ଜୁନ୍‌ ୩୦ ଯାଏ ବଢ଼ିଲା ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ପଞ୍ଜୀକରଣ ଅବଧି

ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଯାନବାହନଗୁଡ଼ିକର ଲାଇସେନ୍ସ, ଫିଟ୍‌ନେସ, ପଞ୍ଜୀକରଣ ଓ ଅନ୍ୟାନ୍ୟ କାଗଜପତ୍ରର ଅବଧିକୁ ଆସନ୍ତା ଜୁନ୍‌ ୩୦ ତାରିଖ ଯାଏ ବୃଦ୍ଧି କରାଯାଇଛି। ଫେବୃୟାରୀ ଶେଷ ସୁଦ୍ଧା ଯେଉଁ ଯାନବାହନଗୁଡ଼ିକର କାଗଜପତ୍ର ଓ ଚାଳକମାନଙ୍କର ଡ୍ରାଇଭିଂ ଲାଇସେନ୍ସ ଅବଧି ସମାପ୍ତ ହୋଇଥିଲା ସେଗୁଡ଼ିକର ଅବଧି ଜୁନ୍‌ ୩୦ ତାରିଖ ଯାଏ ବଳବତ୍ତର ରହିବ। ଏ ନେଇ ଭୂପୃଷ୍ଠ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ଏହି ସମୟ ମଧ୍ୟରେ ଅବଧି ଶେଷ ହୋଇଥିବା ଗାଡ଼ିର କାଗଜପତ୍ରକୁ ଯାଞ୍ଚ ନ କରିବା ପାଇଁ ପରାମର୍ଶ ଦିଆଯାଇଛି। କରୋନା(କୋଭିଡ-୧୯) ମହାମାରୀକୁ ଦୃଷ୍ଟିରେ ରଖି ମନ୍ତ୍ରଣାଳୟ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ କେନ୍ଦ୍ରର ଏହି ପରାମର୍ଶକୁ କାର୍ଯ୍ୟକାରୀ କରାଯିବ ବୋଲି ପରିବହନ ବିଭାଗର ଜଣେ ଅଧିକାରୀ କହିଛନ୍ତି। ସଂଶୋଧିତ ମୋଟରଯାନ ଆଇନ କାର୍ଯ୍ୟକାରୀ ହେବା ପରେ ୨୦୧୯ ସେପ୍ଟେମ୍ବର ପହିଲାରୁ ଡ୍ରାଇଭିଂ ଲାଇସେନ୍ସ, ଫିଟ୍‌ନେସ୍‌, ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି) ଓ ଅନ୍ୟାନ୍ୟ କାଗଜପତ୍ର ନ ଥିଲେ ଗାଡ଼ିଚାଳକଙ୍କୁ ବଡ଼ଧରଣର ଜରିମାନା କରାଯାଇଥିଲା। ଯେପରି ଦୁର୍ଘଟଣା ହାର କମାଇବା ପାଇଁ ଏଭଳି ପଦକ୍ଷେପ କେନ୍ଦ୍ର ସରକାର ନେଇଥିଲେ ରାଜ୍ୟରେ ମଧ୍ୟ ଏହି ସଂଶୋଧିକ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। କାଗଜପତ୍ର ଠିକ୍‌ କରିବା ପାଇଁ ରାଜ୍ୟ ସରକାର ଲୋକମାନଙ୍କୁ ୨ଟି ପର୍ଯ୍ୟାୟରେ ୬ ମାସ ସମୟ ଦେଇଥିଲେ। ଏ ପର୍ଯ୍ୟନ୍ତ ମଧ୍ୟ ଗାଡ଼ିମାଲିକ ଭାବେ ପୂର୍ବ ଯାନବାହନର କାଗଜପତ୍ର ଓ ଲାଇସେନ୍ସ ଯୋଗାଡ଼ କରିପାରିନାହାନ୍ତି। କରୋନା ମହାମାରୀ ସଂକ୍ରମଣ ଆଶଙ୍କାକରି ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଗାଡ଼ିକାଗଜପତ୍ର ନବୀକରଣ କରିବା ନେଇ ସମସ୍ୟା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri