ଜୁନ୍‌ ୩୦ ଯାଏ ଧାର୍ମିକ ସ୍ଥଳ ବନ୍ଦ ରହିବ

ଭୁବନେଶ୍ୱର,୯।୬(ବ୍ୟୁରୋ) :କେନ୍ଦ୍ର ସରକାର ଧାର୍ମିକ ସ୍ଥଳ, ଶପିଂମଲ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟ ସରକାର କରୋନା ସ୍ଥିତିକୁ ଦେଖି କଟକଣା ଜାରି କରିପାରିବେ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡଲାଇନରେ କୁହାଯାଇଥିଲା। ରାଜ୍ୟ ସରକାର ଦ୍ୱନ୍ଦ୍ୱ ଦୂର କରିବାକୁ ପୂର୍ବରୁ ଜୁନ ମାସ ପାଇଁ ଜାରି କରାଯାଇଥିବା ଗାଇଡଲାଇନରେ ସାମାନ୍ୟ ସଂଶୋଧନ କରିଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜୁନ ୩୦ ତାରିଖ ଯାଏ ସମସ୍ତ ଧାର୍ମିକ ସ୍ଥଳରେ ଉପାସନା ବନ୍ଦ ରହିବ। ସମସ୍ତ ଶପିଂ ମଲ, ସିନେମା ହଲ, ଜିମ୍ନାସିୟମ, ସୁଇମିଂ ପୁଲ, ଆମୋଦପ୍ରମୋଦ ପାର୍କ, ଥିଏଟର, ବାର, ଅଡି ଟୋରିୟମ, ଆସେମ୍ବ୍ଲି ହଲ ଇତ୍ୟାଦି ମଧ୍ୟ ଚଳିତ ମାସ ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ। ତେବେ ହୋଟେଲ ଓ ରେଷ୍ଟୁରାଣ୍ଟ ପାଇଁ ସରକାର ୨୦୨୦ ଜୁନ ପହିଲାରେ ଜାରି କରିଥିବା ଗାଇଡଲାଇନ ବଳବତ୍ତର ରହିବ। ଏଥିସହିତ ଉକ୍ତ ବିଜ୍ଞପ୍ତିରେ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ପୂର୍ବ ଭଳି ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ପାର୍ବଣ ପୂର୍ବରୁ ମହଙ୍ଗା ମାଡ଼: ୮ ଟଙ୍କା ବଢ଼ିପାରେ କ୍ଷୀର ମୂଲ୍ୟ! ରାଜ୍ୟ ସରକାରଙ୍କୁ ୩ ଦିନିର ଅଲ୍ଟିମେଟମ ଦେଲେ…

ନୂଆଦିଲ୍ଲୀ,୧୯।୯: କର୍ନାଟକରେ ପାର୍ୱଣ ଋତୁ ପୂର୍ୱରୁ ଲୋକଙ୍କୁ ଆଉ ଏକ ବଡ଼ ଝଟକା ଲାଗିପାରେ। ଏଠାରେ ଖୁବ ଶୀଘ୍ର କ୍ଷୀର ଦରରେ ବଡ଼ ଧରଣର ବୃଦ୍ଧି ଦେଖିବାକୁ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?