Posted inଜାତୀୟ

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ପୁଣି ଥରେ ଏମ୍ସ ଯାଇପାରନ୍ତି ଶାହ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ସ୍ବାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡିବାରେ ଲାଗିଛି। ଏବେ ସେ ଲାଇଫ୍‌ ସପୋର୍ଟରେ ଥିବା ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ଜେଟଲୀ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଗତ ୯ ତାରିଖରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମ୍ସ ଯାଇ ତାଙ୍କ ସ୍ବାସ୍ଥ୍ୟବସ୍ଥା କଥା ପଚାରି ବୁଝିଥିବା ବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଓ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ମଧ୍ୟ ଏମ୍ସ ଗସ୍ତ କରିଥିଲେ। ଶନିବାର ଶାହ ପୁଣିଥରେ ଏମ୍ସ ଗସ୍ତ କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଜନ୍ମଦିନରେ ଘରକୁ ଫେରିଲା ଖେଳାଳିଙ୍କ ପାର୍ଥିବ ଶରୀର, କାନ୍ଦୁଛି ପୂରା ପରିବାର; ଆଖି ଭିଜାଇ ଦେବ ଏହି ଦୃଶ୍ୟ

କାବୁଲ: ଯେଉଁ ଦିନ ଜନ୍ମଦିନର ଖୁସି ମନାଯାଇଥାନ୍ତା, ସେହି ଦିନ ଘରକୁ ଫେରିଲା ପାର୍ଥିବ ଶରୀର। ଆଫଗାନିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶାପୁର ଜାଦ୍ରନଙ୍କ ଦେହାନ୍ତ ପରେ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ପତ୍ନୀ ଗୌରୀଙ୍କୁ ଏଭଳି ଉପହାର ଦେଲେ ଆମିର, ଯାହାକୁ ୧୩୧ ଜଣ କାରିଗର ମିଶି ୨୫୬ ଘଣ୍ଟାରେ କରିଛନ୍ତି ପ୍ରସ୍ତୁତ

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ଏବଂ ଗୌରୀ ସ୍ପ୍ରାଟ୍‌ ପରସ୍ପର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ନିକଟରେ ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ପରିବାର ଏବଂ କିଛି…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri