Posted inଜାତୀୟ

ଜେଏନ୍‌ୟୁ ଛାତ୍ରଙ୍କ ଉପରେ ପୋଲିସର ଲାଠିଚାଳନା

ନୂଆଦିଲ୍ଲୀ,୧୦ା୧: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନ୍‌ୟୁ)ର ଛାତ୍ରୀଛାତ୍ର, ଶିକ୍ଷକ ଓ ସାମାଜିକ କର୍ମୀମାନେ ଗୁରୁବାର ସନ୍ଧ୍ୟାରେ ରାଷ୍ଟ୍ରପତି ଭବନ ଅଭିମୁଖେ ଏକ ବିଶାଳ ବିକ୍ଷୋଭ ଶୋଭାଯାତ୍ରାରେ ବାହାରିଥିବାବେଳେ ସେମାନଙ୍କୁ ଘଉଡାଇବାକୁ ଯାଇ ପୋଲିସ ଲାଠିଚାଳନା କରିଛି। ଅନେକଙ୍କୁ ଦିଲ୍ଲୀ ପୋଲିସ ଅଟକ ରଖିଛି। ଲାଠିମାଡ଼ରେ କେତେଜଣ ଛାତ୍ର ଆହତ ହୋଇଥିବାବେଳେ ବିକ୍ଷୋଭକାରୀମାନଙ୍କୁ ତିନୋଟି ବସ୍‌ରେ ଭର୍ତ୍ତି କରି ପୋଲିସ ସେମାନଙ୍କୁ ଥାନାକୁ ନେଇଯାଇଥିଲା। ବରିଷ୍ଠ ନେତା ସୀତାରାମ ୟେଚୁରୀ, ଡି. ରାଜା, ପ୍ରକାଶ କରାଟ, ବୃନ୍ଦା କରାଟ, ଶରଦ ଯାଦବ ପ୍ରମୁଖ ସାମିଲ ହୋଇ ମଣ୍ଡି ହାଉସ୍‌ଠାରୁ ବିକ୍ଷୋଭ ଶୋଭାଯାତ୍ରା ବାହାର କରିଥିଲେ। ସେମାନେ ମାନବ ସମ୍ବଳ ବିକାଶ (ଏଚ୍‌ଆର୍‌ଡି) ମନ୍ତ୍ରଣାଳୟ ଯାଇ ରବିବାର ଜେଏନ୍‌ୟୁ ପରିସରରେ ଆକ୍ରମଣ ଘଟଣା ପ୍ରତିବାଦରେ ସ୍ମାରକପତ୍ର ଦେବାକୁ ଚାହୁଁଥିଲେ। ଏଥିସହିତ ସେମାନେ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଇସ୍ତଫା ଦାବି କରିଥିଲେ। କୁଳପତି ଏମ୍‌. ଜଗଦେଶ କୁମାରଙ୍କ ସହ ଆଲୋଚନା କରିବେ ବୋଲି ଏଚ୍‌ଆର୍‌ଡି ସଚିବ କହିଥିଲେ। ଏଚ୍‌ଆର୍‌ଡି ଅଧିକାରୀମାନଙ୍କୁ ଭେଟିବା ପରେ ଛାତ୍ରସଂଘ ସଭାନେତ୍ରୀ ଐଶ ଘୋଷଙ୍କ ନେତୃତ୍ୱରେ ବିକ୍ଷୋଭକାରୀମାନେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବା ଲାଗି ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ପୋଲିସ ଅନୁମତି ଦେଇ ନ ଥିଲା।
ହିଂସା ଘଟଣାର ତଦନ୍ତ ଲାଗି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏକ ୫ ଜଣିଆ କମିଟି ଗଠନ କରାଯାଇଥିବା କୁଳପତି କହିଛନ୍ତି। କ୍ୟାମ୍ପସ୍‌ରେ ଛାତ୍ରୀଛାତ୍ରଙ୍କ ସୁରକ୍ଷା ସହ ହିଂସା ଘଟଣାର ତଦନ୍ତ କରାଯିବ । ଦୁର୍ବୃତ୍ତଙ୍କ ଆତଙ୍କରାଜ ଓ ହିଂସାକାଣ୍ଡରେ ଜେଏନ୍‌ୟୁ ଛାତ୍ର ସଂସଦ ସଭାପତି ଆଇସି ଘୋଷଙ୍କ ସମେତ ୩୫ ଛାତ୍ରୀଛାତ୍ର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri