ଜୁଲାଇ ୪ରେ ରଥଯାତ୍ରା: ବସିଲା ତୃତୀୟ ସମନ୍ବୟ ବୈଠକ

ପୁରୀ ଅଫିସ,୧୩।୬: ଚଳିତବର୍ଷ ରଥଯାତ୍ରାର ତୃତୀୟ ସମନ୍ବୟ ବୈଠକ ନୀଳାଦ୍ରି ଭକ୍ତ ନିବାସରେ ପଞ୍ଚାୟତିରାଜ ଓ ପାନୀୟଜଳ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଛି। ଏଥିରେ ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରା, ବାହଡ଼ା ଯାତ୍ରା, ସୁନାବେଶ, ନୀଳାଦ୍ରିବିଜେ ସମ୍ପର୍କରେ ଆଲୋଚନା ହେବ। ଏହି ସମୟରେ ପ୍ରଶାସନିକ ବ୍ୟବସ୍ଥା କିଭଳି ଶୃଙ୍ଖଳିତ ଭାବେ ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରାଯିବ। ବିଶେଷକରି ରାସ୍ତାଘାଟ, ସ୍ବାସ୍ଥ୍ୟ ପରିମଳ, ବିଦ୍ୟୁତ୍‌ ସେବା, ପରିବହନ, ରେଳ ଚଳାଚଳ, ଯାତ୍ରୀଙ୍କ ରହଣି ବ୍ୟବସ୍ଥା ଉପରେ ଆଲୋଚନା କରାଯିବ। ଏତଦ୍‌ ବ୍ୟତୀତ ରଥ ନିର୍ମାଣଠାରୁ ରଥ ଦଉଡ଼ି ଯୋଗାଣ, ରଥଯାତ୍ରାର ଶୃଙ୍ଖଳିତ ନୀତିକ୍ରାନ୍ତି, ସେବାପୂଜା, ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଓ ସୁରକ୍ଷା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବ। ମୁଖ୍ୟମନ୍ତ୍ରୀଙ୍କ ବୈଠକ ପୂର୍ବରୁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକ ଥିବାରୁ ଏଥିରେ ବିଭିନ୍ନ ବିଭାଗର ମନ୍ତ୍ରୀ ଉପସ୍ଥିତ ଅଛନ୍ତି। ଫନୀ ବାତ୍ୟା ଯୋଗୁ ସହରରେ ଠପ୍‌ ହୋଇଥିବା ବିଦ୍ୟୁତ୍‌ ସେବା ଯଦିଓ ପୁରୀ ସହରକୁ ଆସିଯାଇଛି, ମାତ୍ର ଗ୍ରାମାଞ୍ଚଳରେ ଯଦି ନ ଆସିବ ଯାତ୍ରାର ମାହୋଲ ଫିକା ପଡ଼ିଯିବାର ସମ୍ଭାବନା ରହିଛି। ଏଣୁ ବୈଠକରେ ଏ ନେଇ ମଧ୍ୟ ଗୁରୁତ୍ୱ ଦିଆଯାଇପାରେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri