ଜୁନ୍‌ ୨୩ରେ ରଥଯାତ୍ରା: ପ୍ରସ୍ତୁତ ହେଲାଣି ୧୫ ଚକ

ପୁରୀ ଅଫିସ,୧୭।୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ ଆଗେଇ ଚାଲିଛି। ବିଳମ୍ବରେ କାମ ଆରମ୍ଭ ହୋଇଥିବାରୁ କିପରି ଠିକଣା ସମୟରେ ତିନିରଥ ପ୍ରସ୍ତୁତ ହୋଇଯିବ ସେଥିପାଇଁ ଦିନରାତି ଲାଗିପଡ଼ିଛନ୍ତି ରଥ ନିର୍ମାଣରେ ସମ୍ପୃକ୍ତ ସେବକ। ତିନିରଥର ମୁଖ୍ୟ ବିଶ୍ୱକର୍ମାଙ୍କ ଦିଗ୍‌ଦର୍ଶନ ଅନ୍ୟ ମହାରଣାମାନେ ଭୋଇ ସେବକଙ୍କ ସହାୟତାରେ ରଥ ତିଆରି କାମ ଚାଲିଛି। ସେହିପରି ରୂପକାର ସେବକମାନେ ବିଭିନ୍ନ ପ୍ରକାର ଖୋଦେଇ କାମ ଜାରି ରଖିଥିବା ବେଳେ ଦୋଳବେଦୀ ପରିସର ଅସ୍ଥାୟୀ କମାରଶାଳାରେ କମାର ସେବକମାନେ ବିଭିନ୍ନ ପ୍ରକାର କଣ୍ଟା, ବଳା, ପନ୍ଦାରୀ ଆଦି ତିଆରି କରୁଛନ୍ତି। ଶନିବାର ସୁଦ୍ଧା ରଥଖଳାରେ ୧୫ଟି ଚକ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇଯାଇଛି। ଆହୁରି ୨୭ଟି ଚକ କିପରି ଯୁଦ୍ଧକାଳୀନ ଭିତ୍ତିରେ ଶେଷ ହେବ ସେଥିରେ ଲାଗିପଡ଼ିଛନ୍ତି ମହାରଣା ସେବକ। ଏହାବ୍ୟତିତ ଓରା ବିନ୍ଧ କରାଯାଇଥିବାବେଳେ ପୋଟଳ ଓରା, ପୋଟଳ ପାରେଣି ତିଆରି ସରିଛି। ୮ଟି ଭୂଇଁ ଖମ୍ବି ମଧ୍ୟ ତିଆରି ସରିଥିବା ଜଣାପଡ଼ିଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ରଥଖଳା ଭିତରକୁ କିପରି ପାଣି ନ ପଶିବ ସେଥିଲାଗି ଚାରିପଟେ ଇଟା ସିମେଣ୍ଟ ବନ୍ଧ କରାଯାଇଛି। ସେହିପରି ରଥଖଳା ଉପରେ ପାଲ ମଧ୍ୟ ପକାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri