ଜୁଲାଇ ସୁଦ୍ଧା ପିଏମ୍‌ କିଷାନରେ ୭୦ ମିଲିୟନ ଚାଷୀ ଯୋଡି ହେବେ

ନୂଆଦିଲ୍ଲୀ,୨୧-୭: କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ପାଇଁ ଉଦ୍ଦିଷ୍ଟ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଘୋଷଣା ହୋଇଛି। ତେବେ ଏହି ଯୋଜନାରେ ଏବେ ଅଧିକ ଜମି ଥିବା ଚାଷୀ ମଧ୍ୟ ଯୋଡି ହେଉଛନ୍ତି। ଫଳରେ ଏହି ଯୋଜାନରେ ସାମିଲ ହେବା ଲାଗି ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଜୋର୍‌ ଧରିଛି। କେନ୍ଦ୍ର ସରକାର ଦେଶର ୧୪୫ ମିଲିୟନ ଚାଷୀଙ୍କ ପଞ୍ଜୀକରଣ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିଥିବା ବେଳେ ଜୁଲାଇ ଶେଷ ସୁଦ୍ଧା ଏହାର ଅଧା ଅର୍ଥାତ୍‌ ପ୍ରାୟ ୭୦ ମିଲିୟନରେ ପହଞ୍ଚତ୍ୟିବ ବୋଲି ପିଏମ୍‌ କିଷାନ ସିଇଓ ବିବେକ ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି। ଗତବର୍ଷ ଡିସେମ୍ବର ପହିଲାରୁ କାର୍ଯ୍ୟକାରୀ ହୋଇଥିବା ଉକ୍ତ ଯୋଜନାରେ ଚାଷୀଙ୍କୁ ୩ଟି କିସ୍ତିରେ ୨ ହଜାର ଟଙ୍କା ଲେଖାଏ ମୋଟ ୬ ହଜାର ଟଙ୍କା କୃଷି ସହାୟତା ପ୍ରଦାନ କରୁଛନ୍ତି। ଡିସେମ୍ବର ୨୦୧୮ରୁ ମାର୍ଚ୍ଚ ୨୦୧୯ ପଯର୍ର୍‌ୟନ୍ତ ପ୍ରଥମ କିସ୍ତି ପ୍ରଦାନ କରାଯାଇସାରିଲାଣି। ଅଦ୍ୟାବଧି ୫୪.୧ ମିଲିୟନ ଚାଷୀ ଉକ୍ତ ଯୋଜନାରେ ନିଜକୁ ପଞ୍ଜୀକରଣ କରିଛନ୍ତି। ସାମିଲ ହେବା ପ୍ରକ୍ରିୟା ଦ୍ରୁତତର ହୋଇଛି ବୋଲି ଅଗ୍ରଓ୍ବାଲ ପ୍ରକାଶ କରିଛନ୍ତି। ଜୁଲାଇ ୩୧ ସୁଦ୍ଧା ନିଜ ରାଜ୍ୟର ହିତାଧିକାରୀ ଚାଷୀଙ୍କ ତାଲିକା ଓ୍ବେବସାଇଟରେ ଅପ୍‌ଲୋଡ କରିବାକୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଗୁଡ଼ିକୁ ଅନୁରୋଧ କରାଯାଇଛି। ଜୁଲାଇ ୩୧ ପରେ ପଞ୍ଜୀକରଣ କରିଥିବା ଚାଷୀଙ୍କୁ ଉକ୍ତ ଯୋଜନାର ଫାଇଦା ମିଳିବ ନାହିଁ। ଏହା ଏକ ବିକାଶମୂଳକ ଯୋଜନା ହୋଇଥିବା ବେଳେ ପଞ୍ଜୀକରଣ ହେବା ମାତ୍ରେ ଚାଷୀଙ୍କୁ ସହାୟତା ପ୍ରଦାନ ଆରମ୍ଭ ହୋଇଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

ଅଟୋ ଦୁର୍ଘଟଣାରେ ରବୀନ୍ଦ୍ରଙ୍କ ମୃତ୍ୟୁ, ସହାୟତାର ହାତ ବଢ଼ାଇଲେ ଉପଜିଲାପାଳ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ରାମନାଗୁଡ଼ା ନିକଟସ୍ଥ ପରୀକ୍ଷିତି ଠାରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅପରାହ୍ନ ସମୟରେ ଏକ ଦ୍ରୁତ ଗତିରେ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ…

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri