ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ଷଷ୍ଠ ସେମିଷ୍ଟର

ଭୁବନେଶ୍ୱର, ୯।୬(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ୩ ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୭ରୁ ପରୀକ୍ଷା ଆରମ୍ଭ ହୋଇ ୨୩ରେ ତାରିଖରେ ଶେଷ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜୁଲାଇ ୭ରୁ ୧୩ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ସେହିପରି ଥିଓରି ପରୀକ୍ଷା ଜୁଲାଇ ୧୪ରୁ ୨୩ ତାରିଖ ପର୍ଯ୍ୟନ୍ତ ହେବ। ଜୁଲାଇ ୨୮ ସୁଦ୍ଧା ପ୍ରୋଜେକ୍ଟ ପେପର ଓ ମାର୍କ ବିଶ୍ୱବିଦ୍ୟାଳୟରେ ଦାଖଲ କରିବାକୁ ପଡ଼ିବ। ଏନେଇ ସୋମବାର ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ପରୀକ୍ଷା ସମୟରେ ସରକାରଙ୍କ ଦ୍ୱାରା ପ୍ରସ୍ତୁତ କୋଭିଡ୍‌-୧୯ ନିର୍ଦ୍ଦେଶାବଳୀ ପାଳନ ହେବ। ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସମସ୍ତ ଶ୍ରେଣୀଗୃହ ଓ ପରୀକ୍ଷାଗାରକୁ ସାନିଟାଇଜ କରାଯିବ। ସେହିପରି ପରୀକ୍ଷାକୁ ଆସିବା ବେଳେ ମାସ୍କ ଲଗାଇବା ସହିତ ସାନିଟାଇଜର ଓ ପାଣି ବୋତଲ ଆଣିବା ପାଇଁ ଛାତ୍ରୀଛାତ୍ରଙ୍କୁ ଜଣାଇ ଦେବା ପାଇଁ କଲେଜଗୁଡ଼ିକୁ କୁହାଯାଇଛି। ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିବା ପୂର୍ବରୁ ପରିକ୍ଷାର୍ଥୀ ଓ ପରୀକ୍ଷକଙ୍କ ଶରୀର ତାପମାତ୍ରା ମପାଯିବ। ଏଥିପାଇଁ ଯଦି ଜିଲା ପ୍ରଶାସନ କିମ୍ବା ଅର୍ବାନ ଲୋକାଲ ଅଥରିଟି କିମ୍ବା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ପକ୍ଷରୁ ଥର୍ମାଲ ସ୍କାନର ଦିଆଯାଇ ନ ଥାଏ ତେବେ କଲେଜ କର୍ତ୍ତୃପକ୍ଷ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ମଧ୍ୟରେ ମମତା ବାନାର୍ଜୀଙ୍କୁ ବଡ଼ ଝଟକା; ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ପ୍ରତିକ୍ରିୟା

କୋଲକାତା,୧୧।୬: ବିଧାନସଭାରେ ବିରୋଧୀ ଦଳ ନେତା (LoP) ପଦବୀକୁ ନେଇ ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ବିବାଦ ଦେଖାଦେଇଛି। କଲିକତା ହାଇକୋର୍ଟ ଏହି ମାମଲାରେ ତୁରନ୍ତ ହସ୍ତକ୍ଷେପ…

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri