ଜେଜିଏଲ୍‌ଏସ୍‌କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା

ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍‌ଏସ୍‌)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍‌ ଓ୍ବାର୍ଲଡ ୟୁନିଭର୍ସିଟି ସବଜେକ୍ଟ ର଼୍ୟାଙ୍କିଙ୍ଗରେ ସ୍ଥାନିତ ହେବା ସହ ଭାରତକୁ ଗୌରବାନ୍ବିତ କରିଛି। ଏକ ଦଶନ୍ଧି ମଧ୍ୟରେ ଏଭଳି ବିଶ୍ୱସ୍ତରୀୟ ମାନ୍ୟତା ହାସଲ କରିବାକୁ ଜେଜିଏଲ୍‌ଏସ୍‌ ସକ୍ଷମ ହୋଇଥିବା ସୂଚନା ରହିଛି। ବିଶ୍ୱର ପ୍ରମୁଖ ଲ’ ସ୍କୁଲ ବର୍ଗରେ ଏହା ୧୦୦ରୁ ୧୫୦ ସ୍ଥାନ ମଧ୍ୟରେ ରହିଛି। ସେହିଭଳି ବାଙ୍ଗାଲୋରଭିତ୍ତିକ ନ୍ୟାଶନାଲ ଲ’ ସ୍କୁଲ ଅଫ ଇଣ୍ଡିଆ ୟୁନିଭର୍ସିଟି(ଏନ୍‌ଏଲ୍‌ଏସ୍‌ଆଇୟୁ) ଏହି ତାଲିକାରେ ୧୫୧ରୁ ୨୦୦ ମଧ୍ୟରେ ରହିଛି। ତାଲିକାରେ ବିଶ୍ୱର ୩୦୦ ଲ ସ୍କୁଲ ସାମିଲ କରାଯାଇଥିବା ବେଳେ ଭାରତର ୨ ଅନୁଷ୍ଠାନ ରହିଛନ୍ତି। ଜେଜିଏଲ୍‌ଏସ୍‌କୁ ଭାରତର ନମ୍ବର ୧ ମାନ୍ୟତା ପ୍ରଦାନ କରାଯାଇଥିବା କ୍ୟୁଏସ କ୍ୟାକରେଲି ସେମଣ୍ଡସର ଆଞ୍ଚଳିକ ନିର୍ଦ୍ଦେଶକ ଅଶ୍ୱିନ ଫର୍ନାଣ୍ଡିସ କହିଛନ୍ତି। ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟି ଏବଂ ଜେଜିଏଲ୍‌ଏସ୍‌କୁ ଏଭଳି ସଫଳତା ନେଇ ଅତ୍ୟନ୍ତ ଖୁସି ଥିବା ବେଳେ ଏହା ଅନୁଷ୍ଠାନ ଲାଗି ଐତିହାସିକ ବୋଲି ଫାଉଣ୍ଡିଂ ଚାନସେଲର ନବୀନ ଜିନ୍ଦଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri