ଜେଜେମା’ଙ୍କ ମୃତ୍ୟୁ ଦେଖି ଜୀବନ ହାରିଲେ ନାତି

ଚିତ୍ରଡା,୧୪ା୫(ଡି.ଏନ୍‌.ଏ.)- ଜେଜେମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ନାତି ଜୀବନ ହାରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ମୂଷାଗଡିଆ ଗ୍ରାମରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି।
ସୂଚନା ଅନୁଯାୟୀ, ମୂଷାଗଡିଆ ଗ୍ରାମର ବିରାମ ହେମ୍ବ୍ରମଙ୍କ ଜେଜେ ମା’ଙ୍କ ବୁଧବାର ରାତିରେ ମୃତ୍ୟୁ ଘଟିଥିଲା। ଏଥିରେ ମାନସିକ ଭାରସାମ୍ୟ ହରାଇ ବିରାମ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଜେଜେମା’ଙ୍କ ମୃତଦେହ ଜଗି ରହିଥିବାରୁ ବିରାମଙ୍କ ଆତ୍ମହତ୍ୟା ସମ୍ପର୍କରେ ଜାଣିପାରି ନ ଥିଲେ। ସକାଳେ ତାଙ୍କ ମୃତଦେହ ଝୁଲୁଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ଚିତ୍ରଡ଼ା ଫାଣ୍ଡି ଅଧିକାରୀ ରାଜେନ୍ଦ୍ର ପ୍ରସାଦ ମଣ୍ଡଳ ଘଟଣାସ୍ଥଳରେ ପହଞ୍ଚି ବିରାମଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୧୧/୨୦୨୦) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri