ଜୁନ୍‌ ୩୦ ଯାଏ ଚାଲିବ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ଚଳିତ ରବିଧାନ ବିକ୍ରି ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ଅନ୍‌ଲାଇନ ମାଧ୍ୟମରେ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ୨୦୨୧ ବର୍ଷର ରବିଧାନ ତୁଳନାରେ ୨୦୨୨ ବର୍ଷରେ ଚାଷୀମାନଙ୍କ ନାମ ପଞ୍ଜୀକରଣରେ ୧୧ ପ୍ରତିଶତ ବୃଦ୍ଧି ଘଟିଛି। ୨୦୨୧ ରବିଧାନ ସଂଗ୍ରହ ନିମନ୍ତେ ୨ ଲକ୍ଷ ୩୩ ହଜାର ଜଣ ଚାଷୀ ସେମାନଙ୍କ ନାମ ପଞ୍ଜୀକରଣ କରିଥିଲେ। ପଞ୍ଜୀକୃତ ଚାଷୀମାନେ ଦେଇଥିବା ଜମିଜମାର ରେକର୍ଡ ଓ ବ୍ୟାଙ୍କ ଆକାଉଣ୍ଟ, ଧାନଚାଷ କରିଥିବା ପ୍ରକୃତ ଜମି, ଜଳସେଚିତ ଜମିର ପରିମାଣ ଆଦିର ତଥ୍ୟ ଯାଞ୍ଚ ପରେ ଚାଷୀମାନଙ୍କ ଚୂଡ଼ାନ୍ତ ତାଲିକା ପ୍ରସ୍ତୁତ କରାଯିବ।

୨୦୨୧-୨୨ ବର୍ଷରେ ଖରିଫ ଧାନଚାଷ ଜମିର ଯାଞ୍ଚ ନିମନ୍ତେ ପାଇଲଟ୍‌ ପ୍ରକଳ୍ପ ଭାବରେ ସାଟେଲାଇଟ୍‌ ଇ-ମେଜରିଂ ମାଧ୍ୟମରେ କରାଯାଇଥିବା ଯାଞ୍ଚ କାର୍ଯ୍ୟର ସଫଳତାକୁ ଦୃଷ୍ଟିରେ ରଖି ଚଳିତ ରବିଧାନ କରାଯାଇଥିବା ସମସ୍ତ ୧୭ ଜିଲାର ଧାନଚାଷ ଜମିର ଯାଞ୍ଚ ସାଟେଲାଇଟ୍‌ ଇ-ମେଜରିଂ ମାଧ୍ୟମରେ କରାଯାଉଛି ବୋଲି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି। ଭୁଲ୍‌ ତଥ୍ୟ ମିଳିଲେ ସମ୍ପୃକ୍ତ ଜମିକୁ ବାଦ୍‌ ଦିଆଯାଉଛି। ପଞ୍ଜୀକରଣ ଓ ନାମ ଯାଞ୍ଚ ହୋଇଥିବା ଚାଷୀମାନେ ହିଁ ଉଦ୍ଦିଷ୍ଟ ମଣ୍ଡିରେ ସେମାନଙ୍କର ରବିଧାନ ବିକ୍ରି କରିପାରିବେ। ୧୭ ଜିଲା ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁରରୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ରବିଧାନ ସଂଗ୍ରହ କରାଯିବ। ଏହିସବୁ ଜିଲାର ମଣ୍ଡିରେ ଚାଷୀମାନଙ୍କଠାରୁ ପି-ପାସ୍‌ ଓ ଆଗୁଆ ଟୋକନ ପ୍ରଦାନ ମାଧ୍ୟମରେ ସର୍ବନିମ୍ନ ସହାୟକ ମୂଲ୍ୟରେ ଧାନସଂଗ୍ରହ କରାଯିବ। ରବିଧାନ ସଂଗ୍ରହ କାର୍ଯ୍ୟ ଜୁନ୍‌ ୩୦ ପର୍ଯ୍ୟନ୍ତ ଚାଲିବ। ରବିଧାନ ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିବାବେଳେ ଏଥି ମଧ୍ୟରୁ ୯୧ ହଜାର ୫ ଜଣ ଚାଷୀ ନୂତନ ଭାବରେ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ୧,୬୬,୯୫୧ ଜଣ ଚାଷୀ ସେମାନଙ୍କ ନାମ ନବୀକରଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri