ଜୁଲାଇ ସୁଦ୍ଧା ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁବ ୨୧ ଲକ୍ଷ !

ଓ୍ବାଶିଂଟନ,୨୫।୫: ଭାରତ ଏବେ କରୋନା ଭାଇରସ ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟି ଯାଇଛି। ଗତ କିଛିଦିନ ହେବ ଏଠାରେ ୨୪ ଘଣ୍ଟାରେ ୬ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ଫଳରେ ଏବେ ଏହା ଉଭୟ ସରକାର ଓ ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧,୩୮,୫୦୦। ଭାରତ ଏବେ କରୋନା ସଂକ୍ରଣରେ ଟପ୍‌ ଟେନ୍‌ ଦେଶ ତାଲିକାରେ ସ୍ଥାନ ପାଇଲାଣି। ଏବେ ୟୁନିଭର୍ସିଟି ଅଫ୍‌ ମିସିଗାନ ଓ ଜନ୍‌ ହପକିନ୍ସ ୟୁନିଭର୍ସିଟି ଚେତାବନୀ ଦେଇଛନ୍ତି କି ଭାରତରେ ଜୁଲାଇ ପ୍ରଥମ ସପ୍ତାହ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ହୋଇଯିବ। ୟୁନିଭର୍ସିଟି ଅଫ୍‌ ମିସିଗାନ୍‌ର ବାୟୋଷ୍ଟାଟିସ୍‌ଟିକ୍ସ ଓ ମହାମାରୀ ରୋଗର ବିଶେଷଜ୍ଞ ପ୍ରଫେସର ଭ୍ରମର ମୁଖାର୍ଜୀ କହିଛନ୍ତି କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ଭାରତର ସ୍ଥିତି ଆହୁରି ଗମ୍ଭୀର ହେବାକୁ ଯାଉଛି। ଏବେ ଭାରତରେ କରୋନା ଭାଇରସ ସଂକ୍ରମଣର ପ୍ରକ୍ରିୟା ଦ୍ରୁତ ଗତିରେ ମାଡି ଚାଲିଛି। ଦେଶରେ ୧୩ ଦିନରେ ୨ ଗୁଣା ହେଉଛି କରୋନାର ସ୍ଥିତି। ଅନ୍ୟପଟେ ସରକାର ଲକ୍‌ଡାଉନରେ କୋହଳ କରିବା କରୋନା ସ୍ଥିତିକୁ ଆହୁରି ଖରାପ କରିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଏହା ପୂର୍ବରୁ ମଧ୍ୟ ପ୍ରଫେସର ମୁଖାର୍ଜୀଙ୍କ ଟିମ୍‌ ଏପ୍ରିଲରେ ସର୍ବ ପ୍ରଥମେ କହିଥିଲେ କି ଭାରତରେ ମେ’ ମାସ ମଧ୍ୟଭାଗରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଛୁଇଁବ। ଯାହା ସତ ପ୍ରମାଣିତ ହୋଇଛି। ଆଉ ମେ’ ଶେଷ ବେଳକୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୩୮,୮୪୫ରେ ପହଞ୍ଚିଛି। ଏବେ ପୁଣିଥରେ ପ୍ରଫେସର ମୁଖାର୍ଜୀଙ୍କ ଟିମ୍‌ ପୂର୍ବାନୁମାନ କରିଛନ୍ତି କି ଜୁଲାଇ ମାସ ଆରମ୍ଭରୁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬,୩୦.୦୦୦ରୁ ୨୧ ଲକ୍ଷ ପର୍ଯ୍ୟନ୍ତ ପହଞ୍ଚିପାରେ। ଜନ୍‌ ହପକିନ୍ସ ୟୁନିଭର୍ସିଟି ଓ ପ୍ରଫେସର ମୁଖାର୍ଜୀଙ୍କ ଟିମ୍‌ ଭାରତର ସ୍ବାସ୍ଥ୍ୟ ବ୍ୟବସ୍ଥା ଓ ହସ୍ପିଟାଲରେ ଥିବା ବେଡ୍‌, ଭେଣ୍ଟିଲେଟରର ଅଭାବକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri