Posted inଖେଳ

ଜେନିଫର୍‌ ବ୍ରାଡିଙ୍କୁ ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ

ଲେକ୍ସିଙ୍ଗଟନ୍‌, ୧୮ା୮ (ଏପି)- ଆମେରିକାର ଜେନିଫର ବ୍ରାଡି ତାଙ୍କ କ୍ୟାରିୟରର ପ୍ରଥମ ଡବ୍ଲ୍ୟୁଟିଏ ଟାଇଟଲ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଟପ୍‌ସିଡ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟ ଫାଇନାଲରେ ସେ ଜିଲ୍‌ ଟିଚ୍‌ମାନଙ୍କୁ ୬-୩, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। କରୋନା ଭାଇରସ୍‌ ଆବିର୍ଭାବ ପରେ ଯୁକ୍ତରାଷ୍ଟ୍ର ଆମେରିକାରେ ଏହାଥିଲା ପ୍ରଥମ ପ୍ରଫେସନାଲ ଟେନିସ ଟୁର୍ନାମେଣ୍ଟ। ଖେଳ ଦେଖିବା ଲାଗି ଦର୍ଶକଙ୍କୁ ଅନୁମତି ନ ଥିଲା। ଏହି ଅସ୍ବାଭାବିକ ପରିବେଶ ୨୫ ବର୍ଷୀୟା ବ୍ରାଡିଙ୍କ ଉପରେ କୌଣସି ପ୍ରଭାବ ପକାଇ ନ ଥିଲା। ଏହି ଟୁର୍ନାମେଣ୍ଟରେ ଭାଗ ନେବା ପୂର୍ବରୁ ବିଶ୍ୱ ର଼୍ୟାଙ୍କିଙ୍ଗରେ ବ୍ରାଡି ୪୯ତମ ସ୍ଥାନରେ ରହିଥିଲେ। ହାର୍ଡକୋର୍ଟ ଇଭେଣ୍ଟରେ ସେ ଗୋଟିଏ ହେଲେ ସେଟ୍‌ ଡ୍ରପ୍‌ କରି ନ ଥିଲେ। ନ୍ୟୁୟର୍କରେ ୟୁଏସ୍‌ ଓପନ୍‌ ଅଗଷ୍ଟ ୩୧ରୁ ଆରମ୍ଭ ହେବ। ଏଠାରେ ଚାମ୍ପିୟନ ହେବାପରେ ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତାରେ ସିଡ୍‌ଖେଳାଳିର ମାନ୍ୟତା ପାଇବା ଦୌଡ଼ରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ…

୬,୬,୬,୬,୬….ମାତ୍ର ୧୪ ବଲ୍‌ରେ କମାଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୬।୨: IPL 2026 ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚମତ୍କାର ଫର୍ମରେ ଅଛନ୍ତି। ସେ ଚଳିତ DY ପାଟିଲ T20 ଟୁର୍ନାମେଣ୍ଟରେ ଏହି ସଫଳତା ହାସଲ…

କ୍ରିକେଟର ରିଙ୍କୁ ସିଂଙ୍କ ବାପାଙ୍କ ଦେହାନ୍ତ, ଲିଭର କ୍ୟାନସରରେ ପୀଡ଼ିତ….

ନୂଆଦିଲ୍ଲୀ,୨୭ା୨: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କ ପିତାଙ୍କ ଦେହାନ୍ତ ହୋଇଛି । ସେ ଗ୍ରେଟର ନୋଏଡାର ଯଥାର୍ଥ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ରିଙ୍କୁ…

ସମ୍ବଲପୁର କପ୍‌ ଫୁଟବଲ: ସମଲେଶ୍ୱରୀ ସ୍ପୋର୍ଟିଂକୁ ହରାଇ ଫାଇନାଲରେ କେରଳ

ସମ୍ବଲପୁର,୨୬ା୨(ବି.ଶଙ୍କର): ସମଲେଶ୍ୱରୀ ସ୍ପୋର୍ଟିଂ ପକ୍ଷରୁ ଆୟୋଜିତ ୧୪ତମ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କେରଳ ଷ୍ଟେଟ୍‌ ଇଲେଷ୍ଟ୍ରିସିଟି ବୋର୍ଡ ବିଜୟୀ…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri