ଜୁନ୍‌ରେ ବିବାହ କରିବେ ଅର୍ଜ୍ଜୁନ-ମଲାଇକା!

ମୁମ୍ବାଇ: ବଲିଉଡ୍‌ ନାୟିକା ମଲାଇକା ଆରୋରା ଓ ଅଭିନେତା ଅର୍ଜ୍ଜୁନ କପୁରଙ୍କ ବିବାହକୁ ନେଇ ଅନେକଥର ଭିନ୍ନ ଭିନ୍ନ କଥା ଶୁଣିବାକୁ ମିଳିଛି। ତେବେ ଏମାନଙ୍କ ରିଲେସନଶିପକୁ ନେଇ ପ୍ରାୟ ସବୁ ସମୟରେ ଚର୍ଚ୍ଚା ଯୋର ଧରିଥାଏ। ଏମିତିକି ଏମାନେ ରିଲେସନଶିପରେ ଥିବା ଖୋଲା ଖୋଲି କହିଥିଲେ ମଧ୍ୟ କେବେ ବିବାହ କରିବେ ସେ ସମ୍ପର୍କରେ କେବେ କିଛି କହି ନାହାନ୍ତି। କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବାରୁ ଉଭୟ ଏବେ ଘରେ ରହି ସମୟ କାଟୁଛନ୍ତି। ଏହି ସମୟରେ ସେମାନଙ୍କ ବିବାହକୁ ନେଇ ସୋସିଆଲ ମିଡିଆରେ ଖବର ଆସୁଛି। କିନ୍ତୁ ଏହା କେତେ ଠିକ୍‌ ତାହା ଏପର୍ଯ୍ୟନ୍ତ କାହାକୁ ଜଣାନାହିଁ। ଏମିତିକି ଏହା ପୂର୍ବରୁ ମଧ୍ୟ ଶୁଣିବାକୁ ମିଳିଥିଲା କି ଏହି ଯୋଡି ଚଳିତ ବର୍ଷ ଏପ୍ରିଲରେ ବିବାହ କାରିବେ ହେଲେ ଏହା ଭୁଲ୍‌ ପ୍ରମାଣିତ ହେଲା। ସେମିତି ଏବେ ଶୁଣିବାକୁ ମିଳିଛି କି ଏମାନେ ଜୁନ୍‌ ମାସରେ ବିବାହ କରିବେ। ନିକଟରେ ଏ ସମ୍ପର୍କରେ ଅର୍ଜ୍ଜୁନଙ୍କୁ ପଚରା ଯିବାରୁ ସେ କହିଥିଲେ ତାଙ୍କୁ ଏବେ ମାତ୍ର ୩୩ ବର୍ଷ ତେଣୁ ଏବେ ତାଙ୍କର ବିବାହ କରିବାର ପ୍ରଶ୍ନ ଉଠୁନାହିଁ। ଅନ୍ୟପଟେ ସେ ତାଙ୍କ ପରିବାର ସଦସ୍ୟଙ୍କ ସହମତି ପରେ ବିବାହ କରିବେ ବୋଲି ସ୍ପଷ୍ଟ କରିଛନ୍ତି। ତେଣୁ ମଲାଇକା-ଅର୍ଜ୍ଜୁନ ଯେ ଏବେ ବିବାହ କରୁ ନାହାନ୍ତି ତାହା ଅର୍ଜ୍ଜୁନ ଏକ ପ୍ରକାର ସ୍ପଷ୍ଟ କରିଛନ୍ତି। ସୋସିଆଲ ମିଡିଆରେ ଆସିଥିବା ଖବର ସମ୍ପୂର୍ଣ୍ଣ ମିଛ ବୋଲି ଏବେ ପୁଣିଥରେ ଆଲୋଚନା ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍‌’! ବଡ଼ କଥା କହିଲେ ଭାରତୀୟ କୋଚ

ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?