Posted inଖେଳ

ଜୁଭେଣ୍ଟସ ଇଟାଲିଆନ କପ୍‌ ଫାଇନାଲରେ

ତୁରିନ୍‌,୧୩ା୬(ଏପି): ଶେଷରେ ଇଟାଲୀରେ ପୁନର୍ବାର ଫୁଟ୍‌ବଲ ଖେଳ ଆରମ୍ଭ ହୋଇଛି। ନୀରବ ପରିବେଶ ମଧ୍ୟରେ ଜୁଭେଣ୍ଟସ ଓ ଏସି ମିଲାନ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ଗୋଲଶୂନ୍ୟ ଡ୍ର ଭାବେ ଶେଷ ହୋଇଛି। ଆଓ୍ବେ ଗୋଲ୍ସ ନିୟମ ଭିତ୍ତିରେ ଜୁଭେଣ୍ଟସ ଇଟାଲିଆନ କପ୍‌ ଫାଇନାଲରେ ପ୍ରବେଶ କରିଛି। ମିଲାନରେ ଦୁଇ ଦଳ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଲେଗ୍‌ ମ୍ୟାଚ ୧-୧ରେ ଡ୍ର ଭାବେ ଶେଷ ହୋଇଥିଲା। କରୋନା ଭାଇରସ୍‌ ଯୋଗୁ ମାର୍ଚ୍ଚ ୯ ରୁ ସିଜନକୁ ସସ୍‌ପେଣ୍ଡ ରଖାଯାଇଥିଲା। ଅନ୍ୟ ସେମାଫାଇନାଲ ଦ୍ୱିତୀୟ ଲେଗ୍‌ ମ୍ୟାଚ ନାପୋଲି ଏବଂ ଆୟୋଜକ ଇଣ୍ଟରମିଲାନ ମଧ୍ୟରେ ଅନୁଷ୍ଠିତ ହେଉଛି। ଫାଇନାଲ ମ୍ୟାଚ ବୁଧବାର ରୋମ୍‌ରେ ଖେଳାଯିବ। ଶୁକ୍ରବାର ମ୍ୟାଚରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଏକ ପେନାଲ୍ଟି ମିସ୍‌ କରିଥିଲେ। ମ୍ୟାଚରେ ଜଭେଣ୍ଟସ ପ୍ରଧାନ୍ୟ ବିସ୍ତାର କରି ଖେଳିଥିଲା। ୭୦ ଦିନ ବ୍ୟବଧାରେ ଖେଳାଳିମାନେ ପଡ଼ିଆକୁ ଫେରିଥିବାରୁ ଉଭୟ ଶାରୀରିକ ଓ ମାନସିକ ସ୍ତରରେ ସେମାନେ ସମ୍ପୂର୍ଣ୍ଣ ଫିଟ୍‌ ନ ଥିବା ଲକ୍ଷ୍ୟ କରାଯାଇଥିଲା। ପୁନଶ୍ଚ ବିନା ଦର୍ଶକରେ ଖେଳ ଆକର୍ଷଣୀୟ ହୋଇ ପାର ନ ଥିଲା। ସୂଚନାଯୋଗ୍ୟ କୋଭିଡ୍‌-୧୯ ଯୋଗୁ ଇଟାଲୀରେ ଇତିମଧ୍ୟରେ ୩୪,୦୦୦ରୁ ଊର୍ଦ୍ଧ୍ୱ ଲୋକ ମୃତ୍ୟୁ ବରଣ କରି ସାରିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

ଶିମିଳିପାଳରେ ହେବ ହେଲିପ୍ୟାଡ୍‌’

ଭୁବନେଶ୍ୱର,୧୯ା୨: ମୟୂରଭଞ୍ଜ ଜିଲା ଶିମିଳିପାଳରେ ହେଲିପ୍ୟାଡ୍‌ ହେବ। ଏନେଇ ବିଧାନସଭା ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆବଶ୍ୟକୀୟ ଜମି ନିରୂପଣ…

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri