ ସ୍ପ୍ରିଣ୍ଟ ଇଭେଣ୍ଟରେ ଶୀର୍ଷ ସ୍ଥାନ ହାସଲ କରିଥିଲେ। ଠିକ୍‌ ବର୍ଷେ ତଳେ ଆଣ୍ଡାମାନ ନିକୋବର ସାଇକେଲିଷ୍ଟ ପ୍ରଥମ ଭାରତୀୟ ଭାବେ ବିଶ୍ୱ ସାଇକେଲିଂ ଚାମ୍ପିୟନଶିପ୍‌ରେ ପଦକ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri