ଜୁମ୍‌ ଆପ୍‌କୁ ହାଇକୋର୍ଟଙ୍କ ନା

କଟକ ଅଫିସ,୨୨।୪: ସମ୍ପ୍ରତି ଲକ୍‌ଡାଉନ୍‌ ଜାରିଥିବାରୁ ହାଇକୋର୍ଟରେ ଭିଡିିଓ କନ୍‌ଫରେନ୍ସିଂ ଜରିଆରେ ଶୁଣାଣି ଚାଲିଛି। ଏଥିପାଇଁ ଗତ ୯ ତାରିଖଠାରୁ ‘ଓଡ଼ିଶା ହାଇକୋର୍ଟ ଇ-ଫାଇଲିଂ ଆଣ୍ଡ ଭିଡିିଓ କନ୍‌ଫରେନ୍ସିଂ ସ୍କିମ୍‌-୨୦୨୦’ ଆରମ୍ଭ ହୋଇଛି। ଏହି ସ୍କିମ୍‌ ଅନୁଯାୟୀ ଭିଡିିଓ କଲ୍‌, ବିଶେଷ ଭାବେ ହ୍ବାଟ୍‌ସଆପ୍‌ରେ ଭିଡିଓ କଲ୍‌ କିମ୍ବା ଜୁମ୍‌ ଆପ୍‌ରେ ଭିଡିିଓ କନ୍‌ଫରେନ୍ସିଂ କରାଯାଉଛି। ତେବେ ଜୁମ୍‌ ଆପ୍‌କୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଆପତ୍ତି ଉଠାଇଥିବାରୁ ହାଇକୋର୍ଟରେ ଭିଡିଓ କନ୍‌ଫରେନ୍ସିଂରେ ଏହି ଆପ୍‌ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି। ହାଇକୋର୍ଟ ରେଜିଷ୍ଟ୍ରାର୍‌ ଜେନେରାଲ୍‌ଙ୍କ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି।
ଅନେକ ଘରୋଇ ଏବଂ ସରକାରୀ ଅନୁଷ୍ଠାନ ନିଜ କର୍ମଚାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ପାଇଁ ଜୁମ୍‌ ଆପ୍‌କୁ ବ୍ୟବହାର କରୁଛନ୍ତି। ବର୍ତ୍ତମାନ ଲକ୍‌ଡାଉନ୍‌ ସମୟରେ ଏହି ଆପ୍‌ ବହୁଳ ଭାବେ ଲୋକପ୍ରିୟ ହୋଇପାରିଛି। ତେବେ ଗତ ଗୁରୁବାର ଆପ୍‌କୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଆପତ୍ତି ଉଠାଇଥିଲା। ଆପ୍‌ ବ୍ୟବହାର ଅସୁରକ୍ଷିତ ଏବଂ ଏହାଦ୍ୱାରା ସାଇବର୍‌ ଠକେଇର ସମ୍ଭାବନା ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଥିଲା। ବ୍ୟବହାରୀଙ୍କ ଗୋପନୀୟ ତଥ୍ୟ ପ୍ରଘଟ ହେଉଥିବା ଏବଂ ଆଗାମୀ ଦିନରେ ଏହାକୁ ସାଇବର୍‌ ଅପରାଧୀମାନେ ବ୍ୟବହାର କରିପାରନ୍ତି ବୋଲି ମନ୍ତ୍ରଣାଳୟ ସତର୍କ କରାଇଥିଲା। ଏହା ପରେ ହାଇକୋର୍ଟ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜୁମ୍‌ ଆପ୍‌ର ବ୍ୟବହାରକୁ ବାରଣ କରାଯାଇଛି। ତେବେ ଆବେଦନକାରୀମାନେ ପୂର୍ବବତ ‘ଭିଡୟୋ’ ଆପ୍‌ କିମ୍ବା ହ୍ବାଟ୍‌ସଆପ୍‌ ଭିଡିିଓ କଲିଂର ବ୍ୟବହାର କରିପାରିବେ। ସେହିଭଳି ହାଇକୋର୍ଟ ପରିସରରେ ଏକ ସ୍ବତନ୍ତ୍ର ଭିଡିିଓ କନଫରେନ୍ସିଂ ହଲ୍‌ କରାଯାଇଛି। ଯେଉଁମାନେ ଚାହିଁବେ, ସେଠାରୁ ଭିଡିିଓ କନ୍‌ଫରେନ୍ସି ମାଧ୍ୟମରେ ଶୁଣାଣିରେ ଭାଗନେଇପାରିବେ ବୋଲି ହାଇକୋର୍ଟ ରେଜିଷ୍ଟ୍ରାର୍‌ ଜେନେରାଲ୍‌ଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଲିଙ୍ଗରାଜରୁ ଖୋର୍ଦ୍ଧା ଯାଏ ଦୌଡିଲେ ମନ୍ମଥ

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନରୁ ବିଜୁ ଜନତା ଦଳ(ବିଜେଡି)ର ପ୍ରାର୍ଥୀ ମନ୍ମଥ ରାଉତରାୟ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା...

ଆଜି ପ୍ରାର୍ଥୀପତ୍ର ଦାଖଲ କରିବେ ଧର୍ମେନ୍ଦ୍ର, ଅପରାଜିତା,ମନ୍ମଥ, ଅରୁପ

ଭୁବନେଶ୍ୱର,୨।୫: ଲୋକ ସଭା ନିର୍ବାଚନ ପାଇଁ ଗୁରୁବାର ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଭୁବନେଶ୍ୱର ଲୋକ...

ଦ୍ୱିତୀୟ ନିର୍ବାଚନ କ୍ଷେତ୍ର କଣ୍ଟାବାଞ୍ଜିରୁ ପ୍ରାର୍ଥିପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ଗୁରୁବାର କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପ୍ରାଥିପତ୍ର ଦାଖଲ କରିବେ ବୋଲି ଖବର ରହିଛି। ଏହା ନବୀନଙ୍କ ଦ୍ୱିତୀୟ ନିର୍ବାଚନ କ୍ଷେତ୍ର।...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri