ଜୁନ୍‌ ୧ରୁ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି(ଓର୍‌ମାସ) ଏବଂ ଓଡ଼ିଶା ଜୀବିକା ମିଶନର ମିଳିତ ଉଦ୍ୟମରେ ରାଜ୍ୟସ୍ତରୀୟ ଆମ୍ବ ମହୋତ୍ସବ-୨୦୧୯ ‘ଆମ ଆମ୍ବ ବଜାର’ ଆସନ୍ତା ଜୁନ୍‌ ୧ରୁ ଅନୁଷ୍ଠିତ ହେବ। ୫ଦିନ ବ୍ୟାପି ଚାଲିବାକୁ ଥିବା ଏହି ପ୍ରଦର୍ଶନୀ ତଥା ବିକ୍ରୟ ମେଳା ଚଳିତବର୍ଷ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ(ଏସ୍‌ଆଇଆର୍‌ଡି) ପରିସରରେ ଆୟୋଜନ ହେବ। ଏଥିଲାଗି ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଓର୍‌ମାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓର୍‌ମାସର ଅତିରିକ୍ତ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବୟଂପ୍ରଭା ମହାନ୍ତି ଓ ଉପନିର୍ଦ୍ଦେଶକ(ବିପଣନ) ସୁଜୋୟ କର ଉପସ୍ଥିତ ଥିଲେ। ରାଜ୍ୟର ପ୍ରମୁଖ ଆମ୍ବ ଉତ୍ପାଦନକାରୀ ୮ ଜିଲା ଯଥା ଅନୁଗୋଳ, ରାୟଗଡ଼ା, ମୟୂରଭଞ୍ଜ, ସମ୍ବଲପୁର, ବଲାଙ୍ଗୀର, କୋରାପୁଟ, ଢେଙ୍କାନାଳ ଓ ଗଜପତିର ଜିଲାସ୍ତରୀୟ ଅଧିକାରୀ, ଉତ୍ପାଦକ କମ୍ପାନୀ ଏବଂ ଗୋଷ୍ଠୀଗୁଡ଼ିକର ପ୍ରତିନିଧି ଓ କର୍ମକର୍ତ୍ତା ବୈଠକରେ ଯୋଗଦେଇଥିଲେ।
ଓଡ଼ିଶାର ପୁରପଲ୍ଲୀରେ ଉତ୍ପାଦିତ ହେଉଥିବା ବିଭିନ୍ନ ଉନ୍ନତ କିସମର ସଦ୍ୟ ହାତତୋଳା ତଥା ରାସାୟନିକ ପଦାର୍ଥ ବୋଳାଯାଇ ନ ଥିବା ଆମ୍ବକୁ ଲୋକଙ୍କ ପାଖରେ ପହଞ୍ଚାଇବା ଏବଂ ତା’ ସମ୍ପର୍କରେ ଅବଗତ କରାଇବା ଏହି ମହୋତ୍ସବର ମୂଳ ଉଦ୍ଦେଶ୍ୟ ବୋଲି ସ୍ବୟଂପ୍ରଭା ମହାନ୍ତି ସୂଚନା ଦେଇଛନ୍ତି। ଉପରୋକ୍ତ ଜିଲାଗୁଡ଼ିକର ଆମ୍ବ ଚାଷୀମାନେ ମହୋତ୍ସବରେ ଯୋଗଦେଇ ସେମାନଙ୍କ ଦ୍ୱାରା ଉତ୍ପାଦିତ ଉନ୍ନତ କିସମର ସ୍ବାଦିଷ୍ଟ ଆମ୍ବ ପ୍ରଦର୍ଶନ ଓ ବିକ୍ରିବଟା କରିପାରିବେ। ଏହି ଗ୍ରାମୀଣ ଚାଷୀମାନେ ମଧ୍ୟସ୍ଥିମାନଙ୍କ ଜରିଆରେ କମ୍‌ ଦରରେ ବେପାରୀଙ୍କୁ ଆମ୍ବ ବିକ୍ରି କରି ଲାଭାଂଶ ହରାଇ ବସୁଥିବା ବେଳେ ମହୋତ୍ସବରେ ଅଂଶଗ୍ରହଣ କରି ଖୁଚୁରା ବିକ୍ରିବଟାର ସୁଯୋଗ ପାଇବେ। ଏଥିସହ ଅଧିକ ଲାଭବାନ ହୋଇପାରିବେ। ଓଡ଼ିଶାର ଗ୍ରାମାଞ୍ଚଳରେ ଉତ୍ପାଦିତ ହେଉଥିବା ସ୍ବାଦିଷ୍ଟ କିସମର ବିଭିନ୍ନ ଦେଶୀ ଆମ୍ବ ଯଥା ଆମ୍ରପାଲି, ଦଶେରୀ, ମଲ୍ଲିକା, ଲେଙ୍ଗେଡ଼ା, ବାଇଗଣପାଲି, ହିମସାଗର, ତୋଟାପୁରୀ, ସୁନ୍ଦରୀ ଆଦି ସମ୍ପର୍କରେ ଜନସାଧାରଣ ଅବଗତ ହୋଇପାରିବେ। ଚାଷୀଙ୍କଠାରୁ ସିଧାସଳଖ ଉପଭୋକ୍ତାଙ୍କ ନିକଟରେ ଉତ୍କୃଷ୍ଟ ଆମ୍ବ ପହଞ୍ଚାଇବା ଓ ଚାଷୀଙ୍କ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଏହି ମହୋତ୍ସବର ଲକ୍ଷ୍ୟ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri