ଜେଟ୍‌ ଏୟାରଓ୍ବେଜ୍‌ର ବିଡିଂରେ ସାମିଲ ହେବେ ହିନ୍ଦୁଜା ଭ୍ରାତା

ନୂଆଦିଲ୍ଲୀ,୨୨-୫: ଆର୍ଥିକ ସଙ୍କଟ କାରଣରୁ ସାମୟିକ ବନ୍ଦ ହୋଇଯାଇଥିବା ଘରୋଇ ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜର ବିଡିଂରେ ହିନ୍ଦୁଜା ଭ୍ରାତା ଭାଗ ନେବେ। ଚଳିତ ସପ୍ତାହରେ ବିଡିଂ ପ୍ରକ୍ରିୟା ଆରମ୍ଭ ହେବ। ଏଥିଲାଗି ଏୟାରଲାଇନ୍ସର ମୁଖ୍ୟ ପାର୍ଟନର ତଥା ପ୍ରତିଷ୍ଠାତା ନରେଶ ଗୋୟଲ ଏବଂ ରଣନୈତିକ ନିବେଶକ ଏଟିହାଦ୍‌ ଏୟାରଓ୍ବେଜ ଠାରୁ ହିନ୍ଦୁଜା ଭ୍ରାତା ଅନୁମତି ନେଇସାରିଛନ୍ତି। ସୂଚନାଯୋଗ୍ୟ, ସପ୍ତାହକ ଭିତରେ ଜେଟ୍‌ ଏୟାରଓ୍ବେଜ ସମ୍ପର୍କରେ ଚିତ୍ର ସ୍ପଷ୍ଟ ହୋଇଯିବ ବୋଲି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) ଅଧ୍ୟକ୍ଷ ରଜନୀଶ କୁମାର ସ୍ପଷ୍ଟ କରିଥିଲେ।
ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, ଜେଟ୍‌ର ଡ୍ୟୁ ଡିଲିଜେନ୍ସ ବା ସମ୍ପୂର୍ଣ୍ଣ ତଥ୍ୟ ଜାଣିବା ଲାଗି ହିନ୍ଦୁଜା ଗ୍ରୁପ୍‌ ଏସ୍‌ବିଆଇ କ୍ୟାପିଟାଲ ମାର୍କେଟ୍ସ ମାଧ୍ୟମରେ ବ୍ୟାଙ୍କ କନ୍‌ସୋର୍ଟିୟମ ସହ ଆଲୋଚନା କରିସାରିଛି। ଖୁବ୍‌ଶୀଘ୍ର ଏ ସମ୍ପର୍କରେ ଘୋଷଣା କରାଯିବ। ଉଲ୍ଲେଖଥାଉ କି, ନରେଶ ଗୋୟଲଙ୍କ ସହ ହିନ୍ଦୁଜା ଗ୍ରୁପ୍‌ର ଗତ ଦୁଇ ଦଶନ୍ଧି ଧରି ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କ ରହିଛି। ବକେୟା ଋଣ ପରିମାଣକୁ ବ୍ୟାଙ୍କଗୁଡ଼ିକ ଯଥେଷ୍ଟ ହ୍ରାସ କରିବେ ବୋଲି ଗୋୟଲ ଆଶାବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ ଦେଶର ବହୁ ବ୍ୟବସାୟୀ ଗୋଷ୍ଠୀ ଗୋୟଲଙ୍କ କମ୍ପାନୀରେ ନିବେଶ କରିବାକୁ ମନା କରିସାରିଛନ୍ତି। ପୂର୍ବରୁ ଟାଟା ଗ୍ରୁପ୍‌ ଆଗ୍ରହ ଦେଖାଇଥିଲା, କିନ୍ତୁ ପରେ ଓହରି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri