ଜୁଲାଇରେ ଗାଡ଼ି ବିକ୍ରି ୧୯ବର୍ଷର ସର୍ବନିମ୍ନ ସ୍ତରରେ

ନୂଆଦିଲ୍ଲୀ,୧୪-୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ମାଡ ବଢ଼ିଚାଲିଛି। ଏହା କେବେ ରୋକିବ କେହି କହିପାରୁନାହାନ୍ତି। ଏହାରି ଭିତରେ ଜୁଲାଇରେ ଗାଡ଼ି ବିକ୍ରି ୧୯ ବର୍ଷର ସର୍ବନିମ୍ନ ସ୍ତର ୧୮.୭୧ ପ୍ରତିଶତକୁ ହ୍ରାସ ପାଇଛି। ଫଳରେ ଗତ ୩ ମାସ ମଧ୍ୟରେ ୧୫ ହଜାର କର୍ମଚାରୀ ନିଯୁକ୍ତି ହରାଇଛନ୍ତି ବୋଲି ଅଟୋ ନିର୍ମାତା ସଂଘ ସିଆମ୍‌ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ସଂଘ ପକ୍ଷରୁ ପ୍ରକାଶିତ ତଥ୍ୟ ଅନୁଯାୟୀ, ପାସେଞ୍ଜର ଓ ଦୁଇଚକିଆ ଗାଡ଼ି ସମେତ ସମସ୍ତ ବର୍ଗରେ ଜୁଲାଇରେ ୧୮,୨୫,୧୪୮ ଗାଡ଼ି ବିକ୍ରି ହୋଇଛି। ପୂର୍ବବର୍ଷ ଜୁଲାଇରେ ୨୨,୪୫,୨୨୩ ୟୁନିଟ ଗାଡ଼ି ବିକ୍ରି ହୋଇଥିଲା। ୨୦୦୦ ଡିସେମ୍ବରରେ ଶେଷ ଥର ପାଇଁ ଦେଶର ଅଟୋ ସେକ୍ଟରରେ ମାନ୍ଦାବସ୍ଥାର ପ୍ରଭାବ ପଡିଥିଲା ଏବଂ ସେତେବେଳେ ବିକ୍ରି ସର୍ବାଧିକ ୨୧.୮୧ ପ୍ରତିଶତ ହ୍ରାସ ପାଇଥିଲା। ସେହିପରି ଘରୋଇ ପାସେଞ୍ଜର ଗାଡ଼ି ବିକ୍ରି ୧୯ ବର୍ଷର ସର୍ବନିମ୍ନ ସ୍ତରରେ ପହଞ୍ଚତ୍ଛି। ଜୁଲାଇରେ ପାସେଞ୍ଜର ଗାଡ଼ି ବିକ୍ରି ୩୦.୯୮ ପ୍ରତିଶତ ହ୍ରାସ ପାଇ ୨,୦୦,୭୯୦ ୟୁନିଟ ହୋଇଛି, ଯାହା କି ପୂର୍ବବର୍ଷ ୨,୯୦,୯୩୧ ଥିଲା। ସେହିଭଳି ଗତମାସରେ ଦୁଇଚକିଆ ଯାନ ବିକ୍ରି ୧୬.୮୨% ହ୍ରାସ ପାଇ ୧୫,୧୧,୬୯୨ ୟୁନିଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri