ଜୁଲାଇ ୪ରେ ରଥଯାତ୍ରା: ଅପରାହ୍ନ ୪ଟାରେ ରଥଟଣା

ପୁରୀ ଅଫିସ, ୫ା୬: ଆସନ୍ତା ଜୁଲାଇ ୪ତାରିଖରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି ଚଳିତବର୍ଷ ଶ୍ରୀମନ୍ଦିର ପ୍ରଶାସନ ସଅଳ ନୀତି ନିର୍ଘଣ୍ଟ କରିଛି। ପ୍ରାତଃ ୬ଟାରେ ମଙ୍ଗଳ ଆଳତି କରାଯାଇ ଠାକୁରଙ୍କ ଅନ୍ୟାନ୍ୟ ନୀତି ଚାଲିବ । ସକାଳ ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ ହୋଇ ସାଢେ ୯ଟାରେ ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ସାଢେ ୧୨ଟା ସୁଦ୍ଧା ପହଣ୍ଡି ସରି ରଥ ଉପରକୁ ମଦନମୋହନ ବିଜେ ହେବେ। ଏହାପରେ ଚିତାଲାଗି ନୀତି ଓ ଠାକୁରଙ୍କ ବେଶ ସମ୍ପନ୍ନ ହେବ। ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଗଜପତି ମହାରାଜା ତିନିରଥରେ ଛେରାପହଁରା କରିବେ। ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ହୋଇ ଘୋଡ଼ା, ସାରଥୀ ଲାଗିବ। ଅପରାହ୍ନ ୪ଟାରେ ରଥଟଣା ଆରମ୍ଭ ହେବ। ମଙ୍ଗଳବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ନୀତି ସବ୍‌ କମିଟି ବୈଠକରେ ଏ ସଂକ୍ରାନ୍ତରେ ଆଲୋଚନା କରାଯାଇଛି। ଆସନ୍ତା ୯ତାରିଖ ଛତିଶା ନିଯୋଗ ବୈଠକରେ ଏହି ନୀତି ଚୂଡ଼ାନ୍ତ ହେବ। ୧୧ତାରିଖ ପରିଚାଳନା କମିଟି ବୈଠକରେ ଏହାକୁ ଅନୁମୋଦନ କରାଯିବ ବୋଲି ଜଣାପଡ଼ିଛି। ଆବଶ୍ୟକ ପଡ଼ିିଲେ ଛତିଶା ନିଯୋଗ ଓ ପରିଚାଳନା କମିଟି ଏଥିରେ ପରିବର୍ତ୍ତନ କରିପାରିବେ ବୋଲି କୁହାଯାଇଛି।
ନୀତି ସବ୍‌ କମିଟି ବୈଠକରେ ରାଜେନ୍ଦ୍ରାଭିଷେକଠାରୁ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ନୀତି ଉପରେ ଆଲୋଚନା କରାଯାଇଥିଲା। ଆସନ୍ତା ୧୨ରେ ରାଜେନ୍ଦ୍ରାଭିଷେକ, ୧୩ରେ ରୁକ୍ମୁଣୀ ହରଣ ଏକାଦଶୀ, ୧୪ରେ ଚମ୍ପକ ଦ୍ୱାଦଶୀ, ୧୫ରେ ଦଇତାପତି ପ୍ରବେଶ, ୧୬ରେ ସେନାପଟା ଲାଗି ଏବଂ ୧୭ରେ ସ୍ନାନଯାତ୍ରା ଓ ହାତୀବେଶ ନୀତିକୁ ନେଇ ଆଲୋଚନା ହୋଇଥିଲା। ସ୍ନାନଯାତ୍ରା ପାଇଁ ଭୋର ସାଢେ ୫ଟାରୁ ପହଣ୍ଡି ଆରମ୍ଭ ହୋଇ ସାଢେ ୭ଟାରେ ସରିବ। ଠାକୁର ସ୍ନାନମଣ୍ଡପରେ ବିଜେ କରିବା ପରେ ସକାଳ ସାଢେ ୯ଟାରେ ଅଧରପୋଛା ନୀତି ହେବ। ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୨ଟା ମଧ୍ୟରେ ଜଳବିଜେ, ପୂଜା ଓ ସ୍ନାନ, ଅପରାହ୍ନ ସାଢେ ୩ଟାରେ ଛେରା ପହଁରା ସରିବା ପରେ ୪ଟାରୁ ହାତୀବେଶ ଆରମ୍ଭ ହେବ। ରାତି ସାଢେ ୧୦ଟା ପର୍ଯ୍ୟନ୍ତ ଭକ୍ତ ଏହି ବେଶ ଦର୍ଶନ କରିପାରିବେ। ଏହାପରେ ବାହୁଡ଼ା ପହଣ୍ଡି ଆରମ୍ଭ ହୋଇ ରାତି ସାଢେ ୧ଟାରେ ସରିବ। ସେହିପରି ଜୁନ୍‌ ୨୮ରେ ଚକାବିଜେ, ୨୯ରେ ଶ୍ରୀମନ୍ଦିରରେ ଖଳିଲାଗି, ୩୦ରେ ଶ୍ରୀନଅରକୁ ରାଜପ୍ରସାଦ ବିଜେ, ଜୁଲାଇ ୧ରେ ଶ୍ରୀମନ୍ଦିରରେ ଘଣାଲାଗି ଓ ବନକଲାଗି, ୨ରେ ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୩ରେ ଉଭାଯାତ୍ରା, ୪ରେ ଗୁଣ୍ଡିଚା ଯାତ୍ରା, ୮ରେ ହେରାପଞ୍ଚମୀ, ୧୧ରେ ସନ୍ଧ୍ୟା ଦର୍ଶନ, ୧୨ରେ ବାହୁଡ଼ା ଯାତ୍ରା ଓ ହରିଶୟନ ଏକାଦଶୀ, ୧୩ ତାରିଖରେ ସୁନାବେଶ ଓ ଗରୁଡ଼ ଶୟନ, ୧୪ରେ ରଥ ଉପରେ ଶ୍ରୀବିଗ୍ରହଙ୍କ ଅଧରପଣା ଓ ୧୫ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ। ଏହିସବୁ ନୀତି ବିଷୟରେ ସବ୍‌ କମିଟି ବୈଠକରେ ଆଲୋଚନା କରାଯାଇଛି। ବୈଠକରେ ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ଅଧ୍ୟକ୍ଷତା କରିଥିବାବେଳେ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ବଲୱନ୍ତ ସିଂ, ଏସ୍‌ପି ଉମାଶଙ୍କର ଦାଶ, ନୀତି ପ୍ରଶାସକ ବିଶ୍ୱଜିତ ବିଶ୍ୱାଳ, ସବ୍‌ କମିଟି ସଦସ୍ୟ ମାଧବ ପୂଜାପଣ୍ଡା, ରାମଚନ୍ଦ୍ର ଦାସମହାପାତ୍ର, ଅନନ୍ତ ତିଆଡ଼ି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri