Posted inଖେଳ

ଜୁନିୟର ବିଶ୍ୱ ଟ୍ରାକ୍‌ ସାଇକେଲିଂ: ଆଲବେନଙ୍କୁ ବ୍ରୋଞ୍ଜ

ନୂଆଦିଲ୍ଲୀ,୧୬।୮(ପିଟି): ଭାରତୀୟ ସ୍ପ୍ରିଣ୍ଟ ସାଇକେଲିଂ ଦଳ ଜର୍ମାନୀର ଫ୍ରାଙ୍କଫର୍ଟଠାରେ ଚାଲିଥିବା ଜୁନିୟର ଟ୍ରାକ ସାଇକେଲିଂ ଚାମ୍ପିୟନଶିପ୍‌ରେ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିବା ପରେ ଦେଶକୁ ଆଉ ଏକ ସଫଳତା ଆଣିଦେଇଛନ୍ତି ଇସୋ ଆଲବେନ। ପୁରୁଷ କେଇରିନ ଇଭେଣ୍ଟରେ ସେ ବ୍ରୋଞ୍ଜ ପଦକ ହାତେଇଛନ୍ତି। ୬ ଜଣ ସାଇକେଲ ଚାଳକଙ୍କ ମଧ୍ୟରେ ଅନୁଷ୍ଠିତ ଫାଇନାଲରେ ଆଲବେନ ଅଷ୍ଟ୍ରେଲିଆର ସାମ ଗାଲାଘର (ରୌପ୍ୟ) ଓ ଗ୍ରୀସର କୋନ୍‌ଷ୍ଟାଣ୍ଟିନୋ ଲିଭାନୋଜ (ଚାମ୍ପିୟନ)ଙ୍କ ପଛକୁ ରହିଥିଲେ। ଜୁନିୟର କେଇରିନ ଓ ସ୍ପ୍ରିଣ୍ଟ ବର୍ଗରେ ବିଶ୍ୱର ନଂ ୧ ସାଇକେଲିଷ୍ଟ ଆଲବେନ। ବୁଧବାର ବିଶ୍ୱସ୍ତରୀୟ ସାଇକେଲିଂ ଇଭେଣ୍ଟରେ ଭାରତ ପ୍ରଥମ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଥିଲା। ଇସୋ, ରୋନାଲ୍ଡୋ ସିଂ ଓ ରଜିତ ସିଂଙ୍କୁ ନେଇ ଗଠିତ ଭାରତୀୟ ଦଳ ପୁରୁଷ ସ୍ପ୍ରିଣ୍ଟ ଇଭେଣ୍ଟରେ ଶୀର୍ଷ ସ୍ଥାନ ହାସଲ କରିଥିଲେ। ଠିକ୍‌ ବର୍ଷେ ତଳେ ଆଣ୍ଡାମାନ ନିକୋବର ସାଇକେଲିଷ୍ଟ ପ୍ରଥମ ଭାରତୀୟ ଭାବେ ବିଶ୍ୱ ସାଇକେଲିଂ ଚାମ୍ପିୟନଶିପ୍‌ରେ ପଦକ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri